Posted inଜାତୀୟ

ଏନ୍‌କାଉଣ୍ଟରରେ ୨ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା…

ଶ୍ରୀନଗର, ୨୫।୧୨: ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧୀ ଅପରେଶନ୍‌ ଅଲ୍‌ଆଉଟ୍‌ରେ ମିଳିତ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଶୋପିଆନ୍‌ରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୨ ଜଣ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। ସ୍ଥାନୀୟ ଚୌଗାମ୍‌ରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ମିଳିବା ପରେ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ ଆରମ୍ଭ ହୋଇଥିଲା। ଆତଙ୍କବାଦୀଙ୍କୁ ଆତ୍ମସପର୍ମଣ ପାଇଁ ସତର୍କ ସୂଚନା ଜାରି କରାଯାଇଥିଲା। ତେବେ ସେମାନେ ସୁରକ୍ଷାକର୍ମୀଙ୍କ ଉପରକୁ ପ୍ରଥମେ ଗୁଳି ଚାଳନା କରିଥିଲେ। ଏହାର ଜବାବ୍‌ରେ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପାଲଟା ଗୁଳି ଚାଳନା କରାଯାଇଥିବା କଶ୍ମୀର ଜୋନ୍‌ ପୋଲିସ ପକ୍ଷରୁ କୁହାଯାଇଛି।

ଆତଙ୍କବାଦୀଙ୍କଠାରୁ ଗୋଳା ବାରୁଦ ଏବଂ ଜୀବନ୍ତ ଗୁଳି ଜବତ ହୋଇଛି। ସର୍ଚ୍ଚ ଅପରେଶନ୍‌ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟିମ ଇଣ୍ଡିଆ ଜିତି ପାରିବନି ୨୦୨୬ ଟି-୨୦ ବିଶ୍ୱକପ? ଜାଣନ୍ତୁ ୩ ବଡ଼ କାରଣ

ନୂଆଦିଲ୍ଲୀ,୨୧।୧୨: ୨୦୨୬ ଟି୨୦ ବିଶ୍ୱକପ ଫେବୃଆରୀ ଏବଂ ମାର୍ଚ୍ଚରେ ଅନୁଷ୍ଠିତ ହେବ। ବିଶ୍ୱକପର ପ୍ରଥମ ମ୍ୟାଚ ଫେବୃଆରୀ ୭ରେ ଖେଳାଯିବ ଏବଂ ଫାଇନାଲ ମାର୍ଚ୍ଚ ୮ରେ...

ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କ ସହ ଜଡିତ ଅତିକମରେ ୧୬ ଫାଇଲ ଗାଏବ! ଟ୍ରମ୍ପଙ୍କ ଫଟୋ ବି ୨୪ ଘଣ୍ଟାରେ ଡିଲିଟ, ଆମେରିକାରେ ହଇଚଇ

ଓ୍ବାଶଂଟନ,୨୧।୧୨: ଆମେରିକାରେ ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କୁ ନେଇ ବିବାଦ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଆମେରିକାର ନ୍ୟାୟ ବିଭାଗ (DOJ)ର ସରକାରୀ ସାର୍ବଜନୀନ ୱେବସାଇଟରୁ ଏପ୍‌ଷ୍ଟିନ୍‌ ମାମଲା...

୧୧ ବିମାନବନ୍ଦର ଲିଜ୍‌ରେ ନେବ ଆଦାନୀ

ନୂଆଦିଲ୍ଲୀ,୨୧ା୧୨: କେନ୍ଦ୍ର ସରକାର ଦେଶର କେତେକ ସରକାରୀ ବିମାନବନ୍ଦରକୁ ଘରୋଇ କମ୍ପାନୀକୁ ଲିଜ୍‌ ଦେବା ପାଇଁ ଯୋଜନା କରୁଥିବାବେଳେ ଆଦାନୀ ଏଣ୍ଟରପ୍ରାଇଜେସ୍‌ ୧୧ଟି ଏୟାରପୋର୍ଟ ପାଇଁ...

ବିଜେଡିରେ ବଡ଼ ହଲଚଲ: ୪୦ ପରେ ୩ ନେତାଙ୍କୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ବିଜେଡିର ପ୍ରାୟ ୪୦ ଜଣ ପୂର୍ୱତନ ବିଧାୟକ ଏବଂ ୨୦୨୪ରେ ବିଧାୟକ ପ୍ରାର୍ଥୀ ହୋଇଥିବା ନେତା ଭୁବନେଶ୍ୱର ଉପକଣ୍ଠରେ ଶୁକ୍ରବାର ଏକ ଭୋଜି...

‘ଉସମାନ ହାଦି ଆମ ହୃଦୟରେ ରହିବେ’ ହାଦିଙ୍କ ଶେଷ ଯାତ୍ରାରେ ଯୋଗଦେଇ ୟୁନୁସ କହିଲେ…

ଢାକା,୨୧।୧୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ଛାତ୍ର ନେତା ଏବଂ ଇନକିଲାବ ମଞ୍ଚର ମୁଖପାତ୍ର ସରିଫ ଓସମାନ ହାଦିଙ୍କ ଆଦର୍ଶକୁ ଆଗକୁ...

ବର୍ବରତା, ୭ ବର୍ଷର ଝିଅକୁ ଜୀଅନ୍ତା ଜାଳିଦେଲେ ଲୋକେ, ସରକାରଙ୍କୁ ୨୪ ଘଣ୍ଟାର ଅଲ୍ଟିମେଟମ

ଢାକା,୨୧।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ମୃତ୍ୟୁ ପରେ ବାଂଲାଦେଶରେ ଘଟିଥିବା ବ୍ୟାପକ ହିଂସା ସମୟରେ ଜଣେ ନିର୍ଦ୍ଦୋଷ ଝିଅକୁ ଜୀବନ୍ତ ଜାଳି ଦିଆଯିବାର...

ଆହୁଜା ନା ନୂଆ: କିଏ ହେବେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ?

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ରାଜ୍ୟର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ କିଏ ହେବେ ତାକୁ ନେଇ କିଛିଦିନ ହେଲା ଚର୍ଚ୍ଚା ଜୋର୍‌ ଧରିବାରେ ଲାଗିଛି। ଓଡ଼ିଶା ମୁଖ୍ୟ...

ଟ୍ରେନ୍‌ ଧକ୍କାରେ ୭ ହାତୀ ମୃତ, ରାଜଧାନୀ ଏକ୍ସପ୍ରେସ୍‌ର ୫ ବଗି ଲାଇନଚ୍ୟୁତ

ଗୁଆହାଟୀ,୨୧ା୧୨(ପି.ଟି./ଏଜେନ୍ସି): ଜଙ୍ଗଲରେ ଭିତ୍ତିଭୂମି ନିର୍ମାଣ ପାଇଁ ମାନବୀୟ ଓ ବ୍ୟବସାୟିକ କାର୍ଯ୍ୟକଳାପ ସହ ହାତୀ ଚଲାପଥ ଦେଇ ରେଳଲାଇନ ବିଛାଇବା ପ୍ରାଣୀଙ୍କ ଲାଗି ବିପଦ ସାଜୁଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri