ଆଜିଠୁ ନନ୍ଦନକାନନ ପାଇଁ ଅନ୍‌ଲାଇନ ଟିକେଟ

ବାରଙ୍ଗ,୭ା୧(ଡି.ଏନ୍‌.ଏ.): ରାଜ୍ୟରେ କରୋନା ସଂକ୍ରମିତ ଓ ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ପର୍ଯ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଶୁକ୍ରବାରଠାରୁ ଅଫଲାଇନ ଟିକେଟକୁ ବନ୍ଦ କରିଛନ୍ତି ନନ୍ଦନକାନନ କର୍ତ୍ତୃପକ୍ଷ। ଏଣିକି ନନ୍ଦନକାନନ ଓ ବଟାନିକାଲ ଗାର୍ଡେନକୁ ବୁଲିବାକୁ ଆସୁଥିବା ପର୍ଯ୍ୟଟକମାନେ ଶୁକ୍ରବାରଠାରୁ ଅନ୍‌ଲାଇନରେ ଟିକେଟ କାଟିବାକୁ ପଡିବ ବୋଲି କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ଆଉ ପର୍ଯ୍ୟଟକଙ୍କୁ ଧାଡ଼ିରେ ଛିଡା ହେବାକୁ ପଡିବ ନାହିଁ। ଉଭୟ ପାର୍କ ବୁଲିବାକୁ ଇଚ୍ଛା କରୁଥିବା ପର୍ଯ୍ୟଟକମାନେ ସରକାରଙ୍କ ଦ୍ୱାରା ପ୍ରଦତ୍ତ କୋଭିଡ୍‌ ଗାଇଡ୍‌ଲାଇନକୁ ଅନୁପାଳନ କରି ବୁଲିପାରିବେ। ତେବେ ଉଭୟ ପାର୍କରେ ପ୍ରବେଶ ପାଇଁ ନନ୍ଦନକାନନର ୱେବ୍‌ସାଇଟ୍‌ www.nandankanan.org ନଚେତ ନନ୍ଦନକାନନର ଆପ୍‌ ଦ୍ୱାରା ପର୍ଯ୍ୟଟକମାନେ ପ୍ରବେଶ ପାଇଁ ଅନ୍‌ଲାଇନ ଟିକେଟ କାଟିପାରିବେ। ସାମାଜିକ ଦୂରତ୍ୱ ସହ କୋଭିଡ୍‌ ନିୟମକୁ କଡ଼ାକଡ଼ି ଭାବେ ଅନୁପାଳନ କରିବାକୁ ପଡ଼ିବ ବୋଲି ନନ୍ଦନକାନନ ଉପନିର୍ଦ୍ଦେଶକ ଡ.ସଞ୍ଜିତ କୁମାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଶାଳୀନ ମନ୍ତବ୍ୟ ଦେଲେ ଫ୍ୟାନ୍‌: ସମସ୍ତଙ୍କୁ ଚକିତ କଲା ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପ୍ରତିକ୍ରିୟା

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ୍ ଅଲ୍-ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସହ ଜଣେ ଫ୍ୟାନ୍‌ଙ୍କ ଅଶାଳୀନ ଆଚରଣର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଖ୍ରୀଷ୍ଟମାସ...

ବଡ଼ଧରଣର ଭିଜିଲାନ୍ସ ରେଡ୍: ଏକକାଳୀନ ଫରେଷ୍ଟରଙ୍କ ୫ଟି ଠିକଣାରେ ଚଢ଼ାଉ

ଭୁବନେଶ୍ୱର,୨୬।୧୨: ଆୟ ବହିର୍ଭୂତ ସମ୍ପତ୍ତି (DA) ଠୁଳ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ ଶୁକ୍ରବାର କୋରାପୁଟ ଫରେଷ୍ଟ ଡିଭିଜନ୍‌ର ଫରେଷ୍ଟର ନିରଞ୍ଜନ ଶତପଥୀଙ୍କର ୫ଟି...

ଐତିହ୍ୟ-ପାରମ୍ପରିକ ଲୋକକଥାର କାହାଣୀ କହେ ଯୋଗୀମଠ ଜଳପ୍ରପାତ, ବିଡିଓ କହିଲେ ରାସ୍ତା ସହ…

ଦାରିଙ୍ଗବାଡ଼ି,୨୬ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଏକାଧିକ ପର୍ଯ୍ୟଟନକ୍ଷେତ୍ର ରହିଛି। ସେଥିମଧ୍ୟରୁ ଯୋଗୀମଠ ଜଳପ୍ରପାତ ଅନ୍ୟତମ। ତେବେ ଯୋଗୀମଠ ଜଳପ୍ରପାତରେ ପହଞ୍ଚିବା ପାଇଁ ସବୁଦିନିଆ...

ମାଲକାନଗିରି ବ୍ଲକ୍ ଜେଇଙ୍କ ଘରେ ଭିଜିଲାନ୍ସ ରେଡ୍‌, ଏକକାଳୀନ ୪ଟି ସ୍ଥାନରେ ଚଢ଼ାଉ

ମାଲକାନଗିରି,୨୬।୧୨: ସକାଳୁ ସକାଳୁ ଭିଜିଲାନ୍ସ ଚଢ଼ାଉ । ମାଲକାନଗିରି ବ୍ଲକ୍ ଜେଇଙ୍କ ଘରେ ଭିଜିଲାନ୍ସ ରେଡ୍‌ କରିଛି । ନିହାର ସରକାରଙ୍କ ନାମରେ ପୂର୍ବରୁ ଦୁର୍ନୀତି...

ଡେଲିଭରୀ କର୍ମଚାରୀଙ୍କ ଦେଶବ୍ୟାପୀ ଧର୍ମଘଟ: ଏହି ଦୁଇଦିନ ହେବ ସେବା ପ୍ରଭାବିତ

ନୂଆଦିଲ୍ଲୀ,୨୬।୧୨: ସ୍ୱିଗି (Swiggy), ଜୋମାଟୋ (Zomato), ଜେପ୍ଟୋ (Zepto), ବ୍ଲିଙ୍କିଟ୍ (Blinkit), ଆମାଜନ (Amazon), ଫ୍ଲିପକାର୍ଟ (Flipkart) ସମେତ ବିଭିନ୍ନ ଇ-କମର୍ସ ଏବଂ ଫୁଡ୍ ଡେଲିଭରୀ...

ଘରେ ରୋଷେଇ କରୁଥିବାବେଳେ ଯୁବତୀଙ୍କୁ ଏକୁଟିଆ ପାଇ ବଳାତ୍କାର କଲେ ଯୁବକ, ସୁଇସାଇଡ୍‌ ନୋଟ୍‌ ଲେଖି ନେଲେ ଏମିତି ନିଷ୍ପତ୍ତି…

ଚାନ୍ଦବାଲି,୨୬।୧୨(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲିରେ ଜଣେ ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର ଓ ହତ୍ୟା ଘଟଣା ସାରା ରାଜ୍ୟରେ ଆଲୋଡ଼ନ ସୃଷ୍ଟି କରିଥିବା ବେଳେ ଚାନ୍ଦବାଲିରେ...

ଶୀତ ମଧ୍ୟରେ ଆସୁଛି ଲଘୁଚାପ: ନୂଆବର୍ଷରେ ହେବ ଘନୀଭୂତ

ଭୁବନେଶ୍ୱର,୨୬।୧୨: ଆସନ୍ତା ଡିସେମ୍ବର ୩୧ ତାରିଖ ବେଳକୁ ଦକ୍ଷିଣ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି, ଯାହା ପରବର୍ତ୍ତୀ ସମୟରେ ଲଘୁଚାପରେ ପରିଣତ...

ନାବାଳିକାଙ୍କ ଚାଞ୍ଚଲ୍ୟକର ବୟାନ: ପ୍ରେମିକ ଶାରୀରିକ ସମ୍ପର୍କ ରଖିବା ପରେ ତାଙ୍କୁ…

ଭଦ୍ରକ,୨୬।୧୨(ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିଠାରେ ବୁଧବାର ସନ୍ଧ୍ୟାରେ ଜଣେ ନାବାଳିକା ବୈତରଣୀ ନଦୀକୁ ଡେଇଁବା ଘଟଣା ଗୁରୁବାର ନୂଆ ମୋଡ଼ ନେଇଛି। ଭଦ୍ରକ ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri