କନିଷ୍ଠ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଦିଗପହଣ୍ଡି,୨୮।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ରାଜପୁର ରୋଡ଼ରେ ଥିବା ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ ମଙ୍ଗଳବାର ସକାଳେ ଭିଜିଲାନ୍ସ ଟିମ ଚଢ଼ାଉ କରଛି। କନିଷ୍ଠ ଯନ୍ତ୍ରୀ ଇଂ. ବଂଶୀଧର ସେଠୀଙ୍କ ପ୍ରକୋଷ୍ଠରୁ ବହୁ ସଂଖ୍ୟକ ନଥିପତ୍ର ଜବତ ହୋଇଛି।  ଆୟବର୍ହିଭୂତ ସମ୍ପତ୍ତିଠୁଳ ଅଭିଯୋଗରେ ଏହି ଚଢାଉ କରାଯାଇଥିବା ସୂଚନା ମିଳିଛି। ଜଣେ ମହିଳା ଭିଜିଲାନ୍ସ ଡିଏସପି୍‌ଙ୍କ ନେତୃତ୍ୱରେ ବିଭାଗୀୟ କର୍ମଚାରୀମାନେ ଏହି ଚଢ଼ାଉରେ ସାମିଲ ଥିଲେ। ପ୍ରାପ୍ତ ସୂଚନାନୁସାରେ ବ୍ରହ୍ମପୁର ଗ୍ରାମ୍ୟ ଉନ୍ନୟନ ବିଭାଗ ଡିଭିଜନ – ୧ କାର୍ଯ୍ୟାଳୟ ଅଧିନରେ ଥିବା ଦିଗପହଣ୍ଡି ଗ୍ରାମ୍ୟ ଉନ୍ନୟନ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ରେ ଇଂ. ବଂଶୀଧର ଗତ ପ୍ରାୟ ୩ ବର୍ଷ ହେଲା କନିଷ୍ଠଯନ୍ତ୍ରୀ ଭାବେ ଅବସ୍ଥାପିତ ଅଛନ୍ତି। ମଙ୍ଗଳବାର ଭୋରରୁ କଟକ ଏବଂ ବ୍ରହ୍ମପୁର ଭିଜିଲାନ୍ସ ବିଭାଗର ୨ ଡିଏସ୍‌ପି ଏବଂ ୬ ଇନ୍ସପେକ୍ଟରଙ୍କ ନେତୃରେ ଗଞ୍ଜାମ ଜିଲା ପୋଲସରା ଥାନା ଅଧୀନ ଚିରିକିପଡ଼ା ଶାସନସ୍ଥିତ କନିଷ୍ଠ ଯନ୍ତ୍ରୀଙ୍କ ପୈତୃକ ବାସଭବନ, ସେ ରହୁଥିବା ବ୍ରହ୍ମପୁର ଶକ୍ତିନଗର – ୨ ୟ ଲେନ୍‌ ସ୍ଥିତ ବାସଭବନ, ତାଙ୍କ ନାଁ ରେ ଥିବା ବ୍ରହ୍ମପୁର ଲୋଚାପଡ଼ା ଅଞ୍ଚଳରେ ଥିବା ବହୁ ମୂଲ୍ୟର ଅଟ୍ଟାଳିକା ଏବଂ ସେ ଚାକିରି କରୁଥିବା ଦିଗପହଣ୍ଡିସ୍ଥିତ ଗ୍ରାମ୍ୟ ଉନ୍ନୟନ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ଉପରେ ଏକକାଳୀନ ଚଢ଼ାଉ କରାଯାଇଥିଲା। ତାଙ୍କ ବ୍ରହ୍ମପୁରସ୍ଥିତ ବାସ ଭବନରୁ ପ୍ରାୟ ୧୦ଟି ଯାଗାରେ ଥିବା ମୂଲ୍ୟବାନ ଘରବାରି ପ୍ଲଟର କାଗଜପତ୍ର, ବହୁ ପରିମାଣର ସୁନା ଗହଣା ସମେତ ପ୍ରାୟ ୪ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଆୟବର୍ହିଭୁତ ସ୍ଥାବର ଅସ୍ଥାବର ସମ୍ପତ୍ତି ଭିଜିଲାନ୍ସ ଟିମ୍‌ ଜବତ କରି ତଦନ୍ତ ଚଳାଇଥିବା ଅସମର୍ଥିତ ସୂତ୍ରରୁ ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri