ଯୁବତୀଙ୍କୁ ହତ୍ୟାକରି ଫିଙ୍ଗିଦେଲେ ଜଙ୍ଗଲରେ

ବୋରିଗୁମ୍ମା,୩ା୧(ଡି.ଏନ.ଏ.): କୋରାପୁଟ ଜିଲା ବୋରିଗୁମ୍ମା ଥାନା ଅନ୍ତର୍ଗତ ଚାଲାଣଗୁଡା କାଜୁମିଲ୍‌ ପଛପଟେ ଥିବା ନୀଳଗିରି ଜଙ୍ଗଲରୁ ଜଣେ ଯୁବତୀଙ୍କ ମୃତଦେହ ପୋଲିସ ଜବତ କରିଛି। ତାଙ୍କ ନାମ ସୁଭଦ୍ରା ଅମାନତ୍ୟ(୧୯)। ଘର ଚିଲିଗୁଡା ଗ୍ରାମରେ। ଗତ ୩୦ ତାରିଖ ସନ୍ଧ୍ୟାରୁ ସେ ନିଖୋଜ ଥିଲେ।

ସୁଭଦ୍ରା ଘରୁ କେଉଁଆଡେ ଚାଲିଯାଇଥିବା ଜାଣିବା ପରେ ପରିବାର ଲୋକେ ବହୁ ଖୋଜାଖୋଜି କରି ତାଙ୍କ ସନ୍ଧାନ ପାଇ ନ ଥିଲେ। ରବିବାର ଗ୍ରାମର କେତେ ଜଣ ମହିଳା ଜାଳେଣି କାଠ ସଂଗ୍ରହ କରିବାକୁ ନୀଳଗିରି ଜଙ୍ଗଲକୁ ଯାଇଥିଲେ। ସେଠାରେ ମହିଳାମାନେ ଏକ ମୋବାଇଲ ଫୋନ ପଡିଥିବା ଦେଖିବାକୁ ପାଇଥିଲେ। ପରେ ଲଟାବୁଦାରୁ ମୃତଦେହ ପଡିଥିବା ଦେଖି ଏହା ସୁଭଦ୍ରାଙ୍କର ବୋଲି ଜାଣିପାରି ପରିବାର ଲୋକଙ୍କୁ ଜଣାଇଥିଲେ। ତାଙ୍କ ସମ୍ପର୍କୀୟ ମାମୁ ଭୁବନ ଅମାନତ୍ୟ ବୋରିଗୁମ୍ମା ପୋଲିସକୁ ଖବର ଦେଇଥିଲେ। ଆଇଆଇସି ଖୁରେଶ୍ୱର ସାହୁ ଏକ ଟିମ ସହ ଘଟଣାସ୍ଥଳରେ ପହଞ୍ଚତ୍ଥିଲେ। ପରେ ଅନୁସନ୍ଧାନୀ କୁକୁର ଓ ଫୋରେନସିକ ଟିମ୍‌ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛି। ପ୍ରାଥମିକ ତଦନ୍ତରୁ ଏହା ଏକ ହତ୍ୟାକାଣ୍ଡ ବୋଲି ପୋଲିସ ସନ୍ଦେହ କରୁଛି। ସୁଭଦ୍ରାଙ୍କ ମୁଣ୍ଡରେ ଆଘାତ ଲାଗିବା ସହ କେଶକୁ ଦୁର୍ବୃତ୍ତମାନେ ପୋଡି ଦେଇଥିବା ଜଣାପଡିଛି। ତଦନ୍ତ ପରେ ହତ୍ୟାର କାରଣ ସ୍ପଷ୍ଟ ହେବ ବୋଲି ଏସ୍‌ଡିପିଓ ହରେକୃଷ୍ଣ ମାଝୀ କହିଛନ୍ତି। ଏନେଇ ପୋଲିସ ଦଫା ୩୦୨, ୨୦୧ରେ ଏକ ମାମଲା (ନଂ. ୨/୨୨) ରୁଜୁ କରି ତଦନ୍ତ ଚଳାଇଛି।

ସୂଚନାଯୋଗ୍ୟ, ସୁଭଦ୍ରାଙ୍କ ବାପା ଧବୁଲୁ ଅମାନତ୍ୟ ଓ ମା’ ଧନେଇ ମାସ ହେବ ଦାମନଯୋଡିର ଏକ ଇଟାଭାଟିରେ କାମ କରୁଛନ୍ତି। ଘରେ ଦୁଇ ଭଉଣୀ, ଗୋଟିଏ ଭାଇ ଆଈମା’ ପାଖରେ ରହୁଥିଲେ। ସୁଭଦ୍ରା ନିକଟସ୍ଥ କାଜୁ ମିଲରେ କାମ କରୁଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri