‘ହସ୍ପିଟାଲରେ ସମସ୍ତ ବ୍ୟବସ୍ଥା ପ୍ରସ୍ତୁତ ରଖ’

ଭୁବନେଶ୍ୱର,୪।୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢ଼ି ଚାଲୁଥିବା ବେଳେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ଉଦ୍‌ବେଗଜନକ ଭାବେ ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି ସୋମବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସ ଭର୍ଚୁଆଲ ମୋଡ୍‌ରେ ସ୍ଥିତି ସମୀକ୍ଷା କରିଛନ୍ତି। ଓମିକ୍ରନ ବୃଦ୍ଧିକୁ ରୋକିବା ଲାଗି ସରକାର ପ୍ରସ୍ତୁତ ଅଛନ୍ତି। ଏଥିପାଇଁ ଟିକାକରଣ ସହ ହସ୍ପିଟାଲଗୁଡ଼ିକରେ ସମସ୍ତ ପ୍ରକାର ଆନୁଷଙ୍ଗିକ ବ୍ୟବସ୍ଥା, ଶଯ୍ୟା ପ୍ରସ୍ତୁତ ରଖିବା ଏବଂ ଓଡ଼ିଶା ରାଜ୍ୟ ଔଷଧ ନିଗମକୁ ଆବଶ୍ୟକୀୟ ଔଷଧ ତଥା ସରଞ୍ଜାମ ମହଜୁଦ ରଖିବା ପାଇଁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ବୈଠକ ପରେ ମନ୍ତ୍ରୀ ସୂଚନା ଦେଇ କହିଛନ୍ତି, ଓମିକ୍ରନ ମୁକାବିଲା ନିମନ୍ତେ ରାଜ୍ୟର ବିଭିନ୍ନ ହସ୍ପିଟାଲରେ ୧୧୭୯ ଶଯ୍ୟା ପ୍ରସ୍ତୁତ ରଖାଯାଇଛି। ଏଥିମଧ୍ୟରେ ୯୩୭ ସାଧାରଣ, ୨୪୨ ଆଇସିୟୁ ଏବଂ ୧୧୦ଟି ଭେଣ୍ଟିଲେଟର ଶଯ୍ୟା ରହିଛି। ଏହାପରେ ଯଦି ଆବଶ୍ୟକ ପଡ଼େ ତା’ହେଲେ ଶଯ୍ୟା ସଂଖ୍ୟା ବୃଦ୍ଧି କରିବା ଲାଗି ପ୍ରଶାସନକୁ କୁହାଯାଇଛି। ସେହିପରି ରାଜ୍ୟରେ ବୟସ୍କଙ୍କ ଲାଗି ୫,୩୧୧ ସାଧାରଣ ଶଯ୍ୟା, ୧,୩୭୪ ଆଇସିୟୁ ଶଯ୍ୟା ଓ ୬୨୪ଟି ଭେଣ୍ଟିଲେଟର ଶଯ୍ୟା ରହିଛି। ରାଜ୍ୟରେ ଅକ୍ସିଜେନ୍‌ର ଅଭାବ ହେବ ନାହିଁ। ଜିନୋମ ସିକ୍ୱେନ୍ସିଂ ଏବେ କେବଳ ଜୀବ ବିଜ୍ଞାନ ପ୍ରତିଷ୍ଠାନ (ଆଇଏଲ୍‌ଏସ୍‌)ରେ ହେଉଛି। ଅନ୍ୟ କେଉଁଠି ଜିନୋମ ସିକ୍ୱେନ୍ସିଂ କରାଯାଇପାରିବ ସେ ନେଇ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ସ୍ବାସ୍ଥ୍ୟ ମନ୍ତ୍ରୀ କହିଛନ୍ତି। ଏହି ବୈଠକରେ ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ରାଜ କୁମାର ଶର୍ମା, ଜାତୀୟ ସ୍ବାସ୍ଥ୍ୟ ମିଶନର ପରିଚାଳନା ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ, ଓଡ଼ିଶା ରାଜ୍ୟ ଔଷଧ ନିଗମର ପରିଚାଳନା ନିର୍ଦ୍ଦେଶିକା ଯାମିନୀ ଷଢ଼ଙ୍ଗୀ, ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ କୁମାର ପାଣିଗ୍ରାହୀ ଏବଂ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ।
ଅନ୍ୟପକ୍ଷରେ କରୋନା ଏବଂ ଓମିକ୍ରନ୍‌ ସଂକ୍ରମଣ ବଢ଼ିବା ନେଇ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି, ଯେଉଁମାନେ ବିଦେଶରୁ ଫେରୁଛନ୍ତି ସେମାନଙ୍କର ଟେଷ୍ଟ କରାଯାଉଛି। ପଜିଟିଭ ବାହାରିଲେ ଜିନୋମ ସିକ୍ବେନ୍ସିଂ କରାଯାଉଛି। ରବିବାର ଚିହ୍ନଟ ହୋଇଥିବା ୨୩ ଓମିକ୍ରନ୍‌ ଆକ୍ରାନ୍ତଙ୍କ ମଧ୍ୟରୁ ୧୯ ଜଣଙ୍କଠାରେ ଲକ୍ଷଣ ନାହିଁ। ଲକ୍ଷଣ ବହୁତ କମ୍‌ ଲୋକଙ୍କ ପାଖରେ ରହିଛି। ଅନ୍ୟମାନଙ୍କଠାରେ ସାଧାରଣ ଲକ୍ଷଣ ରହିଛି। ସେମାନଙ୍କ ମଧ୍ୟରେ ସ୍ଥାନୀୟ ଲୋକ ରହିଛନ୍ତି। ଅର୍ଥାତ୍‌ କମ୍ୟୁନିଟିରେ ଭାଇରସ୍‌ ଅଛି। ଗୋଷ୍ଠୀରେ ଓମିକ୍ରନ ରହିଛି। ତେଣୁ ସଂକ୍ରମଣ ହେବ। ଏ ନେଇ ସମସ୍ତେ ସଚେତନ ହେବା ଦରକାର। ଓମିକ୍ରନ୍‌ ଅଧିକ ସଂକ୍ରମଣ କରିବ, କିନ୍ତୁ ଗୁରୁତର ହେବାର ଆଶଙ୍କା ନାହିଁ। ତେବେ ଏହାକୁ ମୁକାବିଲା କରିବା ଲାଗି ଭିଡ଼ ଜମାନ୍ତୁ ନାହିଁ, କୋଭିଡ୍‌ ନିୟମ ମାନନ୍ତୁ। ନଚେତ୍‌ ସଂଖ୍ୟା ବଢ଼ିଯିବ। ଏହାର ମୁକାବିଲା ଲାଗି ସରକାର ସବୁ ପ୍ରକାର ପଦକ୍ଷେପ ନେଉଛନ୍ତି। ଜିଲାପାଳମାନେ ଗାଇଡ୍‌ଲାଇନ ଅନୁସାରେ କଟକଣା ଜାରି କରିବେ ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦନକାନନ କାର୍ଯ୍ୟାଳୟରେ ଅଧିକାରୀଙ୍କୁ ମାରଣାସ୍ତ୍ରରେ ଆକ୍ରମଣ

ବାରଙ୍ଗ,୨୯।୪(ଲିଙ୍ଗରାଜ ରାଉତ): ନନ୍ଦନକାନନ ଉପ-ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ ସୋମବାର ଅପରାହ୍ନରେ ଜଣେ ଯୁବକ ଉତ୍ପାତ କରି କମ୍ପ୍ୟୁଟର, ଝରକାକାଚ, ଟେବୁଲ ଓ ଅନ୍ୟାନ୍ୟ ସାମଗ୍ରୀ ଭାଙ୍ଗିବା ସହ...

ପହଞ୍ଚିଲେ ନିର୍ବାଚନୀ ଖର୍ଚ୍ଚ ପର୍ଯ୍ୟବେକ୍ଷକ

କଟକ,୨୯ା୪(କାର୍ତ୍ତିକ ସାହୁ): ସାଧାରଣ ନିର୍ବାଚନ ୨୦୨୪ ନିମନ୍ତେ କଟକ ଜିଲାରେ ୩ଜଣ ଖର୍ଚ୍ଚ ପର୍ଯ୍ୟବେକ୍ଷକ ସୋମବାର ପହଞ୍ଚିଛନ୍ତି। ଭାରତୀୟ ରାଜସ୍ବ ସେବାର ବରିଷ୍ଠ ଅଧିକାରୀ  ସୁରେଶ...

ପଞ୍ଜୀକରଣର ୧୦୦ ମିନିଟ୍‌ ମଧ୍ୟରେ ହେବ କାର୍ଯ୍ୟାନୁଷ୍ଠାନ

କଟକ,୨୯ା୪(କାର୍ତ୍ତିକ ସାହୁ): ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ସମ୍ବନ୍ଧିତ ଅଭିଯୋଗ ଦାଖଲ ପାଇଁ କଟକ ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ୨୪ ଘଣ୍ଟିଆ ସମନ୍ବିତ କଣ୍ଟ୍ରୋଲ ରୁମ୍‌...

ଭାଜପା ଛାଡିବା ଖବରକୁ ଖଣ୍ଡନ କଲେ ନୀତେଶ, କହିଲେ ମୋ ଆକାଉଣ୍ଟ…

ଭୁବନେଶ୍ୱର,୨୯।୪: ଭାଜପା ଛାଡ଼ିଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ। ତେବେ ଏଭଳି ଏକ ଖବରକୁ ଖଣ୍ଡନ କରିଛନ୍ତି ନୀତେଶ। ସେ କହିଛନ୍ତି, ତାଙ୍କ ଫେସବୁକ୍‌ ଆକାଉଣ୍ଟ...

ଆତ୍ମସମର୍ପଣ କଲେ ୨୩ ମାଓବାଦୀ

ମାଲକାନଗିରି,୨୯ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଦାନ୍ତେୱାଡାରେ ସୋମବାର ୨୩ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଲୋନ୍‌ ଭାରାଟୁ ଅଭିଯାନରେ ପ୍ରଭାବିତ ହୋଇ ଆତ୍ମସମର୍ପଣ କରିଥିବା...

ଆସନ୍ତା ୨ରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିବେ ନବୀନ

ଭୁବନେଶ୍ୱର,୨୯।୪: ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨ ତାରିଖରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ନିଜର ନାମାଙ୍କନ ପତ୍ର ଦାଖଲ କରିବେ। ଏଥିସହ...

ଭାଜପାରୁ ଇସ୍ତଫା ଦେଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ

ଭୁବନେଶ୍ୱର,୨୯।୪: ଭାଜପା ଛାଡ଼ିଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ। ସୋମବାର ନୀତେଶ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସୋସିଆଲ ମିଡିଆରେ ପୋଷ୍ଟ କରି ଏମ୍‌ପି...

ଯବାନଙ୍କ ସହ ଗୁଳି ବିନିମୟ, ଜଣେ ମାଓବାଦୀ ମୃତ, ଅନେକ ଆହତ

ମାଲକାନଗିରି,୨୯ା୪(ଦୁର୍ଯ୍ୟୋଧନପାତ୍ର): ମାଲକାନଗିରି ଜିଲା ସୀମାନ୍ତ ସୁକ୍‌ମା ଜିଲାରେ ସୋମବାର ଡିଆର୍‌ଜି ଯବାନଙ୍କ ସହ ଗୁଳି ବିନିମୟରେ ଜଣେ ମାଓବାଦୀଙ୍କ ମୃତ୍ୟୁ ହୋଇଛି। ଏଥିରେ ଅନେକେ ଆହତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri