ଆଜି ବିିଜେଡି ପ୍ରତିଷ୍ଠା ଦିବସ

ଭୁବନେଶ୍ୱର,୨୬ା୧୨(ବ୍ୟୁରୋ): ରବିବାର ବିଜେଡିର ୨୫ତମ ପ୍ରତିଷ୍ଠା ଦିବସ ପାଳିତ ହେବ। ରାଜ୍ୟସ୍ତରୀୟ ପ୍ରତିଷ୍ଠା ଦିବସ ବିଜେଡି କାର୍ଯ୍ୟାଳୟ ଠାରେ ୧୦.୩୦ ମିନିଟ୍‌ରେ ଅନୁଷ୍ଠିତ ହେବ। ଏଥି ସହିତ ରାଜ୍ୟସ୍ତର, ବ୍ଲକ୍‌ ଏବଂ ସହରାଞ୍ଚଳରେ ମଧ୍ୟ ପାଳନ କରାଯିବ । ଏହି କାର୍ଯ୍ୟକ୍ରମରେ ଦଳର ସମସ୍ତ ନିର୍ବାଚିତ ପ୍ରତିନିଧି, ଯୁବ, ଛାତ୍ର, ମହିଳା, ବରିଷ୍ଠ ସଦସ୍ୟ ଓ କର୍ମକର୍ତ୍ତାମାନେ ଯୋଗ ଦେବେ । କୋଭିଡ୍‌ ନିୟମରେ ପ୍ରତିଷ୍ଠା ଦିବସ ପାଳନ କରାଯିବ। ଭୁବନେଶ୍ୱରରୁ ଅପରାହ୍ନ ୪ଟା ୩୦ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କର୍ମକର୍ତ୍ତାମାନଙ୍କୁ ସମ୍ବୋଧନ କରିବେ ।
ଏଥିପାଇଁ ଦଳୀୟ ସଦସ୍ୟମାନଙ୍କୁ ବିଜେଡି ସଭାପତି ଅଭିନନ୍ଦନ ଜଣାଇବା ସହିତ ବାର୍ତ୍ତା ମଧ୍ୟ ଦେଇଛନ୍ତି ।
ଏହା ପୂର୍ବରୁ ୨୦ ତାରିଖରେ ସଭାପତି ଦଳୀୟ କର୍ମୀ, ନେତା ଓ ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଚିଠି ଲେଖିଥିଲେ। ବିଜେଡି ଉପରେ ରାଜ୍ୟବାସୀଙ୍କର ଥିବା ଆସ୍ଥାକୁ ବଜାୟ ରଖିବା ସହ ଜନସେବାକୁ ରାଜନୀତିର ମୂଳମନ୍ତ୍ର ଭାବେ ଗ୍ରହଣ କରିବାକୁ ମୁଖ୍ୟମନ୍ତ୍ରୀ କର୍ମୀମାନଙ୍କୁ ପରାମର୍ଶ ଦେଇଛନ୍ତି। ପ୍ରତିଷ୍ଠା ଦିବସରୁ ହିଁ ବିଭିନ୍ନ ସମାଜ କଲ୍ୟାଣ କାର୍ଯ୍ୟକ୍ରମ ଓ ଲୋକସେବା ମାଧ୍ୟମରେ ଦଳ ରାଜ୍ୟବାସୀଙ୍କ ପାଖକୁ ଯିବ । ଲୋକଙ୍କ ଅଧିକ ନିକଟତର ହେବା, ଦଳୀୟ ଏକତା ଓ ଶୃଙ୍ଖଳା ବଜାୟ ରଖି ତ୍ୟାଗ ଏବଂ ନିଷ୍ଠାର ସହ ଜନସେବାରେ ପୂର୍ଣ୍ଣପ୍ରାଣରେ ସମର୍ପିତ ହେବା ନେଇ ଦଳର କାର୍ଯ୍ୟଖସଡ଼ା ପ୍ରସ୍ତୁତ କରାଯିବ। ଆଗକୁ ପଞ୍ଚାୟତ ନିର୍ବାଚନ ଆସୁଥିବାରୁ ପ୍ରତିଷ୍ଠା ଦିବସରେ ଗ୍ରାମାଞ୍ଚଳ ଉପରେ ଅଧିକ ଫୋକସ କରାଯିବ। ଗାଁ ଲୋକମାନଙ୍କୁ ସରକାରଙ୍କ ବିଭିନ୍ନ ଜନକଲ୍ୟାଣ ଯୋଜନା ସମ୍ପର୍କରେ କର୍ମୀମାନେ ଘରକୁ ଘର ଯାଇ ବୁଝାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ଏହିସବୁ ଆସନ ପାଇଁ ଏପର୍ଯ୍ୟନ୍ତ ପ୍ରାର୍ଥୀ ଘୋଷଣା କରିନାହାନ୍ତି ୩ ଦଳ

ଭୁବନେଶ୍ୱର,୨୯ା୪(ସୁନୀତ୍‌ ମିଶ୍ର):ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ସୋମବାରଠାରୁ ନାମାଙ୍କନପତ୍ର ଦାଖଲ ଆରମ୍ଭ ହେବ। ହେଲେ ଅଦ୍ୟାବଧି ବିଜେଡି, ଭାଜପା ତା’ର ପ୍ରାର୍ଥୀ ତାଲିକା ଘୋଷଣା...

ଆଜି ୩ୟ ପର୍ଯ୍ୟାୟ ଭୋଟ ଲାଗି ବିଜ୍ଞପ୍ତି

ଭୁବନେଶ୍ୱର, ୨୯ା୪(ସୁନିତ୍‌ ମିଶ୍ର):ଦେଶର ଷଷ୍ଠ ଏବଂ ଓଡ଼ିଶାର ୩ୟ ପର୍ଯ୍ୟାୟ ନିର୍ବାଚନ ଲାଗି ସୋମବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ। ଅର୍ଥାତ୍‌ ୩ୟ ପର୍ଯ୍ୟାୟ ଲାଗି...

ବୁଲେଟ୍‌ ଡିକିରୁ ମିଳିଲା ୧.୯୫ ଲକ୍ଷ

ବିନିକା,୨୮।୪(ରାମଗୋପାଳ ବାଘ): ନିର୍ବାଚନରେ ବେଆଇନ ଟଙ୍କା କାରବାର ରୋକିବାକୁ ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଯାନବାହନ ଯାଞ୍ଚକୁ କଡାକଡି କରାଯାଇଛି। ଏହି କ୍ରମରେ...

ଏହି ୩ ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର, ୨୮।୪: କଂଗ୍ରେସ ପକ୍ଷରୁ ରହିବାର ୨ଟି ଲୋକ ସଭା ଏବଂ ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ୮ ବିଧାନସଭା...

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ...

୮ ବିଧାନସଭା, ୨ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ: ଜାଣନ୍ତୁ କାହାକୁ ମିଳିଲା କେଉଁଠୁ ଟିକେଟ୍‌

ଭୁବନେଶ୍ୱର,୨୮।୪: କଂଗ୍ରେସ ପକ୍ଷରୁ ରବିବାର ୨ ଲୋକ ସଭା ଏବଂ ୮ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। ୨ଟି ବିଧାସଭା ଆସନରେ ପ୍ରାର୍ଥୀ...

ବୀରମିତ୍ରପୁର ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମ୍‌ଏମ୍‌

କୁଆଁରମୁଣ୍ଡା,୨୮।୪(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ନିର୍ବାଚନ ମଣ୍ଡଳୀ ବିଧାନସଭା ପାଇଁ ଇଣ୍ଡିଆମେଣ୍ଟ ପକ୍ଷରୁ ଜେଏମ୍‌ଏମ୍‌ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ...

ଅସହ୍ୟ ହେଲାଣି ତାତି:୪୩ ଉପରେ ୧୨ ସହର ତାପମାତ୍ରା

ଭୁବନେଶ୍ୱର, ୨୮।୪(ଅସମାପିକା ସାହୁ)- ରାଜ୍ୟରେ ଅସମ୍ଭାଳ ହେଲାଣି ତାତି। ଘର ବାହାରକୁ ବାହାରିବା ତ’ ଦୂର, ଘର ଭିତରେ ବି ଆଉ ରହିବା ମୁସ୍କିଲ ହୋଇଗଲାଣି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri