୧.୧ ଲକ୍ଷ ହିତାଧିକାରୀଙ୍କୁ ଦିଆଗଲା ୩୦.୩ କୋଟି

ଭୁବନେଶ୍ୱର, ୨୫।୧୨(ବ୍ୟୁରୋ): ରାଜ୍ୟର ୧୧୪ ସହରାଞ୍ଚଳର ୧ ଲକ୍ଷ ୧ ହଜାର ପଥପାର୍ଶ୍ୱ ବ୍ୟବସାୟୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ତୃତୀୟ ପର୍ଯ୍ୟାୟରେ ୩୦୦୦ ଟଙ୍କା ଲେଖାଏ ସ୍ବତନ୍ତ୍ର କୋଭିଡ୍‌ ସହାୟତା ପ୍ରଦାନ କରିଛନ୍ତି। ଏଥିପୂର୍ବରୁ ମାର୍ଚ୍ଚ ୨୦୨୦ ଏବଂ ଜୁନ୍‌ ୨୦୨୧ରେ ୩୦୦୦ ଟଙ୍କା ଲେଖାଏ ସହାୟତା ଦିଆଯାଇଥିଲା। ରାଜ୍ୟର ବଜାର ସୁବିଧା ପାଇଁ ‘ମୁକ୍ତା’ ଯୋଜନାରେ ୮୭ଟି ସହରାଞ୍ଚଳରେ ଭେଣ୍ଡିଂ ଜୋନ୍‌ ନିର୍ମାଣ ହେବ। ଏଥିରେ ୬୦ କୋଟି ଟଙ୍କା ଖର୍ଚ୍ଚ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।
ପଥପାର୍ଶ୍ୱ ବିକ୍ରେତାଙ୍କ ଉଦ୍ଦେଶ୍ୟରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ, କୋଭିଡ୍‌ ସମସ୍ତଙ୍କ ଜୀବିକା ଉପରେ ପ୍ରଭାବ ପକାଇଛି। ଏହି କଷ୍ଟକୁ ଅନୁଭବ କରିହେଉଛି। ସରକାର ସର୍ବଦା କ୍ଷୁଦ୍ର ବ୍ୟବସାୟୀଙ୍କ ସାଥିରେ ରହିଛନ୍ତି। ସହରାଞ୍ଚଳ ଅର୍ଥନୀତିରେ ପଥପାର୍ଶ୍ୱ ବିକ୍ରେତା ଗୁରୁତ୍ୱପୂର୍ଣ୍ଣ ଅଙ୍ଗ। ବଡ଼ ମଲ୍‌, ଦୋକାନ ଥିବା ସତ୍ତ୍ବେ ପଥପ୍ରାନ୍ତ ବିକ୍ରେତାଙ୍କ ଗୁରୁତ୍ୱ ରହିଛି। ଏହି ସହାୟତା ସେମାନଙ୍କ ଜୀବିକାକୁ ସୁରକ୍ଷା ଯୋଗାଇବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସେହିପରି କରୋନା ଭୟ ସମ୍ପୂର୍ଣ୍ଣ ଯାଇ ନ ଥିବାରୁ ସର୍ବାଧିକ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ନିବେଦନ କରିଛନ୍ତି। କାର୍ଯ୍ୟକ୍ରମରେ ଯୋଗଦେଇ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା କହିଲେ, ମୁଖ୍ୟମନ୍ତ୍ରୀ ହେଉଛନ୍ତି ଗରିବଙ୍କ ମନର କଥା ବୁଝୁଥିବା ଜଣେ ଜନନେତା। ଅଭିନବ ଉପାୟରେ ସେ ସମସ୍ତଙ୍କୁ ସବୁ ସମୟରେ ସହାୟତା ଯୋଗାଇ ଆସିଛନ୍ତି। ମନ୍ତ୍ରୀ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା, ଘର ମରାମତି ସହାୟତା ସହିତ ରାଜ୍ୟର ଅନେକ କଲ୍ୟାଣକାରୀ ଯୋଜନା ଉପରେ ଆଲୋକପାତ କରିଥିଲେ।
ଭୁବନେଶ୍ବରର ପଥପ୍ରାନ୍ତ ବ୍ୟବସାୟୀ ଅକ୍ଷୟ ମହାନ୍ତି, ରାଉରକେଲାର କୃଷ୍ଣଚନ୍ଦ୍ର ମୁଖାର୍ଜୀ, ସମ୍ବଲପୁରର ରବିନାରାୟଣ ପ୍ରଧାନ, କଟକର ଶ୍ରୀଧର ରାୟ, ବ୍ରହ୍ମପୁରରୁ ଟୁନି ବେହେରା କହିଲେ, ଲକ୍‌ଡାଉନ୍‌ ହେବାପରେ ଆର୍ଥିକ ଅବସ୍ଥା ଶୋଚନୀୟ ହୋଇଯାଇଥିଲା। ମୁଖ୍ୟମନ୍ତ୍ରୀ ସେମାନଙ୍କ ଦୁଃଖ ବୁଝି ତୃତୀୟ ଥର ସହଯୋଗର ହାତ ବଢ଼ାଇଛନ୍ତି। ସେଥିପାଇଁ ସେମାନେ ମୁଖ୍ୟମନ୍ତ୍ରୀଙ୍କ ଦୀର୍ଘଜୀବନ କାମନା କରିଥିଲେ। ୫-ଟି ସଚିବ
ଭି.କେ. ପାଣ୍ଡିଆନ୍‌ କାର୍ଯ୍ୟକ୍ରମ ପରିଚାଳନା କରିଥିବାବେଳେ ନଗର ଉନ୍ନୟନ ବିଭାଗ ପ୍ରମୁଖ ସଚିବ ଜି. ମାଥିଭାଥନନ ସ୍ବାଗତ ଭାଷଣ ଦେଇଥିଲେ। ପୌର ପ୍ରଶାସନ ନିର୍ଦ୍ଦେଶକ ଧନ୍ୟବାଦ ଦେଇଥିଲେ। କାର୍ଯ୍ୟକ୍ରମରେ ମନ୍ତ୍ରୀ ଅଶୋକ ପଣ୍ଡା, ବିଧାୟକ ସୁଶାନ୍ତ ରାଉତ, ଅନନ୍ତ ଜେନାଙ୍କ ସମେତ ବିଭିନ୍ନ ମହାନଗର ନିଗମ କମିଶନର, ଜିଲାପାଳ, ପୌରାଞ୍ଚଳ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶଟ ସର୍କିଟ୍‌ରୁ ଜଳିଗଲା ଘର

ପାରଳାଖେମୁଣ୍ଡି,୨୬ା୧୨(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ପୌରପରିଷଦ ୬ ନଂ.ୱାର୍ଡ ଅନ୍ତର୍ଗତ ରେଲିସେରି ସାହିର ଜଣେ ବ୍ୟକ୍ତିଙ୍କ ଘରେ ସର୍ଟସର୍କିଟ ଯୋଗୁଁ ନିଆଁଲାଗି ଘରର ସମସ୍ତ ଆସବାବପତ୍ର ପୋଡି...

ବର୍ଷର ଶେଷ ଶନିବାରରେ ବିରଳ ସଂଯୋଗ, ମୀନ ସମେତ ଏହି ୫ ରାଶି ହେବେ ମାଲାମାଲ; ବଢିବ ବ୍ୟାଙ୍କ୍‌ ବାଲାନ୍ସ

ଆସନ୍ତାକାଲି ହେଉଛି 2025 ମସିହାର ଶେଷ ଶନିବାର। ଶନିବାର ନ୍ୟାୟ ଏବଂ କର୍ମର ଗ୍ରହ ଶନିଦେବଙ୍କୁ ଉତ୍ସର୍ଗୀକୃତ, ଏବଂ ତାଙ୍କୁ ପୂଜା କରିବା ଦ୍ୱାରା ଧୈଯ୍ୟ...

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

୨୦୨୬ରେ ତୁଳା ରାଶିରେ ଶନିଙ୍କ ଗୋଚରରେ ହେବ ଧନହାନୀ, ସିଂହ ରାଶି ପାଇବେ ଚାକିରି, ମିଳିବ ବଡ଼ ପଦବୀ!

୨୦୨୬ ତୁଳା ରାଶି ପାଇଁ ସନ୍ତୁଳିତ, ବିଚକ୍ଷଣ ଏବଂ ଜ୍ଞାନୀ ନିଷ୍ପତ୍ତିର ବର୍ଷ ହେବ। ଏହି ବର୍ଷ ଆପଣଙ୍କୁ ଶିଖାଇବ ଯେ ସବୁବେଳେ ଶୀଘ୍ର ନିଷ୍ପତ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri