Posted inଜାତୀୟ

ଆଇନଜୀବୀଙ୍କ ବିରୁଦ୍ଧରେ ଅବମାନନା ମାମଲା ଯୋଗୁ ନ୍ୟାୟିକ ବ୍ୟବସ୍ଥା ଉପରୁ ଲୋକଙ୍କ ଭରସା ତୁଟୁଛି…

ଲକ୍ଷ୍ନୌ, ୨୭।୧୨: ଆଇନଜୀବୀଙ୍କ ବିରୁଦ୍ଧରେ ଅବମାନନା ମାମଲା ଅତ୍ୟନ୍ତ ଦୁଃଖଦ ତଥା ଯନ୍ତ୍ରଣାଦାୟକ ଘଟଣା। ଏହା ଦ୍ୱାରା ନ୍ୟାୟିକ ବ୍ୟବସ୍ଥା ଉପରୁ ଲୋକଙ୍କ ଭରସା ତୁଟୁଛି। ଆହ୍ଲାବାଦ୍‌ ହାଇକୋର୍ଟଙ୍କ ଲକ୍ଷ୍ନୌ ବେଞ୍ଚ୍‌ ପକ୍ଷରୁ ଏକ ମାମଲାର ବିଚାର କରି ଏଭଳି କୁହାଯାଇଛି। ୧୨ ଜଣ ଆଇନଜୀବୀଙ୍କ ବିରୁଦ୍ଧରେ ହୋଇଥିବା ଅବମାନନା ମାମଲାର ବିଚାର ସମୟରେ କୋର୍ଟ ଏହା କହିଛନ୍ତି।

ବିଚାରପତି ଦେବେନ୍ଦ୍ର କୁମାର ଉପାଧ୍ୟାୟ ଏବଂ ନରେନ୍ଦ୍ର କୁମାର ଜୋହାରିଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ କହିଛନ୍ତି ଯେ, ଆଇନଜୀବୀ କୋର୍ଟର ଅଫିସର ଭାବେ କାର୍ଯ୍ୟ କରିଥାନ୍ତି। ତାଙ୍କ ଦ୍ୱାରା ଅବମାନନା ଅଭିଯୋଗ ଆସିବା ଦ୍ୱାରା ନ୍ୟାୟିକ ବ୍ୟବସ୍ଥାର ଥିବା ଆସ୍ଥା ଉପରେ ପ୍ରଶ୍ନ ଚିହ୍ନ ଲାଗୁଛି।

୨୧ ବର୍ଷ ତଳେ ୨୦୦୦ ନଭେମ୍ବର ୧୪ ଏବଂ ଡିସେମ୍ବର ୧ରେ ଆଇନଜୀବୀଙ୍କ ଆନ୍ଦୋଳନ ସମୟରେ ୧୨ ଜଣ ଆଇନଜୀବୀ ଦାୟିତ୍ୱରେ ଥିବା ଗୋଣ୍ଡା ଜିଲା ଜଜ୍‌ଙ୍କୁ ଖରାପ ବ୍ୟବହାର ଦେଖାଇଥିଲେ। ଏନେଇ ୨୦୦୧ ଅକ୍ଟୋବର ୩୦ରେ ହାଇକୋର୍ଟର ମୁଖ୍ୟ ବିଚାରପତିଙ୍କ ପାଖରେ ଏହି ଆବେଦନ ପହଞ୍ଚିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୧୦୨ ହୋମ୍‌ଗାର୍ଡ ପଦବୀ ପାଇଁ ୪୦୪୦ ପରୀକ୍ଷାର୍ଥୀ, ଚାଲିଛି ଲିଖିତ ପରୀକ୍ଷା

ଝାରସୁଗୁଡ଼ା,୨୮ା୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲାରେ ଖାଲି ପଡ଼ିଥିବା ୧୦୨ଟି ହୋମଗାର୍ଡ ପଦ ପାଇଁ ରବିବାର ଲିଖିତ ପରୀକ୍ଷା ଅନୁଷ୍ଠିତ ହେଉଛି। ଏହି ପରୀକ୍ଷାରେ ମୋଟ୍‌...

ନେତାନ୍ୟାହୁ-ଟ୍ରମ୍ପଙ୍କ ସାକ୍ଷାତ ପୂର୍ବରୁ ମାସୁଦ୍‌ଙ୍କ ବଡ଼ ଘୋଷଣା: କହିଲେ ଆମ ଦେଶ ଏବେ ଯୁଦ୍ଧ ପାଇଁ…

ତେହରାନ,୨୮ା୧୨: ଇରାନ ରାଷ୍ଟ୍ରପତି ମାସୁଦ୍‌ ପେଜେସ୍କିଆନ କହିଛନ୍ତି, ତାଙ୍କ ଦେଶ ବର୍ତ୍ତମାନ ଆମେରିକା, ଇସ୍ରାଏଲ ଏବଂ ୟୁରୋପ ସହିତ ଏକ ପୂର୍ଣ୍ଣାଙ୍ଗ ଯୁଦ୍ଧରେ ଲିପ୍ତ। ସୋମବାର...

ଧନୁଯାତ୍ରା ରାଜ ଦରବାରରେ ଉଚ୍ଚଶିକ୍ଷା, ସଂସ୍କୃତି ମନ୍ତ୍ରୀ କହିଲେ ଅସ୍ମିତାର କଥା…

ମଥୁରାନଗରୀ,୨୮।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଚତୁର୍ଥ ଦିବସରେ ଗୋପପୁର ଦୃଶ୍ୟାଭନିନୟ ଗୁଡ଼ିକ ଚିତ୍ତାକର୍ଷକ ଥିଲା। କୃଷ୍ଣଙ୍କ ବାଲ୍ୟଲୀଳା ଦେଖିବାକୁ ନାହିଁ...

ଚୋରକୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧିଲେ ଲୋକେ, ପ୍ରବଳ ମାଡ଼ ମାରିବା ପରେ…

ଭଦ୍ରକ,୨୮ା୧୨(ସନାତନ ରାଉତ): ଚୋରି କରୁଥିବାବେଳେ ଜଣେ ନିଶାଡ଼ି ଯୁବକଙ୍କୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ଦେଲେ ଗ୍ରାମବାସୀ। ପ୍ରବଳ ମାଡ଼ ମାରିବା ପରେ ପୋଲିସକୁ...

ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷଙ୍କୁ ଝୁରୁଛନ୍ତି ଅଞ୍ଚଳବାସୀ, କଂଗ୍ରେସ ପତାକା ଉପରେ ଢାଙ୍କି ଦେଇ ନେତା…

ଦାରିଙ୍ଗବାଡ଼ି,୨୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଓଡ଼ିଶା ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷ ଦିଗାଲଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ପ୍ରକାଶ ଯେ,...

ପ୍ରଧାନମନ୍ତ୍ରୀଙ୍କ ‘ମନ୍‌ କି ବାତ୍‌’ରେ ପାର୍ବତୀ ଗିରିଙ୍କୁ ପ୍ରଶଂସା ସହ ବଖାଣିଲେ ୨୦୨୫ର ଏସବୁ ସଫଳତା

ନୂଆଦିଲ୍ଲୀ,୨୮ା୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୨୯ ତମ ‘ମନ କି ବାତ୍‌’ କାର୍ଯ୍ୟକ୍ରମରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ୨୦୨୫ର ଅନେକ ସଫଳତା ବିଷୟରେ କହିଛନ୍ତି ପ୍ରଧାନମନ୍ତ୍ରୀ।...

ମା’ ହେଲା ବାଘୁଣୀ ‘ଜୟଶ୍ରୀ’: ୨ ଛୁଆ ମୃତ, ୧ ଜୀବିତ

ବାରଙ୍ଗ,୨୮ା୧୨: ନନ୍ଦନକାନନରେ ମା’ ହୋଇଛି ବାଘୁଣୀ ‘ଜୟଶ୍ରୀ’। ଜନ୍ମ ଦେଇଥିବା ୩ ଛୁଆ ମଧ୍ୟରୁ ୨ଟି ମୃତ୍ୟୁବରଣ କରିଥିବାବେଳେ ଗୋଟିଏ ଜୀବିତ ରହିଛି। ୩ ବର୍ଷୀୟ...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri