Posted inଜାତୀୟ

ପ୍ରଧାନମନ୍ତ୍ରୀ କେତେବେଳେ କେଉଁ ରାସ୍ତାରେ ଯିବେ, ତାହାର ସୂଚନା ଦେଲା କିଏ

ଚଣ୍ଡିଗଡ଼,୫।୧: ସୁରକ୍ଷା ବ୍ୟବସ୍ଥାରେ ବଡ଼ ଧରଣର ଢ଼ିଲା କାରଣରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପଞ୍ଜାବର ଫିରୋଜପୁର ରାଲିକୁ ବାତିଲ କରି ଦିଆଯାଇଛି। ଏହି ଘଟଣାକୁ କେନ୍ଦ୍ର କରି କଂଗ୍ରେସ ଉପରେ ବର୍ଷିଛନ୍ତି ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରୀ ସ୍ମ୍ରିତି ଇରାନୀ।

“ଆମକୁ ଜଣାଅଛି କଂଗ୍ରେସ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଘୃଣା କରେ। ଆଜି ସେମାନେ ଦେଶର ପ୍ରଧାନମନ୍ତ୍ରୀଙ୍କ କ୍ଷତି କରିବାକୁ ଉଦ୍ୟମ କରିଛନ୍ତି” ବୋଲି ସେ କହିଛନ୍ତି।

ପ୍ରଧାନମନ୍ତ୍ରୀ ଯାଉଥିବା ରାସ୍ତାରେ ବିକ୍ଷୋଭର ସମୟ ଉପରେ ସେ ପ୍ରଶ୍ନ ଉଠାଇଛନ୍ତି। “ପ୍ରଧାନମନ୍ତ୍ରୀଙ୍କ ଗସ୍ତ ସମୟରେ ପ୍ରବଳ ସଂଖ୍ୟାରେ ବିକ୍ଷୋଭକାରୀ ପହଞ୍ଚିବା ସଂଯୋଗ ନୁହେଁ। ଏହା ଏକ ଷଡ଼ଯନ୍ତ୍ର। ସୁରକ୍ଷା ବ୍ୟବସ୍ଥାରେ ଏଭଳି ଢ଼ିଲା ପାଇଁ ଦାୟୀ କିଏ? ପଞ୍ଜାବ ପୋଲିସ ନିରବ ଦ୍ରଷ୍ଟା ସାଜି ଛିଡ଼ା ହୋଇଥିଲେ। ସୁରକ୍ଷା ବ୍ୟବସ୍ଥାର କୌଣସି ପ୍ରୋଟୋକଲ ପାଳନ କରାଯାଇ ନ ଥିଲା” ବୋଲି ଇରାନୀ କହିଛନ୍ତି।

ଫିରୋଜପୁରରେ ଆୟୋଜିତ ରାଲିରେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କ କନଭେ ଯାଉଥିବା ବେଳେ ବିକ୍ଷୋଭ କାରଣରୁ ପ୍ରାୟ ୨୦ ମିନିଟ୍‌ ପାଇଁ ଏକ ଫ୍ଲାଏଓଭରରେ ଅଟକି ରହିଥିଲେ। ପ୍ରଧାନମନ୍ତ୍ରୀଙ୍କ ଗାଡ଼ି ଫଶି ରହିଥିବା ସମୟରେ ଫ୍ଲାଏଓଭରରେ ଚଳାଚଳ କରୁଥିଲା ବେସରକାରୀ ଗାଡ଼ି। ସୁରକ୍ଷା ବ୍ୟବସ୍ଥାରେ ଏହା ସବୁଠୁ ବଡ଼ ତ୍ରୁଟି ଥିଲା। ଏଭଳି ଢ଼ିଲା ସୁରକ୍ଷା ବ୍ୟବସ୍ଥା ଯୋଗୁ ମୋଦି ଭଟିଣ୍ଡା ବିମାନ ବନ୍ଦରକୁ ଫେରି ଯାଇଥିଲେ। ଏହି ଘଟଣା ଯୋଗୁ ବିଧାନସଭା ନିର୍ବାଚନ ତାରିଖ ଘୋଷଣା ହେବା ପୂର୍ବରୁ କେନ୍ଦ୍ର ସରକାର ଓ କଂଗ୍ରେସ ଶାସିତ ରାଜ୍ୟ ମଧ୍ୟରେ ବିବାଦ ଘନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri