‘ମାଧୋ ସିଂଙ୍କ ବୀରତ୍ୱର କାହାଣୀ ଦେଶବାସୀ ଜାଣନ୍ତୁ’

ଭୁବନେଶ୍ୱର, ୧।୧(ବ୍ୟୁରୋ): ବ୍ରିଟିଶ ଶାସକଙ୍କ କବଳରୁ ଭାରତମାତାକୁ ରକ୍ଷା କରିବା ପାଇଁ ଅନେକ ବୀର ଜୀବନ ଦେଇଛନ୍ତି। ସେମାନଙ୍କ ମଧ୍ୟରେ ଶହୀଦ ମାଧୋ ସିଂ ଅନ୍ୟତମ। ୧୮୫୭ ମସିହାରେ ମହାନ୍‌ ସ୍ବାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏ ବ୍ରିଟିଶ ଶାସକଙ୍କ ବିରୋଧରେ ସଂଗ୍ରାମ ଚଳାଇଥିବାବେଳେ ତାଙ୍କୁ ବିଭିନ୍ନ ଅଞ୍ଚଳରୁ ସହଯୋଗ ଓ ସମର୍ଥନ ମିଳିଥିଲା। ବରଗଡ଼ ଜିଲା ଘେଁସ ଜମିଦାର ମାଧୋ ସିଂ ଓ ତାଙ୍କ ପରିବାର ଏହି ସଂଗ୍ରାମରେ ସାମିଲ ହୋଇଥିଲେ। ମାଧୋଙ୍କ ସମେତ ୪ ପୁଅ ହଟେ ସିଂ, କୁଞ୍ଜଳ ସିଂ, ବୈରୀ ସିଂ, ଐରୀ ସିଂ ଓ ତାଙ୍କ ଜ୍ୱାଇଁ ମଧ୍ୟ ଦେଶ ପାଇଁ ପ୍ରାଣବଳି ଦେଇଥିଲେ। କେବଳ ଓଡ଼ିଶା ନୁହେଁ, ସାରା ଭାରତବର୍ଷର ଯୁବପିଢି ଶହୀଦ ମାଧୋ ସିଂ ଓ ତାଙ୍କ ପରିବାରର ବୀରତ୍ୱ ତଥା ବଳିଦାନର କାହାଣୀ ସମ୍ପର୍କରେ ଜାଣିବାର ଆବଶ୍ୟକତା ରହିଛି ବୋଲି ରାଜ୍ୟ ଗ୍ରାମ୍ୟ ଉନ୍ନୟନ, ଶ୍ରମ ଓ କର୍ମଚାରୀ ରାଜ୍ୟବୀମା ମନ୍ତ୍ରୀ ସୁଶାନ୍ତ କୁମାର ସିଂହ କହିଛନ୍ତି। ଲୋକ ସମ୍ପର୍କ ଭବନ ସମ୍ମିଳନୀ କକ୍ଷରେ ଶୁକ୍ରବାର ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଏବଂ ଶହୀଦ୍‌ କୁଞ୍ଜଳ ସିଂ କ୍ଲବ ଘେଁସ ଆନୁକୂଲ୍ୟରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ବୀରତା ଦିବସ ଅନୁଷ୍ଠିତ ହୋଇଥିଲା। ମୁଖ୍ୟ ଅତିଥି ଭାବେ ଯୋଗଦେଇ ମନ୍ତ୍ରୀ ସିଂହ ଏହା କହିବା ସହ ଘେଁସଠାରେ ରହିଥିବା ଶହୀଦ୍‌ ସ୍ମୃତିପୀଠର ସୁରକ୍ଷା, ଶହୀଦ୍‌ କୁଞ୍ଜଳ ସିଂ ପାର୍କ ଓ ନୂତନ କଲ୍ୟାଣ ମଣ୍ଡପ ଆଦି ନିର୍ମାଣ କରାଯାଉଥିବା ନେଇ ସୂଚନା ଦେଇଥିଲେ।
ପ୍ରାରମ୍ଭରେ କ୍ରାନ୍ତିବୀର ମାଧୋ ସିଂହଙ୍କ ବଳିଦାନ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଟୁଇଟ୍‌କୁ ପ୍ରଦର୍ଶିତ କରାଯାଇଥିଲା। ବିଭାଗ ନିର୍ଦ୍ଦେଶକ ତଥା ସ୍ବତନ୍ତ୍ର ଶାସନ ସଚିବ ଇନ୍ଦ୍ରମଣି ତ୍ରିପାଠୀ କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିଥିଲେ। ସମ୍ମାନିତ ଅତିଥି ଭାବେ ଉତ୍କଳ ପ୍ରସଙ୍ଗ ଏବଂ ଓଡ଼ିଶା ରିଭ୍ୟୁର ସମ୍ପାଦକ ଡ. ଲେନିନ୍‌ ମହାନ୍ତି ଯୋଗଦେଇ ମାଧୋ ସିଂଙ୍କ ପରି ପୂର୍ବସୂରୀଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ଦେଶ ଓ ଜାତି ପାଇଁ କାମ କରିବାକୁ ଆହ୍ବାନ ଦେଇଥିଲେ। ମୁଖ୍ୟବକ୍ତା ଭାବେ ଶିକ୍ଷାବିତ୍‌ ତଥା ଗବେଷକ ଡ. ସୁବାସ ମେହେର ଶହୀଦ ମାଧୋ ସିଂଙ୍କ ସଂଗ୍ରାମ ଉପରେ ତଥ୍ୟ ରଖିଥିଲେ। କୁଞ୍ଜଳ ସିଂ କ୍ଲବ ସଭାପତି ଅଶୋକ କୁମାର ପୂଜାହାରୀ, ପୂର୍ବତନ ଏମ୍‌ପି ପ୍ରଭାସ ସିଂ ପ୍ରମୁଖ ଯୋଗଦେଇଥିଲେ। ସୂଚନା ଅଧିକାରୀ ସଚ୍ଚିଦାନନ୍ଦ ବେହେରା କାର୍ଯ୍ୟକ୍ରମ ସଂଯୋଜନା ଓ ବିଭାଗର ଅତିରିକ୍ତ ନିର୍ଦ୍ଦେଶକ ସୁରେନ୍ଦ୍ରନାଥ ପରିଡା ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri