ଆବାସ ଗୃହ ନିର୍ମାଣକୁ ସାହି ବାସିନ୍ଦାଙ୍କ ବିରୋଧ

ଗଞ୍ଜାମ,୭।୧(ଡି.ଏନ୍‌.ଏ.): ଗଞ୍ଜାମ ସହର ୱାର୍ଡ ନଂ ୫ ମେଡିକାଲ ଗଳି ସ୍ଥିତ ରାମେୟା ବନ୍ଧ ହିଡ଼ରେ ଦୀର୍ଘ ବର୍ଷ ହେବ କିଛି ଭୂମିହୀନ ଲୋକ ବାସ କରି ଆସୁଛନ୍ତି । ସେମାନଙ୍କ ଥଇଥାନ ପାଇଁ ଏନ୍‌ଏସି ପ୍ରଶାସନ ବାଲିସାହିଠାରେ ଆବାସ ଗୃହ ନିର୍ମାଣ କରିବା ଲକ୍ଷ ରଖିଛି । ଏ ନେଇ ଶୁକ୍ରବାର ଏନ୍‌ଏସି ସାନିଟେସନ ଏକ୍ସପର୍ଟର ସୁମିତ ବେହେରା, କନିଷ୍ଠ ଯନ୍ତ୍ରୀ ମାନସ ରଞ୍ଜନ ପଣ୍ଡା ଓ ଉତ୍ତମ ବେହେରା ଉକ୍ତ ସାହିକୁ ଜେସିବି ନେଇ ଯିବା ପରେ ବାଲିସାହି ବାସିନ୍ଦା ଏହାର ପ୍ରବଳ ବିରୋଧ କରିଥିଲେ । ଆମ ସାହିରେ ଅନ୍ୟ ସାହି ଲୋକଙ୍କୁ ଆମେ ଜାଗା ଦେବୁ ନାହିଁ ବୋଲି ଜେସିବି ଆଗରେ ବସିରହିଥିଲେ । ଫଳରେ କୌଣସି ଉପାୟ ନ ପାଇ ଏନଏସି କର୍ମଚାରୀମାନେ ଫେରି ଯାଇଥିଲେ । ଅନ୍ୟପଟେ ଏଥିପାଇଁ ପ୍ରଶାସନ ସାହି ବାଲାଙ୍କୁ ନୋଟିସ କରି ନ ଥିବା ସାହି ଲୋକେ ଅଭିଯୋଗ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ରାଜ୍ୟସ୍ତରୀୟ ବିଜ୍ଞାନ ମେଳାରେ କେ ଏମ ଭାଲିଆସାହି ଛାତ୍ରୀ, ଶୁଭେଚ୍ଛା ଜ୍ଞାପନ କରି…

ମୋହନା,୨୫ ।୧୨(ମନ୍ମଥ ମିଶ୍ର ): କେଉଁ ଆଦିମ କାଳରୁ ବିଜ୍ଞାନ ମନୁଷ୍ୟ ସମାଜର ଅଶେଷ ହିତ ସାଧନ କରି ଆସିଅଛି।ବିଜ୍ଞାନ ବିନା ସମାଜର ଉନ୍ନତିର ପରିକଳ୍ପନା...

ଅସହାୟଙ୍କୁ ସହାୟତାର ହାତ ବଢାଇଲା ନ୍ୟୁ ଲାଇଫ ମିଶନ

କେସିଙ୍ଗା,୨୫ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କୁର୍ଲୁପଡ଼ା ଗ୍ରାମର ନ୍ୟୁ ଲାଇଫ ମିଶନ ପରିସରରେ ଅନୁଷ୍ଠାନର ପ୍ରତିଷ୍ଠାତା ତଥା ଡାଇରେକ୍ଟର ସିଆନି ହରପାଲ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ପରିତ୍ୟକ୍ତ ଅବସ୍ଥାରେ ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ, ଅର୍ଥ ମଞ୍ଜୁର ହୋଇଥିଲେ ବି…

କର୍ଲାମୁଣ୍ଡା,୨୫।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡ଼ବରାଠାରେ ପରିତ୍ୟକ୍ତ ଅବସ୍ଥାରେ ରହିଛି ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ। ସରକାର ୧୯୮୮ ମସିହାରେ ଏହି ଚିକିତ୍ସାଳୟ...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ତୁଳସୀରେ ଅଛି ଅନେକ ଔଷଧୀୟ ଗୁଣ: ସକାରାତ୍ମକ ପରିବେଶ…

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ରେ ତୁଳସୀ ପୂଜନ ଉତ୍ସବ ପାଈଁ ଅଞ୍ଚଳ ଉତ୍ସବ ମୁଖର ହୋଇଛି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri