ଯୁକ୍ତ ୨ ବାର୍ଷିକ ପରୀକ୍ଷା: ୨୭ରୁ ଫର୍ମ ପୂରଣ ଆରମ୍ଭ

ଭୁବନେଶ୍ୱର, ୨୪।୧୨(ବ୍ୟୁରୋ): ଆସନ୍ତା ୨୭ ତାରିଖରୁ ଯୁକ୍ତ ୨ ବାର୍ଷିକ ପରୀକ୍ଷା ପାଇଁ ଫର୍ମପୂରଣ ଆରମ୍ଭ ହେବ। କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ପରୀକ୍ଷା ଲାଗି ଫର୍ମ ପୂରଣ ପ୍ରକ୍ରିୟା ଆରମ୍ଭ ହେବା ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ଫର୍ମ ପୂରଣ ପ୍ରକ୍ରିୟା ୨୭ରୁ ଆରମ୍ଭ ହୋଇ ୪ ତାରିଖ ଯାଏ ବିନା ଜରିମାନାରେ ଚାଲିବ। ଯେଉଁ ଛାତ୍ରଛାତ୍ରୀମାନେ ଏହି ସମୟ ମଧ୍ୟରେ ଫର୍ମପୂରଣ କରି ନ ଥିବେ ସେମାନେ ଆସନ୍ତା ୫ ରୁ ୬ ତାରିଖ ମଧ୍ୟରେ ୧୦୦ଟଙ୍କା ଜରିମାନା ଓ ୭ ରୁ ୮ ତାରିଖ ମଧ୍ୟରେ ୪୫୦ ଟଙ୍କା ଜରିମାନା ଦେଇ ଫର୍ମପୂରଣ କରିପାରିବେ । ଫର୍ମ ପୂରଣ ବାବଦରେ ୫୨୦ ଟଙ୍କା ଦାଖଲ କରିବାକୁ ହେବ । ସାମ୍ସ ୱେବ୍‌ସାଇଟ ଲଗ୍‌ଇନ୍‌ କରି ଆଡମିଟ୍‌ କାର୍ଡ ପାଇପାରିବେ ଛାତ୍ରଛାତ୍ରୀ । କଲେଜର ସାମ୍ସ ପୋର୍ଟାଲ ଜରିଆରେ କର୍ତ୍ତୃପକ୍ଷ ଛାତ୍ରଛାତ୍ରୀଙ୍କ ଫର୍ମ ପୂରଣ କରିବେ । ଆବଶ୍ୟକୀୟ କାଗଜପତ୍ର ସହ ନିର୍ଭୁଲ ଭାବେ ପିଲାଙ୍କ ଫର୍ମ ପୂରଣ କରିବା ପାଇଁ ସିଏଚ୍‌ଏସ୍‌ଇର ପରୀକ୍ଷା ନିୟନ୍ତ୍ରକ ବିଜୟ କୁମାର ସାହୁ ନିର୍ଦ୍ଦେଶ ଦେଇଛନ୍ତି । ଏନେଇ ସମସ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତଥା ଯୁକ୍ତ ୨ କଲେଜ ଅଧ୍ୟକ୍ଷମାନଙ୍କୁ ଚିଠିରେ ନିର୍ଦ୍ଦେଶ ହୋଇଛି । ଏହା ସହ ଫର୍ମ ପୂରଣ ପାଇଁ ଗାଇଡଲାଇନ ମଧ୍ୟ ଜାରି ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଅଂଶୁଘାତରେ ଆଉ ଜଣଙ୍କର ମୃତ୍ୟୁ

ଭୁବନେଶ୍ୱର,୨୯।୪: ରାଜ୍ୟରେ ଅଂଶୁଘାତରେ ଆଉ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ଢେଙ୍କନାଳ ଜିଲାର ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।...

ରାହୁଲଙ୍କ ଭାଷଣକୁ ନେଇ ଜୋର୍‌ ଧରିଲା ରାଜନୀତି

ଭୁବନେଶ୍ୱର, ୨୯।୪(ସୁନିତ୍‌ ମିଶ୍ର):୨୦୨୪ ନିର୍ବାଚନ ପାଇଁ ମେ’ ୧୩ରେ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ୍‌ ଅନୁଷ୍ଠିତ ହେବ। ଏଥିଲାଗି ଭାଜପା ଏବଂ କଂଗ୍ରେସର କେନ୍ଦ୍ରୀୟ ନେତାମାନଙ୍କ...

ଅପରାଜିତାଙ୍କ ବିରୋଧରେ ତେଜିଲା ବିଦ୍ରୋହର ସ୍ବର: ସ୍ବାଧୀନ ଭାବେ ଲଢିବାକୁ ଧମକ ଦେଲେ କାଳୁ

ଖୋର୍ଦ୍ଧା,୨୯।୪(ପ୍ରଭାତ ପାଣିଗ୍ରାହୀ):ଭାଜପା ଖୋର୍ଦ୍ଧାରୁ ପ୍ରଶାନ୍ତ ଜଗଦ୍ଦେବଙ୍କୁ ପ୍ରାର୍ଥୀ କରିବା ପରେ ଦଳରେ ବିଦ୍ରୋହର ସ୍ବର ଉଠିଛି। ରବିବାର ଖୋର୍ଦ୍ଧା ମଳିପଡ଼ାରେ କାଳୁଚରଣ ଖଣ୍ଡାୟତରାୟ ସ୍ବାଭିମାନ ସମାବେଶ...

କଂଗ୍ରେସ ଛାଡ଼ିଲେ ଦୁଲାଲ

ଭୁବନେଶ୍ୱର,୨୯ା୪: କଂଗ୍ରେସରୁ ସୋମବାର ଇସ୍ତଫା ଦେଇଛନ୍ତି ଦୁଲାଲ ପ୍ରଧାନ। ରବିବାର ଦୁଲାଲଙ୍କଠାରୁ ତାଙ୍କ ଟିକେଟ୍‌ ଫେରାଇ ନେବା ପରେ ସେ ଦଳ ଛାଡ଼ିଛନ୍ତି। ଦୁଲାଲ ତାଙ୍କର...

ଘାଟିରୁ ଖସିଲା ପେପର ରୋଲ୍‌ ବୋଝେଇ ଟ୍ରକ୍‌: ଡ୍ରାଇଭର, ହେଲପର ଆହତ

ଖଲ୍ଲିକୋଟ,୨୯ା୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ବଡ଼ଘାଟିରେ ସୋମବାର ଭାରସାମ୍ୟ ହରାଇ ୫୦ଫୁଟ ତଳକୁ ଏକ...

ଏନ୍‌କାଉଣ୍ଟରରେ କୁଖ୍ୟାତ ଅପରାଧୀ ସୁବାସ ଆହତ

କାମାକ୍ଷାନଗର,୨୯ା୪(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ପୋଲିସ କୁଖ୍ୟାତ ଅପରାଧୀ ସୁବାସ ଖୁଣ୍ଟିଆଙ୍କୁ ଏନ୍‌କାଉଣ୍ଟର କରିଛି। ଫଳରେ ସେ ଆହତ ହୋଇଛନ୍ତି। ତାଙ୍କ ଡାହାଣ...

ଆଜି ପ୍ରାର୍ଥିପତ୍ର ଦାଖଲ କରିବେ ବର୍ଷା, ବାପାଙ୍କ ସମାଧିପୀଠରେ ପୂଜାର୍ଚ୍ଚନା କରି ହେଲେ ଭାବବିହ୍ବଳ

ପଦ୍ମପୁର,୨୯ା୪(ପ୍ରଦୀପ୍ତ ଦାଶ): ସୋମବାର ପଦ୍ମପୁର ନିର୍ବାଚନ ମଣ୍ଡଳୀର ବିଧାୟିକା ବର୍ଷା ସିଂ ବରିହା ତାଙ୍କ ନାମାଙ୍କନପତ୍ର ଦାଖଲ କରିବା କାର୍ଯ୍ୟକ୍ରମ ରହିଥିବାବେଳେ ସକାଳୁ ସକାଳୁ ପଦ୍ମପୁରସ୍ଥିତ...

ଉପକୂଳ ଓଡ଼ିଶାରେ ବହିବ ସାମୁଦ୍ରିକ ଝଡ଼

ଭୁବନେଶ୍ୱର,୨୯ା୪: ସୋମବାର ସକାଳ ସାଢ଼େ ୮ଟା ସୁଦ୍ଧା ବିଭିନ୍ନ ସ୍ଥାନର ତାପମାତ୍ରା ରେକର୍ଡ କରାଯାଇଛି। ବାରିପଦାରେ ତାପମାତ୍ରା ୩୬ ଡିଗ୍ରୀ ଥିବା ବେଳେ ବାଲେଶ୍ୱରରେ ୩୬,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri