ପାଠ୍ୟପୁସ୍ତକ, ଔଷଧ ପୋଡ଼ି ଅଭିଯୋଗ: ତଦନ୍ତ ନିର୍ଦ୍ଦେଶ ଦେଲେ ବ୍ଲକ ଶିକ୍ଷା ଅଧିକାରୀ

ଛେଣ୍ଡିପଦା,୧୦ା୭(ସ୍ବ.ପ୍ର.)-ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କୁ ରାଜ୍ୟ ସରକାର ମାଗଣାରେ ପାଠ୍ୟ ପୁସ୍ତକ ଯୋଗାଇ ଦେଉଛନ୍ତି। ସେହିପରି ସ୍ବାସ୍ଥ୍ୟର ଯତ୍ନ ପାଇଁ ଆଇରନ ଓ କୃମି ନାଶକ ଔଷଧ ମଧ୍ୟ ସ୍କୁଲଗୁଡ଼ିକରେ ବଣ୍ଟନ କରାଯାଉଛି। ହେଲେ ଛେଣ୍ଡିପଦା ସଦର ମହକୁମାରେ ବନ୍ଦ ପଡ଼ିଥିବା ଏକ ପ୍ରାଥମିକ ବିଦ୍ୟାଳୟ ଗୋଦାମରେ ରଖାଯାଇଥିବା ପାଠ୍ୟ ପୁସ୍ତକ ଏବଂ ଔଷଧ ମଧ୍ୟରୁ କେତେକକୁ ବାହାରେ ପୋଡ଼ି ଦିଆଯାଇଥିବା ସୋମବାର ଅଭିଯୋଗ ହୋଇଛି। ଏ ନେଇ ଖବରପାଇବା ପରେ ବ୍ଲକ ଶିକ୍ଷା ଅଧିକାରୀ ଈଶ୍ବର ଚନ୍ଦ୍ର ସାହୁ ତୁରନ୍ତ ଘଟଣାର ସତ୍ୟାସତ୍ୟ ଅନୁସନ୍ଧାନ ପାଇଁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି।
ସୂଚନା ଅନୁଯାୟୀ, ଉକ୍ତ ପୁରାତନ ସ୍କୁଲକୁ ରାଜ୍ୟ ସରକାରଙ୍କ ପକ୍ଷରୁ ବନ୍ଦ କରି ଦିଆଯାଇଛି। ଛେଣ୍ଡିପଦା କ୍ଲଷ୍ଟରର ପୂର୍ବତନ ସିଆରସିସି ନିକୁଞ୍ଜ ସାହୁ ଉକ୍ତ ସ୍କୁଲକୁ ଗୋଦାମ କରି ସେଠାରେ ବ୍ଲକର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କ ପାଇଁ ଆସିଥିବା ପାଠ୍ୟପୁସ୍ତକ ଓ ଔଷଧ ଗଚ୍ଛିତ ରଖିଥିଲେ। ତେବେ ଉକ୍ତ ସ୍କୁଲ ଗୋଦମ ଗୃହରୁ ବହୁ ପାଠ୍ୟପୁସ୍ତକ, ଔଷଧ ଆଣି କେହି ବାହାରେ ପୋଡ଼ି ଦେଇଥିବା ସାଧାରଣରେ ଅଭିଯୋଗ ହେଉଛି। ଏପରି କି ଶ୍ରେଣୀ ଗୃହ ବାହାରେ କେତେକ ପୁସ୍ତକ ଏତେତେଣେ ପଡ଼ି ବର୍ଷାରେ ଭିଜି ଯାଇଥିବା ଦେଖିବାକୁ ମିଳିଛି। କେଉଁ ପରିସ୍ଥିତିରେ ପିଲାମାନଙ୍କୁ ବଣ୍ଟନ କରାଯିବାକୁ ଥିବା ନୂଆ ଓ କିଛି ପୁରୁଣା ପୁସ୍ତକକୁ ପୋଡ଼ି ଦିଆଗଲା ତାହା ଏବେ ଚର୍ଚ୍ଚାର ବିଷୟ ହୋଇଛି। ଏ ନେଇ ବ୍ଲକ ଶିକ୍ଷା ଅଧିକାରୀ ସାହୁ କହିଛନ୍ତି, ଘଟଣା ଜଣାପଡ଼ିବା ପରେ ସତ୍ୟାସତ୍ୟ ଅନୁସନ୍ଧାନ ପାଇଁ ଅତିରକ୍ତ ବ୍ଲକ ଶିକ୍ଷା ଅଧିକାରୀ ଶରତ ଚନ୍ଦ୍ର ଗଡନାୟକଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ତଦନ୍ତ ପରେ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଶିକ୍ଷା ଅଧିକାରୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

ସ୍କୁଲରୁ ଘରକୁ ଫେରିବା ବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ

ପୁରୁଷୋତ୍ତମପୁର,୧୦ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକ ନିକଟରେ ବୁଧବାର ସନ୍ଧ୍ୟାରେ ଦୁଇ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ...

ବାଇକ୍‌ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ

ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...

ଟ୍ରକ୍‌କୁ ସାଇଡ୍‌ ଦେବାକୁ ଯାଇ ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣୀ ବ୍ଲକ ପାରଳାଖେମୁଣ୍ଡି ଆଦର୍ଶ ଥାନା ଅନ୍ତର୍ଗତ କତଳକଇଠା ଗ୍ରାମ ନିକଟରେ ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ବୁଧବାର ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri