ବାହାର ରାଜ୍ୟ ଟ୍ରେଲର ଚଳାଚଳକୁ ବିରୋଧ

କେନ୍ଦୁଝର, ୨୮ା୧୨ (ସ୍ବ.ପ୍ର.) କେନ୍ଦୁଝର ଜିଲାରେ ବାହାର ରାଜ୍ୟର ଟ୍ରେଲର ଚଳାଚଳକୁ ନେଇ ଅସନ୍ତୋଷ ଦେଖାଦେଇଛି। ଏନେଇ ବିଭିନ୍ନ ଅଞ୍ଚଳର ୬ଟି ଟ୍ରକ ମାଲିକ ସଂଘକୁ ନେଇ ଗଠିତ କୋର କମିଟି ସଦସ୍ୟ ସୋମବାର ଜିଲାପାଳ ଆଶିଷ ଠାକ୍‌ରେଙ୍କୁ ଭେଟି ସମସ୍ୟା ଜଣାଇଛନ୍ତି। ଜିଲାପାଳ ଠାକ୍‌ରେ ଜାନୁୟାରୀ ପ୍ରଥମ ସପ୍ତାହରେ ଏ ସମ୍ପର୍କରେ ଆଲୋଚନା କରିବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି।
ବହୁ ସଂଖ୍ୟାରେ ଯୁବକ ଋଣ କରି ଟ୍ରକ ବ୍ୟବସାୟ କରୁଛନ୍ତି। ସେହିପରି ଏହି ବ୍ୟବସାୟ ଉପରେ ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବେ ଲକ୍ଷାଧିକ ଲୋକ ଗୁଜୁରାଣ ମେଣ୍ଟାଉଛନ୍ତି। ବିଶେଷ କରି ଜିଲାରେ ଥିବା ଖଣିରେ ବାହାର ରାଜ୍ୟର ଟ୍ରେଲର ଲୁହାପଥର ପରିବହନ କରୁଛି। ଏହା ଫଳରେ ଜିଲାର ହଜାର ହଜାର ସଂଖ୍ୟାର ଟ୍ରକ ପରିବହନ ସୁଯୋଗ ନ ପାଇ ଛିଡ଼ା ହୋଇ ରହୁଥିବାରୁ ଟ୍ରକ ମାଲିକ ଲୋଡିଂ ନ ପାଇ କ୍ଷତିଗ୍ରସ୍ତ ହେଉଛନ୍ତି ବୋଲି ଜଣାଇଥିଲେ। ଏଣୁ ଅତ୍ୟଧିକ ଟ୍ରେଲର ମାଧ୍ୟମରେ ପରିବହନ ବନ୍ଦ କରିବା ସହ ୨୦୧୨ରେ ପ୍ରଶାସନ ଉପସ୍ଥିତିରେ ରେଳ ତଥା ସଡ଼କ ପଥରେ ପରିବହନ ସମ୍ବନ୍ଧରେ ପରିବହନ ଅନୁପାତକୁ ନେଇ ଚୁକ୍ତିନାମା ଲାଗୁ କରିବା, ଉଚିତ୍‌ ପରିବହନ ମୂଲ୍ୟ ନିର୍ଦ୍ଧାରଣ କରିବା ଏବଂ ଲୋଡିଂ କ୍ଷେତ୍ରରେ କେନ୍ଦୁଝରର ଟ୍ରକଗୁଡ଼ିକୁ ଅଗ୍ରାଧିକାର ଭିତ୍ତିରେ ସୁଯୋଗ ଦେବାକୁ ଦାବି କରିଛନ୍ତି। ଏହି କମିଟିରେ ଜିଲା ଟ୍ରକ ମାଲିକ ସଂଘର ସଭାପତି ରାମଚନ୍ଦ୍ର ନାୟକ, ସାଧାରଣ ସମ୍ପାଦକ ସୂର୍ଯ୍ୟନାରାୟଣ କର, ଉପସଭାପତି ଦିଲୀପ କୁମାର ପଣ୍ଡା, ଯୁଗ୍ମ ସମ୍ପାଦକ ଦେବାଶିଷ ପଟ୍ଟନାୟକ, ଯୋଡ଼ା ଟ୍ରକ ମାଲିକ ସଂଘ ସମ୍ପାଦକ ସୁଶାନ୍ତ ବାରିକ, ବଡ଼ବିଲ ମାଇନିଂ ଏରିଆ ଟ୍ରକ ମାଲିକ ସଂଘ ସମ୍ପାଦକ ଚନ୍ଦ୍ର ପ୍ରସାଦ ଗୁପ୍ତାଙ୍କ ସମେତ ଅନ୍ୟ କର୍ମକର୍ତ୍ତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୭ ସରକାରୀ ମେଡିକାଲ କଲେଜରେ ନିର୍ମାଣ ହେବ ରୋଗୀ ସମ୍ପର୍କୀୟଙ୍କ ପାଇଁ ବିଶ୍ରାମାଗାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ମଦ୍ୟପଙ୍କୁ ତାରାତାରିଣୀ ମନ୍ଦିର ମନା: ଏଣିକି ମୋବାଇଲ ସହ ଫଟୋ ଉଠାକୁ ବାରଣ; ପ୍ରଶାସନିକ ବୈଠକରେ… 

ପୁରୁଷୋତ୍ତମପୁର,୨୩।୧୨ (ସବିତା ମିଶ୍ର): ବର୍ତ୍ତମାନ ପର୍ଯ୍ୟଟନର ଋତୁ ଚାଲିଥିବାବେଳେ ଆଉ କିଛି ଦିନ ପରେ ଆସୁଛି ନୂଆବର୍ଷ। ଏହି ଅବସରରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ...

ବାରିପଦାରେ ନିର୍ମାଣ ହେବ ବିମାନବନ୍ଦର ପରି ଅତ୍ୟାଧୁନିକ ‘ଅଟଳ ବସ୍ ଷ୍ଟାଣ୍ଡ’

ବାରିପଦା,୨୩।୧୨: ମୟୂରଭଞ୍ଜ ଜିଲାର ବାରିପଦା ସହରରେ ବିମାନବନ୍ଦର ଭଳି ସୁବିଧା ସମ୍ପନ୍ନ ଏକ ସୁସଜ୍ଜିତ ‘ଅଟଳ ବସ୍ ଷ୍ଟାଣ୍ଡ’ ନିର୍ମାଣ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ...

କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ପ୍ରସ୍ତୁତି: ବିଧାୟକ କହିଲେ….

ଭଞ୍ଜନଗର,୨୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ଅନୁଷ୍ଟିତ...

ଶୀତଦିନେ ବ୍ରଏଲର କୁକୁଡ଼ାର ନିଅନ୍ତୁ ବିଶେଷ ଯତ୍ନ: ଅବହେଳା କଲେ ହୋଇପାରେ ବଡ଼ ଆର୍ଥିକ କ୍ଷତି

ଭୁବନେଶ୍ୱର,୨୩।୧୨: ଓଡ଼ିଶାରେ ଶୀତର ପ୍ରକୋପ ବଢ଼ୁଥିବା ବେଳେ ବ୍ରଏଲର କୁକୁଡ଼ା ଚାଷୀଙ୍କ ପାଇଁ ସତର୍କତା ଜାରି କରାଯାଇଛି। ଅତ୍ୟଧିକ ଥଣ୍ଡା ଯୋଗୁଁ କୁକୁଡ଼ାଙ୍କ ଶାରୀରିକ ଅଭିବୃଦ୍ଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri