ବର୍ଷା ସାଙ୍ଗକୁ କୁଆପଥର ମାଡ଼

ଅମ୍ବାଭୋନା,୨୮।୧୨(ଡି.ଏନ.ଏ): ବରଗଡ଼ ଜିଲା ଅମ୍ବାଭେନା ବ୍ଲକରେ ମଙ୍ଗଳବାର ବର୍ଷା ସାଙ୍ଗକୁ କୁଆପଥର ମାଡ଼ ହୋଇଛି । ଏଥିରେ ଚାଷୀଙ୍କ ଅମଳ ଧାନ ପ୍ରଭାବିତ ହୋଇଛି । କ୍ଷେତ, ଖଳାରେ ରହିଥିବା ଅମଳ ଧାନ ବର୍ଷା, କୁଆପଥର ମାଡ଼ ଯୋଗୁ ନଷ୍ଟ ହୋଇଛି । ସେହିପରି ଅଞ୍ଚଳର ପରିବା ଫସଲ ମଧ୍ୟ କ୍ଷତିଗ୍ରସ୍ତ ହୋଇଛି । ଏହାକୁ ନେଇ ଚାଷୀ ଚିନ୍ତିତ ହୋଇପଡ଼ିଛି ।

ବ୍ଲକର ବରା, ସାନସରେଇପାଲି, କଣ୍ଡପଲା, ଅମ୍ବାଭୋନା, କପାଶିରା, ଭୁକ୍ତା ଅଞ୍ଚରେ ଧାନ, ପରିବା ଚାଷ ଯଥେଷ୍ଟ ପ୍ରଭାବିତ ହୋଇଛି । ଧାନ ସଂଗ୍ରହ ପ୍ରକ୍ରିୟାକୁ ପ୍ରାୟ ମାସେ ବିତିଯାଇଛି। ମାତ୍ର ଚାଷୀଙ୍କ ବାରମ୍ବାର ଦାବି ସତ୍ତ୍ବେ ଧାନ ଉଠାଣ ଦିଗରେ ତ୍ୱରିତ୍‌ ପଦକ୍ଷେପ ନିଆଯାଇ ନ ଥିବା ଯୋଗୁ ଚାଷୀମାନେ ଏଥିରେ ଅଧିକ କ୍ଷତିଗ୍ରସ୍ତ ହୋଇଛନ୍ତି । ମଣ୍ଡିଗୁଡ଼ିକର ଖୋଲା ଆକାଶ ତଳେ ପଡ଼ିଥିବା ଲକ୍ଷାଧିକ ଧାନ ବସ୍ତା ବର୍ଷାରେ ଭିଜି କ୍ଷତିଗ୍ରସ୍ତ ହୋଇଥିବା ଚାଷୀମାନେ ଅଭିଯୋଗ କରିଛନ୍ତି । ଅନ୍ୟପଟେ ଏଭଳି ବୃଷ୍ଟିପାତ ଯୋଗୁ ମିଲର୍ସ ଧାନର ଆଦର୍‌ରତା ନେଇ ନାନା ଆଳ ଦେଖାଇ କଟନୀଛଟନୀ କରିବା ନେଇ ଚାଷୀମାନେ ଆଶଙ୍କା ପ୍ରକାଶ କରିଛନ୍ତି । ମାତ୍ର ଚାଷୀମାନେ ମଣ୍ଡିକୁ ବିକ୍ରି ପାଇଁ ଧାନ ଆଣି ଗଚ୍ଛିତ ରଖିଛନ୍ତି । ମଣ୍ଡିକୁ ପହଞ୍ଚିବା ପରେ ଧାନ ସୁରକ୍ଷିତ ରଖିବା ନିୟନ୍ତ୍ରିତ ବଜାର କମିଟିର ଦାୟିତ୍ୱ ହୋଇଥିବା ଯୋଗୁ କଟନୀଛଟନୀ ହେଲେ ବିରୋଧ କରାଯିବ ବୋଲି ଲାଲ ବାହାଦୂର ଶାସ୍ତ୍ରୀ କୃଷକ ସଂଗଠନ ପକ୍ଷରୁ ଚେତାବନୀ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ପୋଲିସକୁ ଖୋଲା ଚ୍ୟାଲେଞ୍ଜ: ଗୋଟିଏ ରାତିରେ ଛତ୍ରପୁରର ୪ ମନ୍ଦିରରୁ ଚୋରି

ଛତ୍ରପୁର, ୨୦ା୧୨(ଦିଲୀପ ସାମଲ)- ପୁଣି ମନ୍ଦିରଗୁଡିକ ଉପରେ ଦୁର୍ବୃତ୍ତଙ୍କ ନଜର ପଡିଛି । ପୋଲିସ କଲୋନୀ ନିକଟରେ ଥିବା ୪ଟି ମନ୍ଦିରରୁ ଚୋରି କରି ପୋଲିସକୁ...

ଧକ୍କା ଦେଇ ଚାଲିଗଲା ଡାଲା ଅଟୋ: ଚାନ୍ଦପୁର ଗ୍ରାମର ୨ ଯୁବକ…

ଦିଗପହଣ୍ଡି, ୨୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଗାଡ଼ି ଧକ୍କାରେ...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

ପ୍ରଦୂଷଣ ପ୍ରମାଣପତ୍ର ନ ଥିଲେ ଓଡ଼ିଶାରେ ପେଟ୍ରୋଲ ମନା

ଭୁବନେଶ୍ୱର,୨୦।୧୨: ପରିବହନ କ୍ଷେତ୍ରରେ ପରିବେଶ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ପରିବହନ ପ୍ରାଧିକରଣ (STA) ପକ୍ଷରୁ ଶନିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ପ୍ରଦୂଷଣ ପ୍ରମାଣପତ୍ର...

ଧୋନି କି ପନ୍ତ ନୁହଁନ୍ତି, ଏହି ଖେଳାଳିଙ୍କୁ ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କହିଲେ ରୋହିତ

ମୁମ୍ବାଇ,୨୦।୧୨: ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କିଏ? ଏହି ପ୍ରଶ୍ନ ଆସିଲେ ସାଧାରଣତଃ ମହେନ୍ଦ୍ର ସିଂ ଧୋନି କିମ୍ବା ଋଷଭ ପନ୍ତଙ୍କ ନାମ ପ୍ରଥମେ ଆସିଥାଏ। ମାତ୍ର...

କାହିଁକି ବାଦ୍‌ ପଡ଼ିଲେ ଗିଲ୍‌: ମୁହଁ ଖୋଲିଲେ ଅଗରକର

ମୁମ୍ବାଇ, ୨୦ା୧୨: ୨୦୨୬ ଫେବୃଆରୀ-ମାର୍ଚ୍ଚରେ ହେବାକୁ ଥିବା ଟି୨୦ କ୍ରିକେଟ୍‌ ବିଶ୍ୱକପ୍‌ ଲାଗି ଶନିବାର ଭାରତୀୟ ଦଳ ଘୋଷିତ ହୋଇଛି। ଦିନିକିଆ ଓ ଟେଷ୍ଟ ଦଳର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri