କରୋନା ସ୍ଥିତି ଅସମ୍ଭାଳ: ଡାକ୍ତରଖାନାରେ ରେକର୍ଡ ସଂଖ୍ୟକ ପିଲା ଭର୍ତ୍ତି

ଓ୍ବାଶିଂଟନ,୩୧ା୧୨: ଆମେରିକାରେ କରୋନା ଭୂତାଣୁ ଏବଂ ଓମିକ୍ରନର ସର୍ବାଧିକ ପ୍ରଭାବ ଦେଖିବାକୁ ମିଳୁଛି। ଏଠାରେ ପ୍ରତିଦିନ ଅଢ଼େଇ ଲକ୍ଷରୁ ଅଧିକ କରୋନା ମାମଲା ପଞ୍ଜୀକୃତ ହେଉଛି। ଏହି ସମୟରେ ରୋଗ ନିୟନ୍ତ୍ରଣ ଏବଂ ନିରାକରଣ କେନ୍ଦ୍ର କହିଛି, ବର୍ତ୍ତମାନ ପିଲାମାନଙ୍କଠାରେ କରୋନା ଭୂତାଣୁ ଅତି ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଫଳରେ ରେକର୍ଡ ସଂଖ୍ୟକ ଶିଶୁ ଡାକ୍ତରଖାନାରେ ଭର୍ତ୍ତି ହେଉଛନ୍ତି। ଏମାନଙ୍କ ମଧ୍ୟରୁ ଅଧିକାଂଶ ଯେଉଁମାନେ ଟିକାକରଣ କରିନାହାନ୍ତି। ଏଥିପାଇଁ ଡାକ୍ତରମାନେ ମଧ୍ୟ ଦୁଃଖ ପ୍ରକାଶ କରିଛନ୍ତି। ଏହା ଅତ୍ୟନ୍ତ ହୃଦୟ ବିଦାରକ ବୋଲି ଫିଲାଡେଲଫିଆର ଶିଶୁ ହସ୍ପିଟାଲର ସଂକ୍ରାମକ ରୋଗ ବିଶେଷଜ୍ଞ ଡକ୍ଟର ପଲ ଆଫିଟ୍‌ କହିଛନ୍ତି। ଗତବର୍ଷ ଏହା ଯଥେଷ୍ଟ କଠିନ ଥିଲା, କିନ୍ତୁ ବର୍ତ୍ତମାନ ଏହାକୁ ବନ୍ଦ କରିବା ପାଇଁ ଏକ ଉପାୟ ଅଛି। ତଥାପି ସ୍ଥିତି ଅସମ୍ଭାଳ।

 

ରୋଗ ନିୟନ୍ତ୍ରଣ ଏବଂ ନିରାକରଣ କେନ୍ଦ୍ର ପକ୍ଷରୁ ପ୍ରକାଶ ଯେ, ଡିସେମ୍ବର ୨୨ରୁ ୨୮ ମଧ୍ୟରେ ହାରାହାରି ୩୭୮ପିଲା ୧୭ ବର୍ଷରୁ କମ୍‌ ବୟସର ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ପୂର୍ବ ତୁଳନାରେ ଏହି ସପ୍ତାହରେ ୬୬ ପ୍ରତିଶତ ବୃଦ୍ଧି ଦେଖିବାକୁ ମିଳିଛି। ସିଡିସି ଅନୁଯାୟୀ,ସେପ୍ଟେମ୍ବର ଆରମ୍ଭରେ ଏହିପରି ପ୍ରଥମ ସଂଖ୍ୟକ ମାମଲା ରିପୋର୍ଟ ହୋଇଥିଲା। ଏହି ସମୟରେ ପ୍ରତିଦିନ ହାରାହାରି ୩୪୨ ପିଲା ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନର୍ସଙ୍କୁ ୭୮୦ ବର୍ଷର କାରାଦଣ୍ଡ! ୨୨ ମାମଲାରେ ଦୋଷୀ ସାବ୍ୟସ୍ତ

ଓ୍ବାଶିଂଟନ,୪।୫: ଆମେରିକା ପେନସିଲଭାନିଆର ୪୧ ବର୍ଷିୟ ନର୍ସ ହେଥର ପ୍ରେସଡିଙ୍କୁ ତିନିଟି ହତ୍ୟା ଏବଂ ୧୯ଟି ହତ୍ୟା ଉଦ୍ୟମ ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ...

ରାହୁଲଙ୍କୁ ପ୍ରଶଂସା କଲେ ପାକିସ୍ତାନ ନେତା…

ନୂଆଦିଲ୍ଲୀ/ଇସଲାମାବାଦ,୪।୫: ପାକିସ୍ତାନୀ ନେତା ଚୌଧୁରୀ ଫୱାଦ ହୁସେନ ପୂର୍ବତନ କଂଗ୍ରେସ ସଭାପତି ତଥା ବରିଷ୍ଠ ନେତା ରାହୁଲ ଗାନ୍ଧୀଙ୍କୁ ପ୍ରଶଂସା କରିଛନ୍ତି। ଫୱାଦ ହୁସେନ ଏକ୍ସରେ...

ବ୍ରାଜିଲରେ ପ୍ରବଳ ବର୍ଷା: ୩୭ ମୃତ

ବ୍ରାସିଲିଆ,୪।୫: ବ୍ରାଜିଲର ଦକ୍ଷିଣ ପ୍ରାନ୍ତ ରିଓଗ୍ରାଣ୍ଡେ ଡୋ ସୁଲରେ ପ୍ରବଳ ବର୍ଷା ଯୋଗୁ ୩୭ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଏନେଇ ସ୍ଥାନୀୟ କର୍ତ୍ତୃପକ୍ଷ...

ଚନ୍ଦ୍ର ଅଭିମୁଖେ ଚାଇନାର ଚାଙ୍ଗ’ଇ-୬: ଦକ୍ଷିଣ ମେରୁରୁ ଶିଳା ଆଣିବ

ନୂଆଦିଲ୍ଲୀ,୩ା୫: ଚନ୍ଦ୍ରର ଦକ୍ଷିଣ ମେରୁରୁ ଶିଳା ଓ ମୃତ୍ତିକା ସଂଗ୍ରହ କରି ଆଣିବା ପାଇଁ ଚାଇନା ଏହାର ମହାକାଶ ଯାନ ଚାଙ୍ଗ’ଇ-୬କୁ ଶୁକ୍ରବାର ଲଞ୍ଚ୍‌ କରିଛି।...

ୟୁକ୍ରେନ ଯୁଦ୍ଧରେ ୧୫୦,୦୦୦ ଋଷ ସୈନିକ ନିହତ ହୋଇଥିବା ଆକଳନ କଲା ଫ୍ରାନ୍ସ

ନୂଆଦିଲ୍ଲୀ,୩।୫: ୟୁକ୍ରେନ ଉପରେ ଆକ୍ରମଣ ସମୟରେ ୧୫୦,୦୦୦ ଋଷ ସୈନିକଙ୍କ ପ୍ରାଣ ହରାଇଥିବା ଆକଳନ କରିଛି ଫ୍ରାନ୍ସ। ଶୁକ୍ରବାର ପ୍ରକାଶିତ ଏକ ସାକ୍ଷାତକାରରେ ଏଭଳି ଏକ...

ପ୍ରତିବର୍ଷ ୨୫ କୁମାରୀ ଝିଅଙ୍କୁ ବାଛନ୍ତି କିମ ଜୋଙ୍ଗ ଉନ, ‘ପ୍ଲେଜର ସ୍କ୍ବାଡ’ରେ ସାମିଲ ଥିବା ଜଣେ ଯୁବତୀ କହିଲେ କିଛି ଅକୁହା କଥା

ପୋଙ୍ଗୟାଙ୍ଗ,୩।୫: ସମୟ ସମୟରେ ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ ଜୋଙ୍ଗ ଉନଙ୍କ ବିଷୟରେ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଥାଏ। ଏଥିରେ କୌଣସି ସନ୍ଦେହ ନାହିଁ...

କୋଭିଶିଲ୍ଡ ଟିକା ନେବାରୁ ଯାଇଥିଲା ଝିଅର ଜୀବନ, ଆଷ୍ଟ୍ରା ଜେନେକା ବିରୋଧରେ ମାମଲା କରିବାକୁ ପ୍ରସ୍ତୁତ ହେଉଛନ୍ତି ପିତା

ନୂଆଦିଲ୍ଲୀ,୩।୫: କୋଭିଶିଲ୍ଡ ଟିକା ନେବାରୁ ଜଣେ ଝିଅର ଜୀବନ ଯିବାରୁ ଏବେ ତାଙ୍କର ମାତାପିତା ସେରମ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆ (ଏସଆଇଆଇ) ଏବଂ ବ୍ରିଟିଶ ଫାର୍ମା...

ସ୍କୁଲ, କଲେଜ, ଅଫିସ ବନ୍ଦ, ମୂଷଳ ଧାରାରେ ବର୍ଷାକୁ ଦେଖି ଲୋକଙ୍କୁ ଘରେ ରହିବାକୁ ପାଣିପାଗ ବିଭାଗର ସତର୍କ ସୂଚନା

ଆବୁ ଧାବି,୩।୫: ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ରେ ବର୍ଷା ପୁଣି ଏକ ବିପର୍ଯ୍ୟୟ ପାଲଟିଛି। ଗୁରୁବାର ପ୍ରବଳ ବର୍ଷା ଓ ଝଡ଼ ତୋଫାନ ଯୋଗୁଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri