‘ଲୋକଙ୍କ ସେବା, ସୁରକ୍ଷାକୁ ପ୍ରାଥମିକତା’

କଟକ ଅଫିସ,୧ା୧: ଓଡ଼ିିଶା ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ୧୯୮୭ ବ୍ୟାଚ୍‌ର ଆଇପିଏସ୍‌ ଅଫିସର ସୁନୀଲ କୁମାର ବଂଶଲ ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। କଟକସ୍ଥିତ ପୋଲିସ ମୁଖ୍ୟାଳୟରେ ଦାୟିତ୍ୱ ଗ୍ରହଣ ଅବସରରେ ତାଙ୍କୁ ଗାର୍ଡ ଅଫ୍‌ ଅନର ଦିଆଯାଇଥିଲା। ପୂର୍ବତନ ଡିଜିପି ଅଭୟ ତାଙ୍କୁ କାର୍ଯ୍ୟଭାର ହସ୍ତାନ୍ତର କରିଥିଲେ। ଏହି ଅବସରରେ ବରିଷ୍ଠ ପୋଲିସ ଅଧିକାରୀମାନେ ନୂତନ ଡିଜିପି ବଂଶଲଙ୍କୁ ସ୍ବାଗତ ଜଣାଇଥିଲେ। ଦାୟିତ୍ୱ ଗ୍ରହଣ ପରେ ନୂତନ ଡିଜିପି ବଂଶଲ ଗଣମାଧ୍ୟମ ପ୍ରତିନିଧିମାନଙ୍କ ବିଭିନ୍ନ ପ୍ରଶ୍ନର ଉତ୍ତର ରଖିଥିଲେ। ସେ କହିଛନ୍ତି, ମୋ’ ଉପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭରସା ରଖି ଗୁରୁଦାୟିତ୍ୱ ଦେଇଥିବାରୁ ତାଙ୍କୁ କୃତଜ୍ଞତା ଜଣାଉଛି। ଓଡ଼ିିଶାବାସୀଙ୍କୁ ସେବା ଓ ସୁରକ୍ଷା ଯୋଗାଇଦେବା ଉପରେ ପ୍ରାଥମିକତା ରହିବ। ବିଶେଷକରି ରାଜ୍ୟର ଦୁର୍ବଳ, ଅସହାୟ, ଆଦିବାସୀ, ବୟସ୍କ ଓ ମହିଳାଙ୍କ ପ୍ରତି ବିଶେଷ ଦୃଷ୍ଟି ଦିଆଯିବ। ଯେଉଁମାନେ ଥାନାକୁ ଆସିପାରୁ ନାହାନ୍ତି, ପୋଲିସ ତାଙ୍କ ପାଖରେ ପହଞ୍ଚତ୍ବ।
ସେହିପରି ଏବେ କରୋନା ମହାମାରୀ କମି ନ ଥିବାରୁ ଓଡ଼ିଶା ପୋଲିସ ସଜାଗ ରହିବ। ସାଇବର କ୍ରାଇମ ରୋକିବା ନେଇ ସେ କହିଛନ୍ତି, ନିକଟରେ ରାଜ୍ୟ ସରକାର ୧୪ଟି ଥାନା ଓ ସାଇବର ଥାନା ଲୋକାର୍ପଣ କରିଛନ୍ତି। ଏହା ସାଇବର ଅପରାଧ ଦମନ ଦିଗରେ ବେଶ୍‌ ସହାୟକ ହେବ। ଆଗକୁ ବିଭାଗରେ ଅଧିକ ବୈଷୟିକ ଜ୍ଞାନକୌଶଳ ଉପଯୋଗ ସହ ସଚେତନ ଓ ସତର୍କତା ଦ୍ୱାରା ସାଇବର ଅପରାଧକୁ ରୋକାଯିବ। ମାଓବାଦୀ ଦମନ ଓ ନିଶା କାରବାର ରୋକିବା ନେଇ ନୂତନ ଡିଜିପି କହିଛନ୍ତି, ବର୍ତ୍ତମାନ ରାଜ୍ୟରେ ମାଓବାଦୀ ମୁକାବିଲା ସ୍ଥିତି ଭଲ ରହିଛି। ପଡ଼ୋଶୀ ଛତିଶଗଡ, ଆନ୍ଧ୍ରପ୍ରଦେଶ ଏବଂ ଅନ୍ୟ ମାଓବାଦୀପ୍ରବଣ ରାଜ୍ୟ ସହ ମିଶି ମୁକାବିଲା କରାଯିବ। ଏକ ମାଷ୍ଟର ପ୍ଲାନ ପ୍ରସ୍ତୁତ କରାଯିବା ସହ ନିଶା କାରବାର ଦିଗରେ କଠୋର ପଦକ୍ଷେପ ନିଆଯିବ। ସେହିପରି ମହିଳା ଓ ଶିଶୁଙ୍କ ଉପରେ ନିର୍ଯାତନାକୁ ଦୃଢ ହସ୍ତରେ ଦମନ କରାଯିବ। ଏ ନେଇ ରାଜ୍ୟ କ୍ରାଇମବ୍ରାଞ୍ଚରେ ଏକ ସ୍ବତନ୍ତ୍ର ସେଲ କାର୍ଯ୍ୟ କରୁଛି। ସେହି ସେଲ୍‌ରେ ଅଧିକ ଦକ୍ଷ ଅଧିକାରୀଙ୍କୁ ନିୟୋଜିତ କରାଯିବ। ଆଇନଶୃଙ୍ଖଳା ଯୋଗୁ ତଦନ୍ତ ପ୍ରକ୍ରିୟା ବାଧାପ୍ରାପ୍ତ ହେଉଛି କି ପ୍ରଶ୍ନରେ ସେ କହିଛନ୍ତି, ପୋଲିସ ବିଭାଗରେ ସର୍ବଦା ଚ୍ୟାଲେଞ୍ଜ ରହିଥାଏ। ତେବେ ତଦନ୍ତକୁ ପ୍ରାଥମିକତା ଦିଆଯାଏ। ରାଜ୍ୟକୁ ଅପରାଧମୁକ୍ତ କରାଯିବା ଦିଗରେ କଠୋର ପଦକ୍ଷେପ ନିଆଯିବ ବୋଲି ବଂଶଲ କହିଛନ୍ତି। ପଞ୍ଚାୟତ ଓ ପୌର ନିର୍ବାଚନ ପରିଚାଳନା ନେଇ ସେ କହିଛନ୍ତି, ନିର୍ବାଚନକୁ ସ୍ବଚ୍ଛ, ଅବାଧ ଏବଂ ନିରପେକ୍ଷ କରାଯିବାକୁ ପଦକ୍ଷେପ ନିଆଯିବ। କୌଣସି ପ୍ରକାର ବିଶୃଙ୍ଖଳାକୁ ବରଦାସ୍ତ କରାଯିବ ନାହିଁ। ନୂତନ ଡିଜିପି ଦୁର୍ନୀତିମୁକ୍ତ ଓଡ଼ିଶା ଗଠନ ନେଇ କହିଛନ୍ତି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋ’ ସରକାର ଓ ୫-ଟି ବ୍ୟବସ୍ଥା ଲାଗୁ କରିଛନ୍ତି। ଏହା ଅତ୍ୟନ୍ତ ଅଭିନବ ଯୋଜନା। ମୋ’ ସରକାର ଯୋଗୁ ରାଜ୍ୟରେ ଅପରାଧ କମିବା ସହ ଲୋକଙ୍କୁ ତ୍ୱରିତ ନ୍ୟାୟ ମିଳିପାରୁଛି। ଆଗାମୀ ଦିନରେ ଏହି ବ୍ୟବସ୍ଥାକୁ ପୋଲିସ ବିଭାଗରେ କଡ଼ାକଡ଼ି ଭାବେ ଅନୁପାଳନ କରାଯିବ। ସ୍ବଚ୍ଛତା ଓ ଜ୍ଞାନକୌଶଳ ଉପଯୋଗ କରି ଦୁର୍ନୀତିକୁ ରୋକାଯାଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

ପରକୀୟା ପ୍ରୀତି: ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ, ଜେଲ ଗଲେ ସ୍ବାମୀ

ଦିଗପହଣ୍ଡି,୨୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ପ୍ରଥମ ଲେନର ଚନ୍ଦନ ପାତ୍ରଙ୍କ ପରକୀୟା ପ୍ରୀତି ପଦାରେ ପଡ଼ିଛି। ବିବାହିତା ସ୍ତ୍ରୀ ଥାଉ...

ଋଷିକୂଲ୍ୟା ରେଳ ବ୍ରିଜ ଉପରେ ଚଢ଼ିଗଲେ ଯୁବକ, ଓହ୍ଲାଇବାକୁ ନାକେଦମ ହେଲା ପୋଲିସ, ସ୍ଥାନୀୟ ଲୋକେ ପହଞ୍ଚି… 

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ମାନସିକ ବିକୃତ ଯୁବକଙ୍କ ଉନ୍ମତ କାଣ୍ଡ। ତାଙ୍କ ପାଇଁ ନାକେଦମ ହେଲା ପୋଲିସ। ଏଭଳି ଏକ ଘଟଣା ଶନିବାର ଅପରାହ୍ନରେ ଗଞ୍ଜାମରେ...

କୁର୍ମି କ୍ଷତ୍ରୀୟ ପ୍ରଦେଶ ସଂସ୍ଥାର ବିରାଟ ମହିଳା ସମ୍ମିଳନୀ: ନାରୀ ଶିକ୍ଷା, ରୋଜଗାର ଉପରେ…

ଭଞ୍ଜନଗର,୨୭।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଚାଲିଥିବା ନିଖିଳ ଉତ୍କଳ କୁର୍ମି କ୍ଷତ୍ରୀୟ ପ୍ରଦେଶ ମହାସଭା ଶନିବାର ତୃତୀୟ ଦିବସରେ ପହଞ୍ଚିଛି। ରବିବାର ମହାସଭା...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri