ମାଂସ ଶିକାରୀଙ୍କ ଲୋଲୁପ ଦୃଷ୍ଟିରେ ଭିତରକନିକା

କେନ୍ଦ୍ରାପଡ଼ା ଅଫିସ, ୨୫।୧୨: ଭିତରକନିକା ଜାତୀୟ ଉଦ୍ୟାନରୁ ଗତ ୯ ତାରିଖରେ ହରିଣ ଶିକାର କରି ବଗପାଟିଆ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଫକୀର ମୋହନ ନାୟକ ଧରାପଡିଥିଲେ। ଏହି ଘଟଣାରେ ଜେଲ ଯିବା ପରେ ତାଙ୍କୁ ଜିଲା ଶିକ୍ଷା ବିଭାଗ ନିଲମ୍ବିତ କରିଛନ୍ତି। ଏହା ବ୍ୟତୀତ ଚଳିତବର୍ଷ ୧୦୦ରୁ ଊର୍ଦ୍ଧ୍ୱ ଶିକାର ମାମଲା ସହ ୨୦୦ରୁ ଅଧିକ ଲୋକଙ୍କୁ ବନ ବିଭାଗ ଗିରଫ କଲାଣି। କଟକଣା ସମୟରେ ସମୁଦ୍ରରେ ମାଛ ମାରିବାଠାରୁ ଆରମ୍ଭ କରି ଜାତୀୟ ଉଦ୍ୟାନ ସଂରକ୍ଷିତ ଅଞ୍ଚଳରୁ ପଶୁ ପକ୍ଷୀଙ୍କ ଶିକାର ହୋଇଛି। ତେବେ ଆସନ୍ତା ବଡଦିନ ଓ ନୂଆବର୍ଷ ପାଇଁ ଶିକାରୀଙ୍କ ଲୋଲୁପ ଦୃଷ୍ଟି ଭିତରକନିକାରେ ପଡିଛି ବୋଲି ସ୍ଥାନୀୟ ଅଞ୍ଚଳରେ ମତ ପ୍ରକାଶ ପାଇଛି। ରାଜନଗରର ବସନ୍ତ କୁମାର ହାତୀ କହିଛନ୍ତି, ବଡଦିନ ଓ ନୂଆବର୍ଷ ଦୁଇଦିନରେ ପର୍ଯ୍ୟଟକଙ୍କ ସଂଖ୍ୟା ଅଧିକ ହୋଇଥିବା ବେଳେ ସମସ୍ତ ଅଞ୍ଚଳରେ ଭୋଜିଭାତ କରିଥାନ୍ତି। ଏହାକୁ ଦୃଷ୍ଟିରେ ରଖି ଶିକାରୀମାନେ ଶିକାର ଖୋଜିବାରେ ଲାଗି ପଡିଛନ୍ତି। ଭିତରକନିକାରେ ଶୀତ ଋତୁରେ ଦେଶୀ ବିଦେଶୀ ପକ୍ଷୀଙ୍କ ଭିଡ ଲାଗିଛି। ଭିତରକନିକା ଆଭ୍ୟନ୍ତର ଓ ବାହ୍ୟ ଅଞ୍ଚଳରେ ପକ୍ଷୀଙ୍କ ଶିକାର ଚାଲିଛି। ଏହାର ମାଂସ ନିକଟସ୍ଥ ବ୍ଲକ ଅଞ୍ଚଳ ସମେତ ପାରାଦୀପ, ଧାମରା, ଯାଜପୁର ଆଦି ଅଞ୍ଚଳକୁ ଯାଉଛି। ଏହା ନୂଆ ନୁହେଁ। ଜାତୀୟ ଉଦ୍ୟାନ ମଧ୍ୟରେ ଥିବା ବାର୍‌ହା, ହରିଣଠାରୁ ଆରମ୍ଭ କରି ପଶୁପକ୍ଷୀଙ୍କୁ ମାଂସ ପାଇଁ ଶିକାର କରାଯାଉଛି। ଏଥିସହ ସାମୁଦ୍ରିକ ଜୀବଙ୍କୁ ଶିକାର କରାଯାଇ ଏହି ଦୁଇଦିନରେ ଶିକାରୀ ଭଲ ରୋଜଗାର କରନ୍ତି। ଦୋଳଗୋବିନ୍ଦ ଜେନା କହିଛନ୍ତି, ଯନ୍ତା ସହ କେତେଜଣ ଶିକାରୀ କୁକୁରକୁ ଶିକାର କାର୍ଯ୍ୟରେ ନିୟୋଜିତ କରୁଛନ୍ତି। ସେହିପରି ବିରଳ ଅଲିଭ ରିଡଲେ କଇଁଛ ଶିକାର ଚାଲିଥିବା ବେଳେ ବନ ବିଭାଗ ପକ୍ଷରୁ ଅଦ୍ୟାବଧି କୌଣସି ମାମଲାରେ ଏହାକୁ ଦର୍ଶାଇ ଯାଉନାହିଁ। ବଡଦିନ ଓ ନୂଆବର୍ଷ ପୂର୍ବରୁ ମାଂସ ପାଇଁ ଶିକାର ହେଉଥିବା ସେ ପ୍ରକାଶ କରିଛନ୍ତି। ଏ ସମ୍ପର୍କରେ ଡିଏଫ୍‌ଓ ଡ. ଯଜ୍ଞଦତ୍ତ ପତି କହିଛନ୍ତି, ଏ ନେଇ ବନ ବିଭାଗ ସତର୍କ ଅଛି। ବିଭିନ୍ନ ରେଞ୍ଜ ଅଫିସରଙ୍କୁ ଏ ସମ୍ପର୍କରେ ଆଲର୍ଟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ

ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍‌ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri