Posted inଖେଳ

କ୍ରିକେଟରୁ ଦୂରେଇ ଗଲେ ଐତିହାସିକ କୋଲକାତା ଟେଷ୍ଟର ଅନ୍ତିମ ଷ୍ଟାର

ମୁମ୍ବାଇ,୨୪।୧୨: ଭେଟେରାନ ଭାରତୀୟ ସ୍ପିନର ହରଭଜନ ସିଂ ଶୁକ୍ରବାର ସମସ୍ତ ପ୍ରକାର କ୍ରିକେଟରୁ ସନ୍ନ୍ୟାସ ଘୋଷଣା କରିଛନ୍ତି। ଏଥିସହିତ ଐତିହାସିକ କୋଲକାତା ଟେଷ୍ଟରେ ଭାରତୀୟ ଦଳକୁ ପ୍ରତିନିଧିତ୍ୱ କରିଥିବା ସମସ୍ତ ଖେଳାଳି ଦୂରେଇ ଯାଇଛନ୍ତି କ୍ରିକେଟରୁ। ୨୦୦୧ରେ କୋଲକାତାର ଇଡେନ ଗାର୍ଡେନରେ ଖେଳାଯାଇଥିବା ଅଷ୍ଟ୍ରେଲିଆ ବିପକ୍ଷ ମ୍ୟାଚ୍‌ରେ ଫଲୋଅନ୍‌ ପାଇବା ସତ୍ତ୍ୱେ ଭାରତ ମ୍ୟାଚ୍‌କୁ ନେଇଥିଲା।

ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରିଥିବା ଅଷ୍ଟ୍ରେଲିଆ ୪୪୫ ରନ୍‌ କରିଥିଲା। ସେହି ଇନିଂସରେ ଭାରତ ପାଇଁ ହ୍ୟାଟ୍ରିକ ସହିତ ୭ ଉଇକେଟ ନେଇଥିଲେ ଭଜି। ସେ ପ୍ରଥମ ଭାରତୀୟ ଭାବେ ଟେଷ୍ଟ କ୍ରିକେଟରେ ହ୍ୟାଟ୍ରିକ ସଫଳତା ହାସଲ କରିଥିଲେ। ଜବାବରେ ୧୭୧ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା ଭାରତ। ଫଲୋଅନ୍‌ ଭୋଗିଥିବା ଘରୋଇ ଦଳ ଦ୍ୱିତୀୟ ଇନିଂସରେ ୭ ଉଇକେଟ ହରାଇ ୬୫୭ ରନ୍‌ କରିଥିଲା। ଏହି ଇନିଂସରେ ୩୭୬ ରନ୍‌ର ମାରାଥନ ଭାଗୀଦାରି ଖେଳିଥିଲେ ରାହୁଲ ଡ୍ରାଭିଡ୍‌ (୨୮୧) ଓ ଭିଭିଏସ୍‌ ଲକ୍ଷ୍ମଣ(୧୮୦)। ୩୮୯ ରନ୍‌ର ଟାର୍ଗେଟ ନେଇ ଓହ୍ଲାଇଥିବା ଅଷ୍ଟ୍ରେଲିଆ ଅନ୍ତିମ ପାଳିରେ ୨୧୨ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା। ପ୍ରଥମ ଇନିଂସ ଭଳି ଦ୍ୱିତୀୟ ପାଳିରେ ମଧ୍ୟ ଭାରତ ପାଇଁ ସବୁଠୁ ସଫଳତମ ବୋଲର ସାବ୍ୟସ୍ତ ହୋଇଥିଲେ ଭଜି (୬ ଉଇକେଟ)। ଏହି ଐତିହାସିକ ଟେଷ୍ଟରେ ଭାରତ ପାଇଁ ଖେଳିଥିବା ସମସ୍ତ ଖେଳାଳି ବହୁ ପୂର୍ବରୁ ଅବସର ନେଇସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri