ରେଡ୍‌ ଜୋନ୍‌କୁ ଆସିଲା ଖୋର୍ଦ୍ଧା

ଭୁବନେଶ୍ୱର, ୭।୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ହୁ ହୁ ହୋଇ ବଢ଼ିଚାଲିଛି। ଦୈନିକ ସଂକ୍ରମଣ ୩ ହଜାର ମୁହାଁ ହେଲାଣି। ଗତ ୨୪ଘଣ୍ଟାରେ ରାଜ୍ୟରେ ୬୮,୯୭୦ ନମୂନା ପରୀକ୍ଷା କରାଯାଇଥିବା ବେଳେ ୨,୭୦୩ କରେନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ଦୈନିକ ସଂକ୍ରମଣ ହାର ୩.୯୨%କୁ ବୃଦ୍ଧି ଘଟିଛି।

ସୁନ୍ଦରଗଡ଼ ଜିଲାରେ ସର୍ବାଧିକ ଦୈନିକ ସଂକ୍ରମଣ ହାର ଦେଖିବାକୁ ମିଳିଛି। ରାଜ୍ୟ କୋଭିଡ୍‌ ଡ୍ୟାସ୍‌ବୋର୍ଡର ସୂଚନାନୁସାରେ, ସୁନ୍ଦରଗଡ଼ ଜିଲାରେ ସଂକ୍ରମଣ ହାର ୧୦.୮% ଥିବା ବେଳେ ଖୋର୍ଦ୍ଧାରେ ୯.୯%, ଦେବଗଡ଼ ୬.୧, ସମ୍ବଲପୁର ୫.୪, ଝାରସୁଗୁଡ଼ା ୪.୭, ବରଗଡ଼ ୩.୬, କଟକ ୩.୧, ଯାଜପୁରରେ ୩% ରହିଛି। ଖୋର୍ଦ୍ଧା ଜିଲା ରେଡ୍‌ ଜୋନକୁ ଯାଇଥିବା ବେଳେ ସୁନ୍ଦରଗଡ଼ ଜିଲା ୟେଲୋ ଜୋନ୍‌ରେ ରହିଛି।

ସୂଚନା ଓ ଲୋକ ସମ୍ପର୍କ ବିଭାଗ ତଥ୍ୟାନୁସାରେ, ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରେ ସର୍ବାଧିକ ୯୨୬ ଜଣ ରହିଥିବା ବେଳେ ସୁନ୍ଦରଗଡ଼ରେ ୪୫୪, କଟକ ୧୯୧, ସମ୍ବଲପୁର ୧୭୯, ଝାରସୁଗୁଡ଼ା ୧୦୬, ଯାଜପୁର ୭୮, ବରଗଡ଼ ୭୫, ବାଲେଶ୍ୱର ୭୩, ବଲାଙ୍ଗୀର ୫୪, ପୁରୀରୁ ୫୪ଜଣ ଅଛନ୍ତି। ବାକି ସବୁ ଜିଲାରେ ସଂକ୍ରମିତଙ୍କ ସଂଖ୍ୟ ୫୦ ତଳେ ଥିବା ବେଳେ ମାଳକାନଗିରିରେ ସର୍ବନିମ୍ନ ଜଣେ ଚିହ୍ନଟ ହୋଇଛନ୍ତି। ତେବେ ରାଜ୍ୟରେ ମୋଟ୍‌ କରୋନା ପଜିଟିଭ୍‌ ସଂଖ୍ୟା ୧୦,୬୨,୪୭୬କୁ ବୃଦ୍ଧି ପାଇଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

Christmas 2025: ଖ୍ରୀଷ୍ଟମାସରେ ସାଣ୍ଟା ସବୁବେଳେ କାହିଁକି ମୋଜାରେ ଦିଅନ୍ତି ଉପହାର? ଜାଣନ୍ତୁ ଏହା ପଛରେ ଥିବା ରୋଚକ କାହାଣୀ

ନୂଆଦିଲ୍ଲୀ: ଡିସେମ୍ବର ୨୫ରେ ପାଳିତ ଖ୍ରୀଷ୍ଟମାସ କେବଳ ଏକ ପର୍ବ ନୁହେଁ, ବରଂ ଆନନ୍ଦ ଏବଂ ଆଶାର ଦିନ। ଏହି ଦିନ ପିଲାମାନେ ସବୁଠାରୁ ଅଧିକ...

ବର୍ଷର ଶେଷ ଗୁରୁବାରରେ ଅଦ୍ଭୁତ ସଂଯୋଗ, ମିଥୁନ ସମେତ ୫ ରାଶିଙ୍କୁ ଖ୍ରୀଷ୍ଟମାସରେ ହେବ ଧନବର୍ଷା!

ଆଜି ୨୦୨୫ ମସିହା ଡିସେମ୍ୱର ମାସ ୨୫ ତାରିଖ ଗୁରୁବାର। ଗୁରୁବାର ବ୍ରହ୍ମାଣ୍ଡର ଶାସକ ଏବଂ ଦେବତାମାନଙ୍କ ଗୁରୁ ବୃହସ୍ପତିଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ। ଏହା ବ୍ୟତୀତ,...

ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...

ବଡ଼ ଦିନରେ ବଡ଼ ଅଘଟଣ, ବସ-ଟ୍ରକ ଧକ୍କାରେ ଜୀବନ୍ତ ଜଳିଗରେ ୧୭ ଯାତ୍ରୀ

ବେଙ୍ଗାଲୁରୁ,୨୫।୧୨: ଗୁରୁବାର ସକାଳେ କର୍ନାଟକର ଚିତ୍ରଦୁର୍ଗ ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ରୁ ଅଧିକ ଲୋକ ପୋଡ଼ି ମୃତ୍ୟୁବରଣ କରିଛନ୍ତି। ହିରିୟୁର ତାଲୁକର...

ଏଇ ଭାରତରେ

ପଲିଥିନ ବ୍ୟବହାର ଉପରେ କଟକଣା ଲାଗୁ ହୋଇଥିଲେ ମଧ୍ୟ ଏହାର ବ୍ୟବହାର ପୂର୍ୱଭଳି ଜାରି ରହିଛି। ଅଧିକାଂଶ ଲୋକ ବ୍ୟାଗ୍‌ ନ ନେଇ ପଲିଥିନରେ ପରିବା...

ଯିଶୁଖ୍ରୀଷ୍ଟଙ୍କ ଜନ୍ମ ମହତ୍ତ୍ୱ

ଶ୍ୱର ଜଗତକୁ ଏତେ ପ୍ରେମ କଲେ ଯେ, ତାଙ୍କ ନିଜର ଅଦ୍ୱିତୀୟ ପୁତ୍ର ପ୍ରଭୁ ଯିଶୁଙ୍କୁ ପୃଥିବୀକୁ ପଠାଇଲେ। ଏଣୁ ଯେ କେହି ଯିଶୁଙ୍କଠାରେ ବିଶ୍ୱାସ...

ଗାନ୍ଧୀ ନୂଅଁାଖାଇ

ନୂଆ ଫସଲ ଅମଳ ପରେ ଆମ ଓଡ଼ିଶାରେ ବିଭିନ୍ନ ତିଥି ନେଇ ନୂଅଁାଖାଇ ପାଳନ କରାଯାଏ। ବିଶେଷକରି ଓଡ଼ିଶାର ପଶ୍ଚିମାଞ୍ଚଳରେ ନୂଆଖାଇ ବା ନୂଅଁାଖାଇ ଏକ...

ଜୈନ ଗ୍ରନ୍ଥ ଓ କର୍ମ ସିଦ୍ଧାନ୍ତ

ଜୈନ ଗ୍ରନ୍ଥ ଅନୁଯାୟୀ, ପରମସତ୍ତାଙ୍କ ହିସାବ ଖାତାରେ ପ୍ରତ୍ୟେକ କର୍ମର ଭଲ ମନ୍ଦ ଫଳ ରହିଛି। ନିଜର ଲୋଭ ଓ ମୋହ (ଖାଇବାଠାରୁ ଆରମ୍ଭକରି ବିଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri