ଆବଶ୍ୟକତା ଆଧାରରେ କଟକଣା

ନୂଆଦିଲ୍ଲୀ, ୨୮।୧୨: କରୋନା ଭୂତାଣୁର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଆସିବା ପରେ ଭାରତର ବିଭିନ୍ନ ରାଜ୍ୟରେ କୋଭିଡ୍‌-୧୯ ସଂକ୍ରମଣ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଉତ୍ସବ ସମୟରେ ଜନସାଧାରଣଙ୍କ ଯାତାୟାତ ଉପରେ ଆବଶ୍ୟକତା ଆଧାରରେ କଟକଣା ଲଗାଇବାକୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସୋମବାର ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ପରାମର୍ଶ ଦେଇଛନ୍ତି। ଏଥିସହିତ ମହାମାରୀ ରୋକିବା ଦିଗରେ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଜାରି କରିଥିବା ନିର୍ଦ୍ଦେଶନାମା କାର୍ଯ୍ୟକାରୀ କରିବାକୁ କୁହାଯାଇଛି। ଏଥିପାଇଁ ବିପର୍ଯ୍ୟୟ ପରିଚାଳନା ଆଇନ ଅନୁଯାୟୀ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ବୈଧାନିକ ନିର୍ଦ୍ଦେଶନାମା ଜାରି କରାଯାଇଛି।
ସମସ୍ତ ରାଜ୍ୟ ଓ କେନ୍ଦ୍ର ସରକାର ସମ୍ପୂର୍ଣ୍ଣ ସତର୍କତା ଅବଲମ୍ବନ କରିବା ଏବଂ ମହାମାରୀ ମୁକାବିଲା ଜାରି ରଖିବାକୁ ସ୍ବରାଷ୍ଟ୍ର ସଚିବ ଅଜୟ ଭାଲ୍ଲା ଦୋହରାଇଛନ୍ତି। ସ୍ଥାନୀୟ ତଥା ଜିଲା ପ୍ରଶାସନ ସ୍ଥିତି ଆକଳନ କରି ତୁରନ୍ତ ଉପଯୁକ୍ତ କଣ୍ଟେନ୍‌ମେଣ୍ଟ ପଦକ୍ଷେପ ନେବା ଲାଗି କୁହାଯାଇଛି। ସେହିପରି ରାଜ୍ୟଗୁଡ଼ିକ ଆବଶ୍ୟକତାକୁ ଚାହିଁ ଉତ୍ସବ ଋତୁରେ ଭିଡ଼ ନିୟନ୍ତ୍ରଣ ଲାଗି ନିର୍ଦ୍ଦିଷ୍ଟ ଅଞ୍ଚଳରେ କଟକଣା ଲଗାଇବେ। କୋଭିଡ୍‌ ପରୀକ୍ଷା, ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ଚିହ୍ନଟ, ଚିକିତ୍ସା, ଟିକାକରଣ ଏବଂ ମାସ୍କ ପରିଧାନ, ସାମାଜିକ ବ୍ୟବଧାନ ଆଦି ୫-ସୂତ୍ରୀ ରଣନୀତି ଉପରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଗୁରୁତ୍ୱ ଦେଇଛି।
ଦେଶରେ ସକ୍ରିୟ ମାମଲା ସଂଖ୍ୟା ହ୍ରାସ ପାଇଥିଲେ ମଧ୍ୟ ନୂଆ ଭାରିଆଣ୍ଟ ଓମିକ୍ରନ୍‌ ୩ ଗୁଣ ଅଧିକ ସଂକ୍ରାମକ ହୋଇଥିବାରୁ ମହାମାରୀ ମୁକାବିଲାରେ ଏହା ନୂଆ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ଓମିକ୍ରନ୍‌ ଆସିବା ପରେ ବିଭିନ୍ନ ରାଜ୍ୟରେ ସଂକ୍ରମଣ ଦ୍ରୁତ ବଢ଼ୁଛି। ୧୯ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ସୋମବାର ସୁଦ୍ଧା ୫୭୮ ଓମିକ୍ରନ୍‌ ପଜିଟିଭ୍‌ ଚିହ୍ନଟ ହେଲେଣି ବୋଲି ସ୍ବରାଷ୍ଟ୍ର ସଚିବ ସମସ୍ତ ରାଜ୍ୟ ମୁଖ୍ୟ ସଚିବଙ୍କୁ ପତ୍ର ଲେଖି ଜଣାଇଛନ୍ତି। ଏଥିରେ କୁହାଯାଇଛି, ଗତ ୨୧ ତାରିଖରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ କୋଭିଡ୍‌ ସଂକ୍ରମଣ କମାଇବା ଲାଗି ଆଡଭାଇଜରି ଜାରି କରିଥିଲା। ସଂକ୍ରମଣ ରୋକିବା ଲାଗି ସ୍ଥାନୀୟ ଓ ଜିଲା ସ୍ତରରେ ଅଧିକ ସତର୍କ ହେବା, ତଥ୍ୟ ଅନୁଧ୍ୟାନ କରିବା, ତ୍ୱରିତ୍‌ ନିଷ୍ପତ୍ତି ନେବା ଓ କଠୋର କଣ୍ଟେନମେଣ୍ଟ ପଦକ୍ଷେପ ନେବା ଲାଗି ପରାମର୍ଶ ଦିଆଯାଇଥିଲା। ନୂଆ ଭାରିଆଣ୍ଟକୁ ନେଇ ସୃଷ୍ଟି ହେବାକୁ ଥିବା କୌଣସି ଚ୍ୟାଲେଞ୍ଜକୁ ସମ୍ମୁଖୀନ ହେବା ଲାଗି ରାଜ୍ୟର ସ୍ବାସ୍ଥ୍ୟସେବା ବ୍ୟବସ୍ଥା ସୁଦୃଢ଼ କି ନୁହେଁ, ସେ ନେଇ ସରକାର ନିଶ୍ଚିତ ହେବେ। ସେହିପରି ମେଡିକାଲ ଅକ୍ସିଜେନ୍‌ ଯୋଗାଣ ଉପକରଣ ସମ୍ପୂର୍ଣ୍ଣ କାର୍ଯ୍ୟ କରୁଛି କି ନାହିଁ ଏବଂ ଜରୁରୀ ଔଷଧ ପର୍ଯ୍ୟାପ୍ତ ପରିମାଣରେ ମହଜୁଦ୍‌ ଅଛି କି ନାହିଁ, ତାହା ସୁନିଶ୍ଚିତ କରିବାକୁ ପତ୍ରରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିସିଡବ୍ଲ୍ୟୁର ୨୨୩ କର୍ମଚାରୀଙ୍କୁ ବହିଷ୍କାର

ନୂଆଦିଲ୍ଲୀ,୨ା୫: ଦିଲ୍ଲୀ ଉପରାଜ୍ୟପାଳ ଭି.କେ. ସାକ୍ସେନାଙ୍କ ଅନୁମୋଦନ କ୍ରମେ ଦିଲ୍ଲୀ ମହିଳା କମିଶନ (ଡିସିଡବ୍ଲ୍ୟୁ)ର ୨୨୩ଜଣ ଠିକା କର୍ମଚାରୀଙ୍କୁ ବହିଷ୍କାର କରାଯାଇଛି। ସେମାନଙ୍କୁ ବହିଷ୍କାର କରିବା...

ରାଏବରେଲି, ଆମେଠିରୁ କିଏ ହେବେ ପ୍ରାର୍ଥୀ? ଆଜି ରାତି ସୁଦ୍ଧା ପ୍ରିୟଙ୍କା, ରାହୁଲ ନେବେ ଶେଷ ନିଷ୍ପତ୍ତି

ନୂଆଦିଲ୍ଲୀ,୨।୫: ଲୋକ ସଭା ନିର୍ବାଚନ ୨୦୨୪ ତୃତୀୟ ପର୍ଯ୍ୟାୟ ଭୋଟ ମେ’ ୭ରେ ଅନୁଷ୍ଠିତ ହେବ। କିନ୍ତୁ ଆଜିକାଲି ପଞ୍ଚମ ପର୍ଯ୍ୟାୟ (ମେ ୨୦)ରେ ମତଦାନ...

ରାଏବରେଲି ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା

ନୂଆଦିଲ୍ଲୀ,୨।୫: ଲୋକ ସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି ଉତ୍ତରପ୍ରଦେଶର ରାଏବରେଲି ଲୋକ ସଭା ନିର୍ବାଚନମଣ୍ଡଳୀରୁ ପ୍ରାର୍ଥୀ ଘୋଷଣା କରିଛି। ଭାଜପା ଦୀନେଶ ପ୍ରତାପ...

ସରକାରଙ୍କ ବଡ଼ ନିଷ୍ପତ୍ତି, ଏବେ ସମସ୍ତ ରାଜ୍ୟରେ ପ୍ରସ୍ତୁତ ମସଲାର ହେବ ଯାଞ୍ଚ

ନୂଆଦିଲ୍ଲୀ,୨।୫: ଭାରତୀୟ ମସଲା ଏମ୍‌ଡିଏଚ୍‌ ଏବଂ ଏଭରେଷ୍ଟକୁ ନେଇ ଉଠିଥିବା ବିବାଦ ମଧ୍ୟରେ କେନ୍ଦ୍ର ସରକାର ସମସ୍ତ ରାଜ୍ୟର ସରକାରଙ୍କୁ ଏକ ନିର୍ଦ୍ଦେଶ ଦେଇଛନ୍ତି। ସମସ୍ତ...

ଅଶ୍ଲୀଳ ଭିଡିଓ ମାମଲାରେ ଗିରଫ ହୋଇପାରନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ନାତି: ଲୁକ୍‌ଆଉଟ୍‌ ନୋଟିସ୍‌ ଜାରି

ନୂଆଦିଲ୍ଲୀ,୨।୫: ଅଶ୍ଲୀଳ ଭିଡିଓ ଭାଇରାଲ ମାମଲାରେ ଅଭିଯୁକ୍ତ କର୍ନାଟକର ଜେଡିଏସ ଏମ୍‌ପି ପ୍ରଜ୍ୱଳ ରେଭାନ୍ନାଙ୍କୁ ଗିରଫ କରିବା ପାଇଁ ନୋଟିସ ଜାରି କରାଯାଇଛି। ଏହି ମାମଲା...

ବ୍ରିଜ ଭୁଷଣ ନୁହେଁ ପୁଅ କରଣ ଭୁଷଣ ସିଂଙ୍କୁ ଟିକେଟ ଦେଲା ଭାଜପା!

ନୂଆଦିଲ୍ଲୀ,୨।୫: ଉତ୍ତର ପ୍ରଦେଶର ଏକ ଉଚ୍ଚ ପ୍ରୋଫାଇଲ ଆସନ ମଧ୍ୟରୁ ଗୋଣ୍ଡା ଜିଲାର କେସରଗଞ୍ଜ ଆସନରେ ଭାଜପା ପ୍ରାର୍ଥୀଙ୍କ ଉପରେ ସସପେନ୍ସ ଶେଷ ହେବା ପରି...

ଏପଟେ କଂଗ୍ରେସ ହାରୁଛି, ସେପଟେ ପାକିସ୍ତାନ କାନ୍ଦୁଛି, କାହିଁକି ଏମିତି କହିଲେ ମୋଦି

ନୂଆଦିଲ୍ଲୀ,୨।୫: ଗୁରୁବାର ଗୁଜୁରାଟର ଆନନ୍ଦରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ବିଶାଳ ଜନସଭାକୁ ସମ୍ବୋଧିତ କରିଛନ୍ତି। ଏହି ସମୟ ମଧ୍ୟରେ ସେ କଂଗ୍ରେସ ଦଳକୁ କଡା...

କଙ୍ଗନାଙ୍କୁ ରାଖୀଙ୍କ ଖୋଲା ଚ୍ୟାଲେଞ୍ଜ

ବମ୍ବେ: ଅଭିନେତ୍ରୀ କଙ୍ଗନା ରାଣାଓ୍ବତଙ୍କୁ ବଡ଼ ଚ୍ୟାଲେଞ୍ଜ ଦେଇଛନ୍ତି ଡ୍ରାମା କୁଇନ୍‌ ରାଖୀ ସାଓ୍ବନ୍ତ। ସର୍ବଦା କିଛି ନା କିଛି କାରଣକୁ ନେଇ ବିବାଦରେ ରହୁଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri