ଫି’ ବୃଦ୍ଧିକୁ ନେଇ ଛାତ୍ର ଅଶାନ୍ତି

ଉଦଳା,୪ ।୨(ଡି.ଏନ.ଏ.) ବର୍ଦ୍ଧିତ ଫି’କୁ ନେଇ ମୟୂରଭଞ୍ଜ ଜିଲା ଉଦଳା କଲେଜରେ ଛାତ୍ର ଅଶାନ୍ତି ଦେଖାଦେଇଛି। ଏନେଇ ଯୁକ୍ତ ୩ ଶେଷ ବର୍ଷର ଛାତ୍ରୀଛାତ୍ରମାନେ କଲେଜ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ଉପଜିଲାପାଳଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି। ଅନୁଯାୟୀ, ଯୁକ୍ତ ତିନି ଶେଷ ବର୍ଷ ଛାତ୍ରୀଛାତ୍ରମାନଙ୍କ ପଞ୍ଚମ ସେମିଷ୍ଟର ନିମନ୍ତେ ଫର୍ମ ଫିଲ୍‌ଅପ୍‌ ହେବାରେ ଥିଲା। ମହାବିଦ୍ୟାଳୟ ପକ୍ଷରୁ ଏନେଇ ନିର୍ଦ୍ଦିଷ୍ଟ ଅର୍ଥରାଶି ଧାର୍ଯ୍ୟ କରାଯାଇଥିଲା। ଏଥିରେ କଲେଜ ଡେଭଲପ୍‌୍‌ମେଣ୍ଟ ଫି’ ସାମିଲ କରାଯାଇଥିତ୍ବାରୁ ଛାତ୍ରୀଛାତ୍ର ଏହାକୁ ବିରୋଧ କରିଥିଲେ। ଚତୁର୍ଥ ସେମିଷ୍ଟରରେ କମ୍‌ ଟଙ୍କା ଧାର୍ଯ୍ୟ ହୋଇଥିବା ବେଳେ ପଞ୍ଚମ ସେମିଷ୍ଟରରେ ଅଧିକ ଫି’ ଦେବାକୁ ପଡ଼ୁ ଥିବାରୁ ଛାତ୍ରୀଛାତ୍ର ଅଧ୍ୟକ୍ଷଙ୍କୁ ଜଣାଇଥିଲେ ସୁଦ୍ଧା କୌଣସି ସୁଫଳ ମିଳି ପାରି ନ ଥିଲା। ଯାହାକୁ ନେଇ ଛାତ୍ରୀଛାତ୍ରମାନେ ସୋମବାର କଲେଜ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ସହିତ ଧାରଣା ଦେଇଥିଲେ। ପରେ ସେମାନେ କଲେଜ ପାଖରୁ ଚାଲି ଚାଲି ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ଯାଇ ଦାବିପତ୍ର ପ୍ରଦାନ କରିଥିଲେ। ତୁରନ୍ତ ପଦକ୍ଷେପ ଗ୍ରହଣ କରା ନ ଗଲେ ଆନ୍ଦୋଳନ ତୀବ୍ର ହେବ ବୋଲି ଛାତ୍ର ହୃଷିକେଶ ନାଏକ, ବିଶ୍ୱଜିତ୍‌ ଦାସମହାପାତ୍ର, ରଶ୍ମୀରଞ୍ଜନ ମହାନ୍ତି, ସ୍ବାଧୀନ ନାଏକ, ସନ୍ଧ୍ୟା ମହାପାତ୍ରଙ୍କ ସମେତ ସମସ୍ତ ଛାତ୍ରଛାତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

ପ୍ରଦୂଷଣ ପ୍ରମାଣପତ୍ର ନ ଥିଲେ ଓଡ଼ିଶାରେ ପେଟ୍ରୋଲ ମନା

ଭୁବନେଶ୍ୱର,୨୦।୧୨: ପରିବହନ କ୍ଷେତ୍ରରେ ପରିବେଶ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ପରିବହନ ପ୍ରାଧିକରଣ (STA) ପକ୍ଷରୁ ଶନିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ପ୍ରଦୂଷଣ ପ୍ରମାଣପତ୍ର...

ରାଜ୍ୟ ପାଇଁ ଗୌରବ ଆଣିଲେ ରଞ୍ଜନା: ଥାଇଲାଣ୍ଡରୁ ରୌପ୍ୟ ପଦକ ପାଇ…

ପୁରୁଷୋତ୍ତମପୁର,୨୦।୧୨ (ସବିତା ମିଶ୍ର): ଥାଇଲାଣ୍ଡରେ ଚାଲିଥିବା ଅନ୍ତର୍ଜାତୀୟ ପାରା ଆଥ୍ଲେଟିକ ପ୍ରତିଯୋଗିତାରେ ଗଞ୍ଜାମ ଜଲା ପୁରୁଷୋତ୍ତମପୁର ବ୍ଳକ କୁଶପୁର ଗ୍ରାମର ରଞ୍ଜନା ନାୟକ ଦୁଇଗୋଟି ରୌପ୍ୟ...

ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ 

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ...

ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ 

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ...

ପ୍ରସିଦ୍ଧ ଗୁପ୍ତେଶ୍ୱର ମନ୍ଦିରରୁ ବାହାରିଲା ୧୧ ଫୁଟ୍‌ର ଅହିରାଜ ସାପ, କରୁଥିଲା ଭୟଙ୍କର ଗର୍ଜନ

ଦିଗପହଣ୍ଡି,୨୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ଅଞ୍ଚଳରେ ଥିବା ପ୍ରସିଦ୍ଧ ଗୁପ୍ତେଶ୍ୱର ମନ୍ଦିରରୁ ଶନିବାର ଏକ ୧୧ ଫୁଟ୍ ଲମ୍ବର...

୧୮ ମାଓବାଦୀଙ୍କ ମୁଣ୍ଡ ପାଇଁ ୮ କୋଟି ୪୦ ଲକ୍ଷ ପୁରସ୍କାର

ଭୁବନେଶ୍ୱର,୨୦।୧୦: ମାଓବାଦୀଙ୍କୁ ଧରାଇ ଦେବା ପାଇଁ ପୋଲିସ ପକ୍ଷରୁ ଏକ ବଡ଼ ଘୋଷଣା କରାଯାଇଛି। ବୌଦ୍ଧ ପୋଲିସ ୧୮ ମାଓବାଦୀଙ୍କ ମୁଣ୍ଡ ଉପରେ ୮ କୋଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri