୨ ଆଦିବାସୀ ପରିବାର ଗାଁରୁ ବାସନ୍ଦ

ଯୋଡ଼ା,୪ ।୨(ଡି.ଏନ.ଏ.) କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ କନକନା ଗ୍ରାମରେ ଧର୍ମାନ୍ତରୀକରଣକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ଏହି ଗ୍ରାମର ୨ଟି ପରିବାରର ୧୬ଜଣ ୩ ମାସ ପୂର୍ବେ ଧର୍ମ ବଦଳାଇଥିଲେ। ଝାଡ଼ଖଣ୍ଡ ରାଜ୍ୟରୁ ଏକ ନିର୍ଦ୍ଦିଷ୍ଟ ଧର୍ମର ଲୋକେ ଆସି ଉକ୍ତ ଅଦିବାସୀ ପରିବାରକୁ ବିଭିନ୍ନ ପ୍ରଲୋଭନ ଦେଖାଇ ସେମାନଙ୍କ ଧର୍ମ ପରିବର୍ତ୍ତନ କରାଇଥିଲେ। ଏକଥା ଜଣାପଡ଼ିବା ପରେ ଗ୍ରାମରେ ଅସନ୍ତୋଷ ପ୍ରକାଶ ପାଇଥିଲା। ଏକ ସପ୍ତାହ ହେଲା ଉକ୍ତ ଦୁଇ ପରିବାରକୁ ଗ୍ରାମରୁ ବାସନ୍ଦ କରାଯାଇଛି। ଆଦିବାସୀ ସମାଜ ଏହାକୁ ବିରୋଧ କରି ଥାନାରେ ଅଭିଯୋଗ କରିଥିଲେ। ବାମେବାରୀ ଥାନା ପୋଲିସ ଓ ଗ୍ରାମବାସୀଙ୍କ ମଧ୍ୟରେ ଏ ନେଇ ଆଲୋଚନା ହୋଇଥିଲା। ମଙ୍ଗଳବାର ଗ୍ରାମରେ ଏକ ବୈଠକ ଅନୁଷ୍ଠିତ ହୋଇ ଧର୍ମ ପରିବର୍ତ୍ତନ କରିଥିବା ୧୬ ଜଣଙ୍କୁ ସ୍ବଧର୍ମକୁ ଫେରାଇ ଅଣାଯିବ ବୋଲି ନିଷ୍ପତ୍ତି ନିଆଯାଇଥିବା ପୋଲିସ ସୂଚନା ଦେଇଛି। ଏହି ଘଟଣାକୁ ନେଇ ଗ୍ରାମରେ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଥିବା ବେଳେ ଜିଲାପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବାକୁ ସାଧରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମେ’ ୩ରେ ରାୟଗଡ଼ା ଆସିବେ ରାହୁଲ

ଭୁବନେଶ୍ୱର,୨୯।୪: ମେ’ ୩ ତାରିଖରେ ରାୟଗଡ଼ା ଆସିବେ ରାହୁଲ ଗାନ୍ଧୀ। ଏ ନେଇ ସୂଚନା ଦେଇଛନ୍ତି ଭକ୍ତ ଦାସ। ପ୍ରିୟଙ୍କା ଗାନ୍ଧୀଙ୍କ ମଧ୍ୟ ନବରଙ୍ଗପୁର ଗସ୍ତ...

ପ୍ରଧାନ ଶିକ୍ଷକ ଦାୟିତ୍ୱରେ ଥିବା କନିଷ୍ଠ ଶିକ୍ଷକଙ୍କ ବରିଷ୍ଠ ଶିକ୍ଷୟିତ୍ରୀଙ୍କୁ ଦୁର୍ବ୍ୟବହାର

ପଟ୍ଟାଙ୍ଗି,୨୯।୪(ଶରତ ଧଳ): ଜଣେ କନିଷ୍ଠ ଶିକ୍ଷକ ପ୍ରଧାନ ଶିକ୍ଷକ ଦାୟିତ୍ୱରେ ରହି ବିଦ୍ୟାଳୟର ବରିଷ୍ଠ ଶିକ୍ଷୟିତ୍ରୀଙ୍କୁ ଦୁର୍ବ୍ୟବହାର କରୁଥିବା ନେଇ ପଟ୍ଟାଙ୍ଗି ଥାନାରେ ଏକ ଅଭିଯୋଗ...

ରାଜ୍ୟରେ ଅଂଶୁଘାତରେ ଆଉ ଜଣଙ୍କର ମୃତ୍ୟୁ

ଭୁବନେଶ୍ୱର,୨୯।୪: ରାଜ୍ୟରେ ଅଂଶୁଘାତରେ ଆଉ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ଢେଙ୍କନାଳ ଜିଲାର ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।...

ରାହୁଲଙ୍କ ଭାଷଣକୁ ନେଇ ଜୋର୍‌ ଧରିଲା ରାଜନୀତି

ଭୁବନେଶ୍ୱର, ୨୯।୪(ସୁନିତ୍‌ ମିଶ୍ର):୨୦୨୪ ନିର୍ବାଚନ ପାଇଁ ମେ’ ୧୩ରେ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ୍‌ ଅନୁଷ୍ଠିତ ହେବ। ଏଥିଲାଗି ଭାଜପା ଏବଂ କଂଗ୍ରେସର କେନ୍ଦ୍ରୀୟ ନେତାମାନଙ୍କ...

ନାମାଙ୍କନପତ୍ର ଦାଖଲ କଲେ ଏମ୍‌ପି ପ୍ରାର୍ଥୀ

କେନ୍ଦୁଝର,୨୯ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସୋମବାର ନାମାଙ୍କନପତ୍ର ଦାଖଲର ପ୍ରଥମ ଦିନରେ ବିଜେଡି ପ୍ରାର୍ଥୀ ଧନୁର୍ଜୟ ସିଦ୍ଧୁ ପ୍ରଥମ ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏନେଇ...

ଅପରାଜିତାଙ୍କ ବିରୋଧରେ ତେଜିଲା ବିଦ୍ରୋହର ସ୍ବର: ସ୍ବାଧୀନ ଭାବେ ଲଢିବାକୁ ଧମକ ଦେଲେ କାଳୁ

ଖୋର୍ଦ୍ଧା,୨୯।୪(ପ୍ରଭାତ ପାଣିଗ୍ରାହୀ):ଭାଜପା ଖୋର୍ଦ୍ଧାରୁ ପ୍ରଶାନ୍ତ ଜଗଦ୍ଦେବଙ୍କୁ ପ୍ରାର୍ଥୀ କରିବା ପରେ ଦଳରେ ବିଦ୍ରୋହର ସ୍ବର ଉଠିଛି। ରବିବାର ଖୋର୍ଦ୍ଧା ମଳିପଡ଼ାରେ କାଳୁଚରଣ ଖଣ୍ଡାୟତରାୟ ସ୍ବାଭିମାନ ସମାବେଶ...

କଂଗ୍ରେସ ଛାଡ଼ିଲେ ଦୁଲାଲ

ଭୁବନେଶ୍ୱର,୨୯ା୪: କଂଗ୍ରେସରୁ ସୋମବାର ଇସ୍ତଫା ଦେଇଛନ୍ତି ଦୁଲାଲ ପ୍ରଧାନ। ରବିବାର ଦୁଲାଲଙ୍କଠାରୁ ତାଙ୍କ ଟିକେଟ୍‌ ଫେରାଇ ନେବା ପରେ ସେ ଦଳ ଛାଡ଼ିଛନ୍ତି। ଦୁଲାଲ ତାଙ୍କର...

ଘାଟିରୁ ଖସିଲା ପେପର ରୋଲ୍‌ ବୋଝେଇ ଟ୍ରକ୍‌: ଡ୍ରାଇଭର, ହେଲପର ଆହତ

ଖଲ୍ଲିକୋଟ,୨୯ା୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ବଡ଼ଘାଟିରେ ସୋମବାର ଭାରସାମ୍ୟ ହରାଇ ୫୦ଫୁଟ ତଳକୁ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri