ମହିଳା ମୋର୍ଚ୍ଚାର ବିକ୍ଷୋଭ

ଢେଙ୍କାନାଳ ଅଫିସ, ୨୫।୧୨-ମମିତା ମେହର ହତ୍ୟାକାଣ୍ଡ ଏବଂ ରାଜ୍ୟରେ ଶିଶୁ ଓ ମହିଳାଙ୍କ ଉପରେ ହେଉଥିବା ନିର୍ଯାତନା ପ୍ରତିବାଦରେ ଶୁକ୍ରବାର ଢେଙ୍କାନାଳ ଜିଲା ଭାଜପା ମହିଳା ମୋର୍ଚ୍ଚା ପକ୍ଷରୁ ବିକ୍ଷୋଭ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସଭାନେତ୍ରୀ ମମତା ସ୍ବାଇଁଙ୍କ ନେତୃତ୍ୱରେ ଗୋପବନ୍ଧୁ ଟାଉନ୍‌ ହଲ ପରିସରରୁ ବାହାରିଥିବା ଏହି ଶୋଭାଯାତ୍ରା ଜିଲା କାର୍ଯ୍ୟାଳୟରେ ପହଞ୍ଚତ୍ଥିଲା। ମମିତା ମାମଲାରେ ଶାସକ ଦଳ ଅଭିଯୁକ୍ତ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ସୁରକ୍ଷା ଦେଉଛି। ଏ ସମ୍ପର୍କିତ ପ୍ରମାଣ ନଷ୍ଟ କରାଯାଇଛି। ଓଡ଼ିଶାରେ ଦୈନିକ ୪ବଳାତ୍କାର, ୬ ଅପହରଣ ଘଟୁଥିବାବେଳେ ୭ ବର୍ଷରେ ୨୭ ହଜାର ଶିଶୁ ନିଖୋଜ ଥିବା ବିଜେଡି ସରକାରଙ୍କ ବିଫଳତା ବୋଲି ଦଳ ପକ୍ଷରୁ କୁହାଯାଇଛି। ଏହି ଅବସରରେ ଜିଲାପାଳଙ୍କ ଜରିଆରେ ରାଜ୍ୟପାଳଙ୍କୁ ସ୍ମାରକପତ୍ର ଦିଆଯାଇଥିଲା। ପୂର୍ବତନ ବିଧାୟକ କୃଷ୍ଣଚନ୍ଦ୍ର ପାତ୍ର, ଜିଲା ମହିଳା ମୋର୍ଚ୍ଚା ଉପସଭାନେତ୍ରୀ ସବିତା ନାୟକ, ଭାରତୀ ସ୍ବାଇଁ, ସମ୍ପାଦିକା ଅନିତା ଦାସ, ସାଧାରଣ ସମ୍ପାଦିକା ସସ୍ମିତା ସାମଲ, ରୋଜାଲିନ ପାତ୍ର, ମଞ୍ଜୁଲତା ସାହୁ, ସଂଯୁକ୍ତା ବେହେରା, ଜିଲା ଭାଜପା ଯୁବ ମୋର୍ଚ୍ଚା ସଭାପତି ମହାଦେବ ଯଶୋବନ୍ତ ମହିମା, ନଗର ମଣ୍ଡଳ ସଭାପତି ଅଜୟ ଭଞ୍ଜ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରୋଚକ ସ୍ଥିତିରେ ହିନ୍ଦୋଳ ଲଢ଼େଇ

ଢେଙ୍କାନାଳ,୨୯ା୪(ରତନ ନାୟାର):ଢେଙ୍କାନାଳ ଜିଲାର ହିନ୍ଦୋଳ ସଂରକ୍ଷିତ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯିବା ପରେ ରାଜନୈତିକ ବାତାବରଣ ସରଗରମ...

ଏନ୍‌କାଉଣ୍ଟରରେ କୁଖ୍ୟାତ ଅପରାଧୀ ସୁବାସ ଆହତ

କାମାକ୍ଷାନଗର,୨୯ା୪(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ପୋଲିସ କୁଖ୍ୟାତ ଅପରାଧୀ ସୁବାସ ଖୁଣ୍ଟିଆଙ୍କୁ ଏନ୍‌କାଉଣ୍ଟର କରିଛି। ଫଳରେ ସେ ଆହତ ହୋଇଛନ୍ତି। ତାଙ୍କ ଡାହାଣ...

ହିନ୍ଦୋଳରୁ ଲଢ଼ିବେ ସୀମାରାଣୀ

ଢେଙ୍କାନାଳ,୨୮ା୪(ରତନ ନାୟାର)ଢେଙ୍କାନାଳ ଜିଲା ହିନ୍ଦୋଳ ବିଧାନସଭା କ୍ଷେତ୍ରରୁ ତୃତୀୟ ଥର ପାଇଁ ନିର୍ବାଚନ ଲଢ଼ିବେ ବିଧାୟିକା ସୀମାରାଣୀ ନାୟକ। ଶନିବାର ଭାଜପା ପକ୍ଷରୁ ତାଙ୍କୁ ପ୍ରାର୍ଥୀ...

୨୦ ଦିନ ହେଲା କଳାକୃତି ଗ୍ରାମରେ ବିଦ୍ୟୁତ୍‌ ଠପ୍‌

ଢେଙ୍କାନାଳ,୨୮ା୪(ରତନ ନାୟାର)ଢେଙ୍କାନାଳ ଜିଲା ସଦର ବ୍ଲକର ସବୁଜିମାମୟ ସପ୍ତଶଯ୍ୟା ରାଜ୍ୟ ଏବଂ ଜିଲାର ଏକ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ। ସପ୍ତଶଯ୍ୟା ପଞ୍ଚାୟତର ନବଜୀବନପୁର ସଦେଇବେରେଣୀ ଗ୍ରାମ...

କାଠଫାଳିଆରେ ମା’ଙ୍କୁ ପିଟିପିଟି ମାରିଦେଲେ ଝିଅ

ଭୁବନ,୨୭ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ମଝିପାଳ ଗ୍ରାମରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଝିଅର କାଠଫାଳିଆ ମାଡ଼ରେ ମାଆଙ୍କ ମୃତ୍ୟୁ ଘଟିଛି।...

୫୫ନଂ. ରାଜପଥ କାର୍ଯ୍ୟ ସମ୍ପୂର୍ଣ୍ଣ ନେଇ ଅନିଶ୍ଚିତତା

ଢେଙ୍କାନାଳ,୨୬ା୪(ରତନ ନାୟାର): କଟକର ମଙ୍ଗୁଳି ଛକରୁ ଢେଙ୍କାନାଳ ଓ ଅନୁଗୋଳ ଜିଲା ଦେଇ ସମ୍ବଲପୁରକୁ ଯାଇଥିବା ୫୫ନଂ. ଜାତୀୟ ରାଜପଥର ଉନ୍ନତୀକରଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା...

ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା

ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍‌ ଆଶାୟୀ ଥିବା ୨ ଥରର ବିଧାୟିକା...

ବିଧାୟକଙ୍କ ଫେସ୍‌ବୁକ୍‌ ପୋଷ୍ଟ ନେଇ ଜୋର୍‌ଦାର ଚର୍ଚ୍ଚା

ଢେଙ୍କାନାଳ,୨୨ା୪(ରତନ ନାୟାର):ଢେଙ୍କାନାଳ ବିଧାନସଭା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ତଥା ବିଧାୟକ ସୁଧୀର କୁମାର ସାମଲଙ୍କ ଏକ ଫେସ୍‌ବୁକ୍‌ ପୋଷ୍ଟକୁ ନେଇ ଜୋର୍‌ଦାର ଚର୍ଚ୍ଚା ଚାଲିଛି। ସଦର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri