ଦେଶପ୍ରେମରେ ଉଦ୍‌ବୁଦ୍ଧ ହେବେ ଛାତ୍ରୀଛାତ୍ର

ଚଣ୍ଡିଖୋଲ,୨ା୧(ଡି.ଏନ.ଏ.): ୧୯୭୧ ଭାରତ-ପାକିସ୍ତାନ ଯୁଦ୍ଧ ବେଳେ ବ୍ୟବହୃତ ହୋଇଥିବା ଏକ ରୁଷ୍‌ ନିର୍ମିତ ଯୁଦ୍ଧ ଟ୍ୟାଙ୍କ ଶନିବାର ଚଣ୍ଡିଖୋଲସ୍ଥିତ ବାବା ଭୈରବାନନ୍ଦ ସ୍ବୟଂଶାସିତ ମହାବିଦ୍ୟାଳୟରେ ପହଞ୍ଚିଛି। ଛାତ୍ରୀଛାତ୍ରଙ୍କୁ ଦେଶ ପ୍ରେମରେ ଉଦ୍‌ବୁଦ୍ଧ ହେବା ପାଇଁ ଏହି ଟ୍ୟାଙ୍କ ପ୍ରଦର୍ଶନୀ କରାଯିବ ବୋଲି ମହାବିଦ୍ୟାଳୟ ଅଧ୍ୟକ୍ଷ ଡ. ବୀରେନ୍ଦ୍ର ମିଶ୍ର ସୂଚନା ଦେଇଛନ୍ତି। ଏହି ଟ୍ୟାଙ୍କଟି ଭାରତ ସୀମାରେ ଥିଲା। ତେବେ ଛାତ୍ରୀଛାତ୍ରଙ୍କଠାରୁ ଆରମ୍ଭ କରି ସାଧାରଣ ଜନତା ଯୁଦ୍ଧ ଟ୍ୟାଙ୍କ ବିଷୟରେ ପରିଚିତ ପାଇଁ ଏହାକୁ ମହାବିଦ୍ୟାଳୟ ପରିସରରେ ରଖିବା ଲାଗି ଜଣେ କମାଣ୍ଡାଣ୍ଟ ପ୍ରସ୍ତାବ ଦେଇଥିଲେ।
ଚଣ୍ଡିଖୋଲ ମହାବିଦ୍ୟାଳୟ ପୁରାତନ ଛାତ୍ରୀଛାତ୍ର ଏହାକୁ ଆଣିବା ପାଇଁ ୩ଲକ୍ଷରୁ ଊର୍ଦ୍ଧ୍ୱଟଙ୍କା ପ୍ରଦାନ କରିଥିବାବେଳେ ମହାବିଦ୍ୟାଳୟ ତରଫରୁ ୧ଲକ୍ଷ ୮ହଜାର ଟଙ୍କା ପ୍ରଦାନ କରାଯାଇଥିଲା। ମହାବିଦ୍ୟାଳୟ ଅଧ୍ୟକ୍ଷ, ପରିଚାଳନା କମିଟି ସଭାପତି ବିନାୟକ ପଣ୍ଡା, ପୁରାତନ ଛାତ୍ର ସଂସଦ ତରଫରୁ ଦେବରାଜ ବେହେରା, ଚଣ୍ଡିଖୋଲ ଓକିଲ ସଂଘ ସମ୍ପାଦକ ପ୍ରକାଶ ଦାସ, ଏନ୍‌ସିସି କମାଣ୍ଡାଣ୍ଟ୍‌ ଅଧ୍ୟାପକ ଦିଲୀପ ନାୟକ ଓ ସଲୀଳରାଜନନ୍ଦନ ମହାନ୍ତିଙ୍କ ସମେତ ଛାତ୍ରୀଛାତ୍ର, ଅଧ୍ୟାପିକାଅଧ୍ୟାପକ ଏବଂ ସ୍ଥାନୀୟ ଜନସାଧାରଣ ଚଣ୍ଡିଖୋଲଛକଠାରୁ ଟ୍ୟାଙ୍କକୁ ସ୍ବାଗତ କରି କଲେଜ ପରିସରରେ ପହଞ୍ଚାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କର୍ମଚାରୀଙ୍କୁ ମିଳିବନି ପେନସନ, ଯଦି କରୁଥିବେ ଏହି ଭୁଲ!

ନୂଆଦିଲ୍ଲୀ,୨୫।୧୨: ସରକାରୀ କର୍ମଚାରୀମାନେ ପ୍ରାୟତଃ ଭାବନ୍ତି ଯେ ଯଦି ସେମାନେ ସମୟ ପୂର୍ୱରୁ ଇସ୍ତଫା ଦିଅନ୍ତି ତେବେ ସେମାନେ ପେନସନ ପାଇବେ କି ନାହିଁ। ସୁପ୍ରିମକୋର୍ଟ...

Christmas 2025: ଖ୍ରୀଷ୍ଟମାସରେ ସାଣ୍ଟା ସବୁବେଳେ କାହିଁକି ମୋଜାରେ ଦିଅନ୍ତି ଉପହାର? ଜାଣନ୍ତୁ ଏହା ପଛରେ ଥିବା ରୋଚକ କାହାଣୀ

ନୂଆଦିଲ୍ଲୀ: ଡିସେମ୍ବର ୨୫ରେ ପାଳିତ ଖ୍ରୀଷ୍ଟମାସ କେବଳ ଏକ ପର୍ବ ନୁହେଁ, ବରଂ ଆନନ୍ଦ ଏବଂ ଆଶାର ଦିନ। ଏହି ଦିନ ପିଲାମାନେ ସବୁଠାରୁ ଅଧିକ...

ବର୍ଷର ଶେଷ ଗୁରୁବାରରେ ଅଦ୍ଭୁତ ସଂଯୋଗ, ମିଥୁନ ସମେତ ୫ ରାଶିଙ୍କୁ ଖ୍ରୀଷ୍ଟମାସରେ ହେବ ଧନବର୍ଷା!

ଆଜି ୨୦୨୫ ମସିହା ଡିସେମ୍ୱର ମାସ ୨୫ ତାରିଖ ଗୁରୁବାର। ଗୁରୁବାର ବ୍ରହ୍ମାଣ୍ଡର ଶାସକ ଏବଂ ଦେବତାମାନଙ୍କ ଗୁରୁ ବୃହସ୍ପତିଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ। ଏହା ବ୍ୟତୀତ,...

ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...

ବଡ଼ ଦିନରେ ବଡ଼ ଅଘଟଣ, ବସ-ଟ୍ରକ ଧକ୍କାରେ ଜୀବନ୍ତ ଜଳିଗରେ ୧୭ ଯାତ୍ରୀ

ବେଙ୍ଗାଲୁରୁ,୨୫।୧୨: ଗୁରୁବାର ସକାଳେ କର୍ନାଟକର ଚିତ୍ରଦୁର୍ଗ ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ରୁ ଅଧିକ ଲୋକ ପୋଡ଼ି ମୃତ୍ୟୁବରଣ କରିଛନ୍ତି। ହିରିୟୁର ତାଲୁକର...

ଏଇ ଭାରତରେ

ପଲିଥିନ ବ୍ୟବହାର ଉପରେ କଟକଣା ଲାଗୁ ହୋଇଥିଲେ ମଧ୍ୟ ଏହାର ବ୍ୟବହାର ପୂର୍ୱଭଳି ଜାରି ରହିଛି। ଅଧିକାଂଶ ଲୋକ ବ୍ୟାଗ୍‌ ନ ନେଇ ପଲିଥିନରେ ପରିବା...

ଯିଶୁଖ୍ରୀଷ୍ଟଙ୍କ ଜନ୍ମ ମହତ୍ତ୍ୱ

ଶ୍ୱର ଜଗତକୁ ଏତେ ପ୍ରେମ କଲେ ଯେ, ତାଙ୍କ ନିଜର ଅଦ୍ୱିତୀୟ ପୁତ୍ର ପ୍ରଭୁ ଯିଶୁଙ୍କୁ ପୃଥିବୀକୁ ପଠାଇଲେ। ଏଣୁ ଯେ କେହି ଯିଶୁଙ୍କଠାରେ ବିଶ୍ୱାସ...

ଗାନ୍ଧୀ ନୂଅଁାଖାଇ

ନୂଆ ଫସଲ ଅମଳ ପରେ ଆମ ଓଡ଼ିଶାରେ ବିଭିନ୍ନ ତିଥି ନେଇ ନୂଅଁାଖାଇ ପାଳନ କରାଯାଏ। ବିଶେଷକରି ଓଡ଼ିଶାର ପଶ୍ଚିମାଞ୍ଚଳରେ ନୂଆଖାଇ ବା ନୂଅଁାଖାଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri