Posted inRasifala

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ
ଆଜି ବନ୍ଧୁଙ୍କ ସହ କୌଣସି ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ। ପରଶ୍ରୀକାତର ପଡ଼ୋଶୀଙ୍କ ଦ୍ୱାରା ସଭାସମିତିରେ ସମାଲୋଚିତ ହୋଇପାରନ୍ତି। ପରିବାରର ବରାଦ ଅନୁସାରେ ଗୃହୋପକରଣ କ୍ରୟ କରିପାରନ୍ତି।
ବୃଷ
ବୃଷ
ସକାଳୁ ସକାଳୁ କୌଣସି ଘଟଣାକୁ କେନ୍ଦ୍ର କରି ସକାଳୁ ସକାଳୁ ମନଟା ବିଗିଡି ଯାଇପାରେ।ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରହିବା ସଙ୍ଗକୁ ପରିବାରରେ ଶାନ୍ତି ମଧ୍ୟ ଫେରି ଆସିବ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରେ ଆସିବେ। ଆଜି ଦିନ ମଧ୍ୟରେ ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ।
ମିଥୁନ
ମିଥୁନ
ଆଜିର କର୍ମକ୍ଷେତ୍ରରେ ବିନୟପୂର୍ଣ୍ଣ ବ୍ୟବହାର ଦ୍ୱାରା କାମ ହାସଲ ପାରନ୍ତି। ପରିବାରର ଆବଶ୍ୟକତା ପୂରଣ କରିବା ସକାଶେ ଧାରକରଜ କରି କାମ ଚଳାଇ ନେବେ। ସାମାଜିକ ସ୍ତରରେ ମଉଳି ଯାଇଥିବା ଆଶା ପୁଣି କଅଁଳି ଉଠିବ। ବିବାଦୀୟ ଘଟଣାରେ ମଧ୍ୟସ୍ଥତା କଲେ ଅପମାନିତ ହୋଇପାରନ୍ତି।
କର୍କଟ
କର୍କଟ
ମନ ଭଲ ନ ଥିବା କାରଣରୁ ପ୍ରତ୍ୟେକ ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରିବେ। ପୁରୁଣା ସମସ୍ୟାଗୁଡ଼ିକ ତୁଟି ଯାଇଥଲେ ମଧ୍ୟ ଆକସ୍ମିକ ଭାବେ ନୂତନ ସମସ୍ୟା ଦେଖାଦେବ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ପ୍ରଶଂସା ଓ ପ୍ରୋସତ୍ାହନ ପାଇ ମନୋବଳ ବୃଦ୍ଧି ପାଇବ। ଶିଳ୍ପ, ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ।
ସି˚ହ
ସି˚ହ
ଆଲୋଚନାର ଶେଷଭାଗରେ ବନ୍ଧୁ ମୁହଁ ଫେରାଇ ନେଇପାରନ୍ତି। ଅଫିସରେ ଭୁଲ୍‌ ବୁଝାମଣା ଯୋଗଁୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିବେ। ପରିବାରର ଆବଶ୍ୟକତା ଅନୁଯାୟୀ ଧାରକରଜ କରି କାମ ଚଳାଇ ନେବେ। ବୟସ୍କବ୍ୟକ୍ତିଙ୍କ ପରାମର୍ଶରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ।
କନ୍ୟା
କର୍ମକ୍ଷେତ୍ରରେ ବନ୍ଧୁମାନେ ଆପଣଙ୍କ ପରାମର୍ଶ ଲୋଡ଼ିପାରନ୍ତି। ସାମୟିକ ସମସ୍ୟା ଦେଖାଦେବାରୁ ହାତକୁ ନେଇଥିବା ଉନ୍ନୟନମୂଳକ କାମ ବାଧାପ୍ରାପ୍ତ ହୋଇପାରେ। ପ୍ରଶାସନିକ ସ୍ତରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇ ପଡ଼ିବେ। ଦୀର୍ଘ ଦିନ ହେଲା ଖୋଜୁଥିବା ଜିନିଷଟି ଆଜି ଅପରାହ୍ନେ ହଠାତ୍‌ ପାଇଯିବେ।
ତୁଳା
ତୁଳା
ଦୀର୍ଘ ଦିନ ହେଲା ମନରେ ଭାବୁଥିବା କଥାଟି ଆଜିର ଅପରାହ୍ନରେ ବାସ୍ତବରେ ପରିଣତ ହୋଇଯିବ। ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହୋଇପାରନ୍ତି। କର୍ମକ୍ଷେତ୍ରରେ ଈର୍ଷାଳୁ ବନ୍ଧୁଙ୍କ ଦ୍ୱାରା ମିଥ୍ୟା ଗୁଜବ ମନକୁ ଆତଙ୍କିତ କରିପାରେ। ଆଜିର ଯାତ୍ରା, ପ୍ରଶାସନ, କଳା, ସାହିତ୍ୟ କ୍ଷେତ୍ରରୁ ପ୍ରଶଂସିତ ହେବେ।
ବିଛା
ବିଛା
ଅଧିକାଂଶ ସମୟରେ ଟେନ୍ସନ ମଧ୍ୟରେ ଚଳିଲେ ମଧ୍ୟ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ। ଦକ୍ଷତା ଓ ସଚ୍ଚୋଟତା ହେତୁ କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଗୃହସୀମା କିମ୍ବା ଭୂମି, ଗାଡିମୋଟର ସମ୍ପର୍କୀୟ ଦୁଶ୍ଚିନ୍ତା ଆସିବ। ପଡ଼ୋଶୀମାନେ ସାଧାରଣ କଥାକୁ କେନ୍ଦ୍ର କରି କଳହ କରିପାରନ୍ତି ।
ଧନୁ
ଧନୁ
ଆଜିର ପ୍ରତ୍ୟୁଷ ଯାତ୍ରାରେ ଅଭିଳଷିତ ଫଳ ପାଇବେ। ଆପୋସ ମିଳାମିଶାରୁ ପାରିବାରିିକ ସମସ୍ୟାର ସମାଧାନ ଘଟିବ। କର୍ମକ୍ଷେତ୍ରରେ ଆଳସ୍ୟ ଓ ଅବହେଳାରୁ କୈଫିୟତ ଦେବାକୁ ପଡିପାରେ। ସ୍ବାର୍ଥହାନି ଆଶଙ୍କାରେ ଆମତ୍ୀୟ ମାନେ କ୍ରମଶଃ ଦୂରେଇ ଯାଇପାରନ୍ତି।
ମକର
ମକର
ଭଲରୂପେ ନ ଜାଣି ଲୋକମାନଙ୍କୁ ଅଯଥା ସନ୍ଦେହ କଲେ କ୍ଷତିରେ ପଡିବେ। ଆଜିର କର୍ମକ୍ଷେତ୍ରରେ ସହମତିରେ କାମକଲେ ସମସ୍ୟାର ସମାଧାନ ହେବ। ମୂଲ୍ୟବାନ ଜିନିଷଟି ପରକୁ ଦେଇ ଆବଶ୍ୟକ ସମୟରେ ନ ପାଇ ଅପଦସ୍ଥ ହୋଇପାରନ୍ତି। ପାରିବାରିକ ପ୍ରତିକୂଳ ପରିସ୍ଥିତି ଯୋଗୁଁ ଯୋଜନାଗୁଡିକ ଠିକ୍‌ଭାବେ ସମ୍ପୂର୍ଣ୍ଣ ହେବ ନାହିଁ।
କୁମ୍ଭ
କୁମ୍ଭ
ମାନସିକ ସ୍ଥିତି ପ୍ରାୟତଃ ଭଲ ରହିଲେ ମଧ୍ୟ ଦୁର୍ବଳତା ଲାଗିରହିବ। ବନ୍ଧୁଙ୍କ ସହାୟତାରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ବ୍ୟବସାୟକୁ ଆଗକୁ ବଢାଇବା ପାଇଁ କୌଣସି ନୂତନ ପଦକ୍ଷେପ ଗ୍ରହଣ କରିବେ। ଭୁଲ୍‌ ବୁଝାମଣା କାରଣରୁ ସ୍ତ୍ରୀଙ୍କ ତରଫରୁ ସମସ୍ୟା ଆସିପାରେ।
ମୀନମୀନ
ସାମାନ୍ୟ ବଚସାକୁ କେନ୍ଦ୍ରକରି ଆଜି ସକାଳୁ ଶାନ୍ତି ବ୍ୟାହତ ହୋଇପାରେ। ଆନୁଷ୍ଠାନିକ ସ୍ତରରେ ସବୁ ସମସ୍ୟା ଓ ଆଲୋଚନା ଜାଣି ମଧ୍ୟ ନୀରବତା ଅବଲମ୍ବନ କରିବାକୁ ଶ୍ରେୟ ମନେ କରିବେ। ବ୍ୟବସାୟ, ବାଣିଜ୍ୟ ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହେବ। ଆଶା କରିଥିବା କୌଣସି ଶୁଭ ଖବର ପାଇ ଖୁସି ହେବେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ମିଥୁନ ରାଶି ସମେତ ଏହି ରାଶି ଉପରେ ରହିବ ଗଣେଷଙ୍କ କୃପା, ଖୋଲିବ ଭାଗ୍ୟ

କୁମ୍ଭ ରାଶିରେ ଚନ୍ଦ୍ର ନୂତନ ଚିନ୍ତାଧାରା, ଅଭିନବ ନିଷ୍ପତ୍ତି ଏବଂ ସାମୂହିକ ମଙ୍ଗଳ ଉପରେ ଧ୍ୟାନ ଦେବାକୁ ଇଙ୍ଗିତ କରେ। ଧନୁ ରାଶିରେ ସୂର୍ଯ୍ୟ, ମଙ୍ଗଳ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri