Posted inଜାତୀୟ

୨୭ ବିକାଶ ପ୍ରକଳ୍ପର ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ…

ବାରାଣସୀ, ୨୩।୧୨: ପ୍ରଧାନନ୍ତ୍ରୀ ନରେନ୍ଦ୍ର ମୋଦି ନିଜ ସଂସଦୀୟ କ୍ଷେତ୍ର ବାରାଣସୀରେ ଗୁରୁବାର ୨୭ଟି ବିଭିନ୍ନ ବିକାଶ ପ୍ରକଳ୍ପର ଲୋକାର୍ପଣ କରିଛନ୍ତି। ଏସବୁ ପ୍ରକଳ୍ପର ନିର୍ମାଣରେ ୨୧୦୦ କୋଟି ଟଙ୍କା ବ୍ୟୟ ହୋଇଛି। ସେଥିମଧ୍ୟରେ ୮୭୦ କୋଟି ଟଙ୍କାର ୨୨ଟି ପ୍ରକଳ୍ପ ରହିଛି। ସେହିପରି ବନାସ କାଶୀ ସଂକୁଲ କରଖିଆଓ୍ବ ପାଇଁ ୪୭୫ କୋଟି ଟଙ୍କା ଖର୍ଚ୍ଚ ହୋଇଛି।

ମୋହନସରାଇ ଦିନଦୟାଲ ଚାକିଆ ମାର୍ଗର ଛଅ ଲେନ କାମ ପାଇଁ ୪୧୨.୫୩ କୋଟି, ବାରାଣାସୀ-ଭଦୋହି-ଗୋପିଗଞ୍ଜ ରାସ୍ତାର ଚାରି ଲେନ ରାସ୍ତା ଚଉଡ଼ା ଲାଗି ୨୬୯.୧୦ କୋଟି। ଦୁଗ୍ଧ ଉତ୍ପାଦକ ସମବାୟ ୟୁନିଅନ ଲିମିଟେଡ ପ୍ଲାଣ୍ଟ, ରାମନଗର ବାୟୋ-ଗ୍ୟାସ ଶକ୍ତି ଉତ୍ପାଦନ କେନ୍ଦ୍ର ପାଇଁ ୧୯ କୋଟି ଟଙ୍କା ଖର୍ଚ୍ଚ ହୋଇଛି। ଆୟୁଷ ମିଶନ ଅଧୀନରେ ଥିବା ସରକାରୀ ହୋମିଓପାଥିକ ମେଡିକାଲ କଲେଜ ପାଇଁ ୪୯.୯୯ କୋଟି ଖର୍ଚ୍ଚ କରାଯାଇଛି।

ଗତ ୧୦ ଦିନ ମଧ୍ୟରେ ଏହା ହେଉଛି ପ୍ରଧାନମନ୍ତ୍ରୀଙ୍କର ଦ୍ୱିତୀୟ ଉତ୍ତରପ୍ରଦେଶ ଗସ୍ତ। ଏହାପୂର୍ବରୁ, ଡିସେମ୍ବର ୧୩-୧୪ ରେ ପ୍ରଧାନମନ୍ତ୍ରୀ ବାରାଣସୀ ପରିଦର୍ଶନ କରିଥିଲେ। ଏହି ସମୟରେ ସେ କାଶୀ-ବିଶ୍ୱନାଥ କରିଡରର ପ୍ରଥମ ପର୍ଯ୍ୟାୟ ଉଦଘାଟନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ିରେ ଦିନତମାମ ବିଦ୍ୟୁତ୍‌ କାଟ୍‌, ଟୟ ଟ୍ରେନ୍‌, ମ୍ୟୁଜିକାଲ ଫାଉଣ୍ଟେନ୍‌ର ମଜା ନେଇପାରିଲେନି ପର୍ଯ୍ୟଟକ, ଶେଷରେ…

ଦାରିଙ୍ଗବାଡ଼ି,୨୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଛୁଟିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଭୋର ସମୟରୁ ହିଁ ବିଭିନ୍ନ ଅଞ୍ଚଳରୁ ପର୍ଯ୍ୟଟକଙ୍କ ଆଗମନ...

VB-G RAM G ବିଲକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, MGNREGA ବଦଳରେ ଏଣିକି ଲାଗୁ ହେବ…

ନୂଆଦିଲ୍ଲୀ,୨୧।୧୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ବିକାଶିତ ଭାରତ-ନିଯୁକ୍ତି ଏବଂ ଆଜୀବିକା ମିଶନ (ଗ୍ରାମୀଣ) ଗ୍ୟାରେଣ୍ଟି ବିଲ୍ VB-G RAM G ୨୦୨୫ କୁ ଅନୁମୋଦନ...

ଧରିତ୍ରୀର ପ୍ରଭାବ: ବେସାହାରା ଭାଇ ଭଉଣୀଙ୍କୁ ସାହାଯ୍ୟର ହାତ ବଢ଼ାଇଲେ ବିଧାୟକ

ଗଞ୍ଜାମ,୨୧।୧୨(ବିଦ୍ୟାଧର ସାହୁ ): ଧରିତ୍ରୀରେ ଖବର ପ୍ରକାଶ ପରେ ପଡିଲା ପ୍ରଭାବ । ବେସାହାରା ଭାଇଭଉଣୀକୁ ସାହାଯ୍ୟର ହାତ ବଢ଼ାଇଲେ ଛତ୍ରପୁର ବିଧାୟକ । ଗଞ୍ଜାମ...

ଏହି ମୁସଲମାନ ଦେଶରୁ ମିଳିଲା ୪୫୦୦ ବର୍ଷର ପୁରୁଣା ସୂର୍ଯ୍ୟମନ୍ଦିର

କାଇରୋ,୨୧ା୧୨: ମିଶରର ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା ମିଶରର ରାଜଧାନୀ କାଇରୋରେ ଏକ ଆବିଷ୍କାର କରିଛି, ଯାହା ବିଶ୍ୱକୁ ଆଶ୍ଚର୍ଯ୍ୟ କରିଛି। ଏଠାରେ ପ୍ରାୟ ୪,୫୦୦ ବର୍ଷ...

ଚିଲିକାରେ ଅଘଟଣ, ବୁଲିବାକୁ ଯାଇଥିବା ବେଳେ ବୁଡ଼ି ପର୍ଯ୍ୟଟକଙ୍କ ମୃତ୍ୟୁ

ଖୋର୍ଦ୍ଧା,୨୧।୧୨: ସାତପଡ଼ା ବୁଲିବାକୁ ଯାଇ ଚିଲିକାରେ ବୁଡ଼ିଗଲେ ପର୍ଯ୍ୟଟକ । ଚିଲିକା ମୁହାଣ ମୁହଁରେ ଗାଧୋଉଥିବା ସମୟରେ ଭାସିଯାଇଥିଲେ । ତେବେ ଏହି ଅଘଟଣରେ ପର୍ଯ୍ୟଟକଙ୍କ...

‘ପରବ’ର ଚତୁର୍ଥ ସନ୍ଧ୍ୟାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପ ଘୋଷଣା କରି…

କୋରାପୁଟ,୨୧ା୧୨(ଅମିତାଭ ବେହେରା): ଜାତୀୟସ୍ତରୀୟ ଆଦିବାସୀ ଲୋକ ମହୋତ୍ସବ ‘ପରବ’ ରବିବାର ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥିଭାବେ...

ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ମିଳିଲା ଯୁବକଙ୍କ ମୃତଦେହ, ପାଟିରୁ ରକ୍ତ ବାହାରିବାକୁ ନେଇ ସନ୍ଦେହ

ଭୁବନେଶ୍ବର,୨୧।୧୨:   ଭୁବନେଶ୍ୱର ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ଉଦ୍ଧାର ହେଲା ମୃତଦେହ । ଖବରପାଇ ମୈତ୍ରୀବିହାର ଥାନା ପୋଲିସ ଗେଷ୍ଟହାଉସରେ ପହଞ୍ଚି ମୃତଦେହ ଉଦ୍ଧାର...

ପ୍ରେମ ସମ୍ପର୍କକୁ ନେଇ ହତ୍ୟା ଅଭିଯୋଗ: ପୋଲିସ ଗାଡ଼ି ଅଟକାଇଲେ ଗାଁ ଲୋକେ, ଜିଲାପାଳ ନ ଆସିଲେ…

ବଲାଙ୍ଗୀର,୨୧ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାୟାବରା ଗାଁର ଏକ କୁକୁଡ଼ା ଫାର୍ମର ପଛପଟ ଏକ ଗଛରେ ଶୁକ୍ରବାର ଜଣେ ଯୁବକଙ୍କର ମୃତଦେହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri