୩ ଜାନୁୟାରୀରୁ ପିଲାଙ୍କୁ ଟିକା, ୨୮ ଦିନ ପରେ ଦ୍ୱିତୀୟ ଡୋଜ୍‌…

ନୂଆଦିଲ୍ଲୀ, ୨।୧: ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ସଙ୍କଟ ସୃଷ୍ଟି କରିଛି। ଏହାକୁ ଦୃଷ୍ଟିରେ ରଖି ୨୦୨୨ ଜାନୁୟାରୀ ୧ଠାରୁ କୋ-ଓ୍ବିନ୍‌ ପ୍ଲାଟର୍ଫମରେ ୧୫ରୁ ୧୮ ବର୍ଷ ବୟସ୍କ ପିଲାଙ୍କ ପାଇଁ ପଞ୍ଜିକରଣ ଆରମ୍ଭ ହୋଇଛି। ଶନିବାର ରାତି ୧୧ଟା ୩୦ ସୁଦ୍ଧା ୩ ଲକ୍ଷ ୧୫ ହଜାର ୪୧୬ ଜଣ ପିଲା ଟିକା ଲାଗି ପଞ୍ଜିକରଣ କରି ସାରିଛନ୍ତି। ୨୦୦୭ ଏବଂ ଏହା ପୂର୍ବରୁ ଜନ୍ମ ଗ୍ରହଣ କରିଥିବା ପିଲାଙ୍କୁ ଭାରତ ବାୟୋଟେକ୍‌ ଦ୍ୱାରା ବିକଶିତ କରାଯାଇଥିବା କୋଭାକ୍ସିନ୍‌ ଟିକା ପ୍ରଦାନ କରାଯିବ।

ପଞ୍ଜିକରଣ ପାଇଁ ଆଧାର କାର୍ଡର ଆବଶ୍ୟକତା ରହିଛି। ମାତ୍ର କେତେକ ପିଲାଙ୍କ ପାଖରେ ଆଧାର କାର୍ଡ ନାହିଁ। ତେଣୁ ସେଭଳି ପିଲାମାନଙ୍କ ପଞ୍ଜିକରଣ ସ୍କୁଲ ଆଇଡି କାର୍ଡ ଦ୍ୱାରା ମଧ୍ୟ କରୁଛନ୍ତି। ସେହିପରି ପିଲାମାନେ ମା-ବାପାଙ୍କ ମୋବାଇଲ୍‌ ନମ୍ବରରୁ ପଞ୍ଜିକରଣ ମଧ୍ୟ କରୁଛନ୍ତି। ପଞ୍ଜିକରଣ ପାଇଁ ଦଶମ ଶ୍ରେଣୀ ମାର୍କସିଟ୍‌ ବି ଗ୍ରହଣ ଯୋଗ୍ୟ ହେଉଛି। ଏହା ସହିତ ଟିକାଦାନ କେନ୍ଦ୍ରରେ ପହଞ୍ଚି ମଧ୍ୟ ପଞ୍ଜିକରଣ କରାଯାଇ ପାରିବ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି।

ଜାନୁୟାରୀ ୩ରୁ ଟିକାଦାନ ଆରମ୍ଭ କରାଯାଉଛି। ପ୍ରଥମ ଡୋଜ୍‌ ନେବାର ୨୮ ଦିନ ପରେ ଦ୍ୱିତୀୟ ଡୋଜ୍‌ ପ୍ରଦାନ କରାଯିବ। ଏହି ଅଭିଯାନ ଅନ୍ତର୍ଗତ ଦେଶର ପ୍ରାୟ ୧୦ କୋଟି ପିଲାଙ୍କୁ ଟିକା ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ନୋଟ୍‌ ଛାପା କାରଖାନାରେ କିପରି ପାଇବେ ଚାକିରି, ଜାଣନ୍ତୁ କେତେ ମିଳିବ ଦରମା, ଏମିତି କରନ୍ତୁ ଆବେଦନ…

ନୂଆଦିଲ୍ଲୀ,୨୦ା୧୨: ସରକାରୀ ଚାକିରି ପାଇଁ ପ୍ରସ୍ତୁତ ହେଉଥିବା ଯୁବତୀଯୁବକମାନଙ୍କ ପାଇଁ ନୋଟ୍‌ ଛାପା କାରଖାନାରେ କାମ କରିବାର ସ୍ବପ୍ନ ବିଶେଷ ଗୁରୁତ୍ୱପୂର୍ଣ୍ଣ। ଯଦି ଆପଣ ମଧ୍ୟ...

ଆଜି ପୁଣି ରାଜଧାନୀରେ ବାତିଲ ହେଲା ୧୦୦ ବିମାନ, ଏହି କାରଣରୁ…

ନୂଆଦିଲ୍ଲୀ,୨୦ା୧୨: ଶନିବାର ରାଜଧାନୀ ଦିଲ୍ଲୀରେ ପୁଣି ବହୁ ବିମାନ ବାତିଲ କରାଯାଇଛି। ତେବେ ଘନ କୁହୁଡ଼ି ପାଇଁ ଦିଲ୍ଲୀରେ ୧୦୦ରୁ ଊଦ୍ଧର୍‌ବ ବିମାନ ବାତିଲ କରାଯାଇଛି।...

ଶସ୍ତା ହେବ ଔଷଧ, କମ୍ପାନୀଗୁଡ଼ିକ ସହ ଏକ ଆଶ୍ଚର୍ଯ୍ୟଜନକ ଚୁକ୍ତି କରିଛନ୍ତି ଡୋନାଲ୍ଡ ଟ୍ରମ୍ପ

ଓ୍ବାଶିଂଟନ,୨୦।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଔଷଧ ମୂଲ୍ୟ ହ୍ରାସ ପାଇଁ ସବୁଠାରୁ ବଡ଼ ପଦକ୍ଷେପ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ରୋଗୀମାନଙ୍କୁ...

ତାହେରପୁରରେ ଲ୍ୟାଣ୍ଡ କରିପାରିଲାନି ମୋଦିଙ୍କ ହେଲିକପ୍ଟର, ହଠାତ୍….

ନୂଆଦିଲ୍ଲୀ, ୨୦।୧୨:  ଖରାପ ପାଗ ଯୋଗୁଁ ଲ୍ୟାଣ୍ଡ କରିପାରିଲାନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ହେଲିକପ୍ଟର । ଘନ କୁହୁଡ଼ି ଯୋଗୁଁ ପଶ୍ଚିମବଙ୍ଗର ତାହେରପୁରରେ ଅବତରଣ କରିପାରିନଥିଲା।...

ପାକିସ୍ତାନକୁ କଲେ ଖୁବ ପ୍ରଶଂସା, ଟ୍ରମ୍ପଙ୍କୁ କହିଲେ ଶାନ୍ତି ଦୂତ, ରୁବିଓଙ୍କ ବୟାନକୁ ନେଇ ହେଉଛି ଖୁବ ଚର୍ଚ୍ଚା!

ଓ୍ବାଶିଂଟନ,୨୦।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବିବାଦକୁ ଉଲ୍ଲେଖ କରି ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ କହିଛନ୍ତି ଯେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉବେଳେ ଅଣ୍ଡାମାଡ଼ କଲା ଯୁବ କଂଗ୍ରେସ

ଭୁବନେଶ୍ୱର,୨୦ା୧୨: ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏହି ଅଭିଯୋଗରେ ଗର୍ଜନ କରିଛି ଯୁବ କଂଗ୍ରେସ। ରାଜଧାନୀ ଭୁବନେଶ୍ବରରେ ବିକ୍ଷୋଭ ପ୍ରଦର୍ଶନ ସହ ଅଣ୍ଡାମାଡ଼ କରିଛି ଯୁବ...

୧୨ ବର୍ଷ ପରେ ବି ମିଳୁନି ସରକାରୀ ସୁବିଧା, ପ୍ରଶାସନିକ ଅବହେଳାର ଶିକାର ବଳିଆ

ଗଞ୍ଜାମ,୨୦ା୧୨(ଅନାଥ ତରାଇ): ସରକାରୀ ଯୋଜନା କାହା ପାଇଁ? ଯୋଗ୍ୟ ହିତାଧିକାରୀଙ୍କୁ ସୁବିଧା ଯୋଗାଇଦେବା କ୍ଷେତ୍ରରେ ପ୍ରଶାସନିକ ବିଫଳତାର ଏକ ନଗ୍ନଚିତ୍ର ଦେଖିବାକୁ ମିଳିଛି ଗଞ୍ଜାମ ବ୍ଲକ...

ବାଂଲାଦେଶ ହିଂସାକୁ ନେଇ ବଡ଼ ଚେତାବନୀ ଦେଲେ ଶଶି ଥରୁର! କହିଲେ ଏହା ଭାରତ ପାଇଁ…

ନୂଆଦିଲ୍ଲୀ,୨୦।୧୨: ବରିଷ୍ଠ କଂଗ୍ରେସ ନେତା ଏବଂ ବୈଦେଶିକ ବ୍ୟାପାର ସଂସଦୀୟ ସ୍ଥାୟୀ କମିଟିର ଅଧ୍ୟକ୍ଷ ଶଶି ଥରୁର ବାଂଲାଦେଶରେ ବଢୁଥିବା ରାଜନୈତିକ ସଙ୍କଟ ସମ୍ପର୍କରେ କଡ଼ା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri