ରୌପ୍ୟ ପଦକ ଜିତିଲେ ପ୍ରମିଳା କିସାନୀ

ବୁଗୁଡ଼ା,୧ା୧(ଡି.ଏନ.ଏ.): ଆନ୍ଧ୍ର ପ୍ରଦେଶର ଆଚାର୍ଯ୍ୟ ନାଗାର୍ଜୁନ ବିଶ୍ୱବିଦ୍ୟାଳୟଠାରେ ଚାଲିଥିବା ସର୍ବଭାରତୀୟ ଆନ୍ତଃ ବିଶ୍ୱବିଦ୍ୟାଳୟ ଭାରୋତ୍ତୋଳନ ପ୍ରତିଯୋଗିତାରେ ଗଞ୍ଜାମ ଜିଲା ବୁଗୁଡ଼ା ପିପୁଲସ୍‌ କଲେଜ ଛାତ୍ରୀ ପ୍ରମିଳା କିସାନୀ ରୌପ୍ୟ ପଦକ ଜିତି ଓଡ଼ିଶାର ନାମ ଉଜ୍ଜ୍ୱଳ କରିଛନ୍ତି। ଡିସେମ୍ବର ୨୭ରୁ ୩୦ ଯାଏ ଚାଲିଥିବା ଏହି ପ୍ରତିଯୋଗିତାରେ ସେ ୫୫ କିଲୋ ବର୍ଗରେ ୧୭୦ ଅଙ୍କ ହାସଲ କରି ଏହି ସଫଳତା ପାଇଥିବା ଜଣାପଡିଛି। ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ତରଫରୁ ବିଭିନ୍ନ ବର୍ଗରେ ୫ ଜଣ ଝିଅ ଅଂଶଗ୍ରହଣ କରିଥିବା ବେଳେ ପ୍ରମିଳାଙ୍କୁ ହିଁ ଏହି ସଫଳତା ମିଳିଛି। ବୁଗୁଡ଼ା ପିପୁଲସ୍‌ କଲେଜରେ ଯୁକ୍ତ ୩ ଇତିହାସ ସମ୍ମାନ ନେଇ ଶେଷ ବର୍ଷରେ ପଢୁଥିବା ପ୍ରମିଳା ଏହି ସଫଳତା ପାଇଁ ସେ ପିପୁଲସ୍‌ କଲେଜ କ୍ରୀଡ଼ା ଶିକ୍ଷକ କ୍ରିଷ୍ଣା ରାଓ ପାତ୍ର ଓ ବ୍ରହ୍ମପୁର ହନୁମାନ କ୍ଲବର କେ. ରବି କୁମାର, ଚିତ୍ତରଞ୍ଜନ ପଟ୍ଟନାୟକଙ୍କ ସମେତ କ୍ଲବର ସିନିୟର ଭାରୋତ୍ତୋଳନକାରୀମାନଙ୍କୁ ଶ୍ରେୟ ଦେଇଛନ୍ତି। ତାଙ୍କର ଏହି କୃତିତ୍ୱରେ ବୁଗୁଡା ପିପୁଲ୍‌ସ କଲେଜର ଅଧ୍ୟକ୍ଷ ରଜନୀ କାନ୍ତ ଦାଶଙ୍କ ସମେତ ସମସ୍ତ ଅଧ୍ୟାପକ, କର୍ମଚାରୀ, ଛାତ୍ରୀଛାତ୍ର ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

ଅତ୍ୟାଚାର, ଶୋଷଣ ବିରୋଧରେ ସ୍ବର ଉତ୍ତୋଳନ ଲୋଡ଼ା

ଭଞ୍ଜନଗର,୩୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରରେ ଚକରା ବିଷୋୟୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ‘ଚକରା ବିଷୋୟୀଙ୍କ ଐତିହାସିକ...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ନୂଆବର୍ଷରୁ ଶନିଙ୍କ ସାଢେ ସାତ ଚାଲି ଆରମ୍ଭ; ଏହି ୩ ରାଶିର ଖରାପ ଟାଇମ ଷ୍ଟାର୍ଟ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହରାଜ ଶନିଙ୍କୁ କର୍ମଫଳ ଦାତା ଓ ନ୍ୟାୟ ପ୍ରଦାତା ଗ୍ରହ ଭାବେ ଗଣନା କରଯାଇଥାଏ । ଶନି ଯେତେବେଳେ ଗୋଟିଏ ରାଶିରେ ଦୀର୍ଘ...

ନୂଆ ବର୍ଷରେ ନୂଆ ପଦକ୍ଷେପ

ଯାଜପୁର,୩୧ା୧୨: : କର୍କଟ ପୀଡିତଙ୍କ ପାଇଁ 14 ଇଞ୍ଚ କେଶଦାନ କଲେ ଜୟ ମହାକାଳ ଫାଉଣ୍ଡେସନର ସଦସ୍ୟା ପୂଜାରାଣୀ ବେହେରା । ଇଂରାଜୀ ନୂଆବର୍ଷ ଆରମ୍ଭକୁ...

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri