୧୦ ବିଦେଶ ଫେରନ୍ତାଙ୍କ ପତ୍ତା ମିଳୁନି

ଢେଙ୍କାନାଳ ଅଫିସ, ୧।୧ ରାଜ୍ୟରେ କାୟା ବିସ୍ତାର କରୁଥିବା ଓମିକ୍ରନ୍‌ ସଂକ୍ରମଣକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି ରାଜ୍ୟ ସରକାର। ଭିଡ଼ ଏଡ଼ାଇବାକୁ ଜାନୁୟାରୀରେ କଟକଣା ଆହୁରି କଡ଼ାକଡ଼ି କରାଯାଇଛି। ହେଲେ ବିଦେଶାଗତଙ୍କୁ ନେଇ ଚିନ୍ତାରେ ପଡ଼ିଛି ଢେଙ୍କାନାଳ ଜିଲା ପ୍ରଶାସନ ଏବଂ ସ୍ବାସ୍ଥ୍ୟ ବିଭାଗ। କାରଣ ବିଦେଶରୁ ଜିଲାକୁ ବାହୁଡ଼ିଥିବା ୧୦ଜଣଙ୍କ ପତ୍ତା ମିଳୁନାହିଁ। ସମ୍ପୃକ୍ତ ବିଦେଶ ଫେରନ୍ତାଙ୍କ ସମ୍ପର୍କରେ ତଥ୍ୟ ସଂଗ୍ରହ କରି ସେମାନଙ୍କୁ ଚିହ୍ନଟ କରିବାକୁ ସ୍ବାସ୍ଥ୍ୟ କେନ୍ଦ୍ର, ଆଶା ଏବଂ ସ୍ବାସ୍ଥ୍ୟକର୍ମୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଗୁରୁବାର ସୁଦ୍ଧା ମୋଟ୍‌ ୧୩୪ ଜଣ ବିଦେଶରୁ ଫେରିଛନ୍ତି। ସେମାନଙ୍କ ମଧ୍ୟରୁ ରେଡ୍‌ଜୋନ୍‌ (ଓମିକ୍ରନ୍‌ ସଂକ୍ରମଣ ବୃଦ୍ଧି ପାଇଥିବା ଦେଶ)ରୁ ୨୯ ଏବଂ ଗ୍ରୀନ୍‌ ଜୋନ୍‌ (କରୋନା ସଂକ୍ରମଣ ବୃଦ୍ଧି ପାଇଥିବା ଦେଶ)ରୁ ୧୦୫ ଜଣ ରହିଛନ୍ତି। ତନ୍ମଧ୍ୟରୁ ୧୨୪ଜଣଙ୍କୁ ଚିହ୍ନଟ କରାଯାଇଛି। ହେଲେ ଅବଶିଷ୍ଟ ୧୦ ଜଣଙ୍କ ସମ୍ପର୍କରେ କୌଣସି ସୂଚନା ମିଳିପାରୁନାହିଁ। ସେମାନଙ୍କ ଟେଲିଫୋନ ନମ୍ବର, ଠିକଣା ସମ୍ପର୍କରେ ଜିଲା ସ୍ବାସ୍ଥ୍ୟ ବିଭାଗ ନିକଟରେ କୌଣସି ସୂଚନା ନାହିଁ। ରାଜ୍ୟ ସରକାରଙ୍କ ପକ୍ଷରୁ ସେମାନଙ୍କ ତାଲିକା ଜିଲା ସ୍ବାସ୍ଥ୍ୟ ବିଭାଗକୁ ପ୍ରଦାନ କରାଯାଇଛି। ସମ୍ପୃକ୍ତ ୧୦ଜଣ ନିଜ ଅଞ୍ଚଳର ଲୋକ, ପରିବାର ସହିତ ମିଳାମିଶା କରିଥିବା ସନ୍ଦେହ ଦୃଢ଼ୀଭୂତ ହୋଇଛି। ସେମାନେ ଓମିକ୍ରନ୍‌ ସ୍ପ୍ରେଡ୍‌ର ପାଲଟିବା ଆଶଙ୍କାକୁ ଏଡ଼ାଇ ଦିଆଯାଇପାରୁନାହିଁ। ଯାହାକୁ ନେଇ ସ୍ବାସ୍ଥ୍ୟ ବିଭାଗର ମୁଣ୍ଡବ୍ୟଥା ବଢ଼ିଛି। ଅପରପକ୍ଷେ ରେଡ୍‌ଜୋନ୍‌ରୁ ଫେରିଥିବା ୨୮ ଏବଂ ଗ୍ରୀନଜୋନରୁ ଫେରିଥିବା ୪୪ ଜଣଙ୍କ ଉଭୟ ଆର୍‌ଟିପିସିଆର ଏବଂ ଓମିକ୍ରନ ଟେଷ୍ଟ କରାଯାଇଛି। ସେମାନଙ୍କ ମଧ୍ୟରୁ ୬୬ଜଣଙ୍କ ରିପୋର୍ଟ ନେଗେଟିଭ୍‌ ଆସିଛି। ଅନ୍ୟମାନଙ୍କ ରିପୋର୍ଟକୁ ଅପେକ୍ଷା କରାଯାଇଛି। ଏ ସଂକ୍ରାନ୍ତରେ ଜିଲା ଚିକିତ୍ସାଧିକାରୀ ଡା. ଅଶୋକ କୁମାର ଦାଶ କୁହନ୍ତି, ୧୦ ବିଦେଶ ଫେରନ୍ତା ଦାଖଲ କରିଥିବା ମୋବାଇଲ୍‌ ନମ୍ବର, ଠିକଣା ଭୁଲ୍‌ ଥିଲେ ସମସ୍ୟା ବଢ଼ିବ। ତଥାପି ଯଥାସମ୍ଭବ ସେମାନଙ୍କୁ ଚିହ୍ନଟ କରିବାକୁ ବିଭାଗ ପକ୍ଷରୁ ଉଦ୍ୟମ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଲେ

ଭୁବନେଶ୍ୱର,୧୨।୮: ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଦେଲେ। ଏଭଳି ଘଟଣା ଘଟିଛି ଭୁବନେଶ୍ୱର ସହିଦ୍‌ନଗରରେ। ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ମରଣାତ୍ମକ ଆକ୍ରମଣ ହୋଇଛି।...

ରାଜ୍ୟରେ ବଢୁଛି ମହିଳାଙ୍କ ବିରୋଧରେ ଅପରାଧ: ଦେଢ଼ ବର୍ଷରେ ୪୦ ହଜାରରୁ ଊର୍ଦ୍ଧ୍ବ ମାମଲା

ଭୁବନେଶ୍ୱର,୮।୧୨: ଓଡ଼ିଶାରେ ମହିଳାମାନଙ୍କ ବିରୋଧରେ ହେଉଥିବା ଅପରାଧ ସାଙ୍ଘାତିକ ଚିନ୍ତାର ବିଷୟ ପାଲଟିଛି। ରାଜ୍ୟ ବିଧାନସଭାରେ ଉପସ୍ଥାପିତ ତଥ୍ୟ ଅନୁଯାୟୀ, ଗତ ମାତ୍ର ଦେଢ଼ ବର୍ଷ...

ମାଲକାନଗିରିରେ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ ଘୋଷଣା: ଜାଣନ୍ତୁ କେବେ ଯାଏ ବଳବତ୍ତର ରହିବ…

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଫଳରେ ମାଲକାନଗିରିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri