ଗଡ଼ିଲା ବାଲେଶ୍ୱର-ଭୁବନେଶ୍ୱର ମେମୁ ଟ୍ରେନ୍‌

ବାଲେଶ୍ୱର ଅଫିସ/ସଜନାଗଡ/ ବସ୍ତା/ଜଳେଶ୍ୱର, ୮।୧(ଡି.ଏନ.ଏ.): ବାଲେଶ୍ୱରୁ ଭୁବନେଶ୍ୱରକୁ ଗଡିଛି ମେମୁ ଟ୍ରେନ। କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏହାର ଶୁଭାରମ୍ଭ କରିଛନ୍ତି। ଶୁକ୍ରବାର କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବାଲେଶ୍ୱର ଜିଲା ଗସ୍ତରେ ଆସି ସ୍ଥାନୀୟ ଷ୍ଟେଶନରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇ ପତାକା ଦେଖାଇ ଟ୍ରେନ ଚଳାଚଳର ଶୁଭାରମ୍ଭ କରିଛନ୍ତି। ଏହାସହ ସେ ନୀଳଗିରି ରେଳଷ୍ଟେଶନର ଆଧୁନିକୀକରଣ ଶିଳାନ୍ୟାସ, ବସ୍ତା ରେଳଷ୍ଟେଶନର ଆଧୁନିକୀକରଣ ସହ ନୂତନ ଷ୍ଟେଶନ ଗୃହ ଓ ଜଳେଶ୍ୱରଠାରେ ନୂଆ ଷ୍ଟେଶନ ଗୃହର ଶିଳାନ୍ୟାସ କରିଛନ୍ତି।
ରେଳବାଇ ପକ୍ଷରୁ ବାଲେଶ୍ୱରଠାରେ ଆୟୋଜିତ କାର୍ଯ୍ୟକ୍ରମରେ ରେଳମନ୍ତ୍ରୀ ଅଶ୍ୱିନୀଙ୍କ ସହ କେନ୍ଦ୍ର ଆଦିବାସୀ ଉନ୍ନୟନ ଓ ଜଳଶକ୍ତି ବିଭାଗ ରାଷ୍ଟ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ, ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ, ବିଧାୟକ ସ୍ବରୂପ କୁମାର ଦାସ, ମୟୂରଭଞ୍ଜ ଜିଲା ବଡ଼ସାହି ବିଧାୟକ ସନାତନ ବିଜୁଳି ଯୋଗଦେଇଥିଲେ। ବାଲେଶ୍ୱରରେ ରେଳବାଇ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ରେଳମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଟୁଡୁ ବାଲେଶ୍ୱର ଓ ମୟୂରଭଞ୍ଜ ଜିଲାର ସମସ୍ୟା ସମ୍ପର୍କରେ ରେଳମନ୍ତ୍ରୀଙ୍କ ସହ ଆଲୋଚନା କରି ସମାଧାନ କରାଯିବ ବୋଲି କହିଥିଲେ।
ବାଲେଶ୍ୱର ଏମ୍‌ପି ଷଡ଼ଙ୍ଗୀ ମେମୁ ଟ୍ରେନ ଚଳାଚଳ ଓ ନୀଳଗିରିରେ ନୂତନ ରେଳ ଷ୍ଟେଶନ ନିର୍ମାଣ ନିମନ୍ତେ କେନ୍ଦ୍ର ରେଳମନ୍ତ୍ରୀଙ୍କୁ ସାଧୁବାଦ ଜଣାଇଥିଲେ। ତାଙ୍କର ଦୃଢ଼ ଇଚ୍ଛାଶକ୍ତି ଯୋଗୁ ଏହା ସମ୍ଭବ ହୋଇପାରିଛି ସେ କହିଥିଲେ। ଏହି ଅବସରରେ ବିଭିନ୍ନ ସଙ୍ଗଠନ ପକ୍ଷରୁ ଜିଲାର ଥିବା ବିବିଧ ସମସ୍ୟା ନେଇ କେନ୍ଦ୍ରମନ୍ତ୍ରୀଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଥିଲା। ଏହାପରେ ବାଲେଶ୍ୱରରୁ ଏକ ସ୍ବତନ୍ତ୍ର ଟ୍ରେନରେ ରେଳମନ୍ତ୍ରୀ ନୀଳଗିରିର ଗୋପୀନାଥପୁର ରେଲୱେ ଷ୍ଟେଶନରେ ପହଞ୍ଚିଥିଲେ। ସ୍ଥାନୀୟ ବିଧାୟକ ଇଂ. ସୁକାନ୍ତ କୁମାର ନାୟକ ଓ ଭାଜପାର ଏକ ପ୍ରତିନିଧି ଦଳ ତାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଜଣାଇଥିଲେ। ସେଠାରେ ଆୟୋଜିତ ସାଧାରଣ ସଭାରେ ମୁଖ୍ୟଅତିଥି ଭାବେ ଯୋଗଦେଇ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ନୀଳଗିରି ମାଟି ଏକ ଗଡ଼ଜାତ ମାଟି, ଏଠାରୁ ହିଁ ଫକୀରମୋହନ ସେନାପତିଙ୍କ କାଳଜୟୀ ଗଳ୍ପ ଛ’ମାଣ ଆଠଗୁଣ୍ଠ ଅୟମାରମ୍ଭ ହୋଇଥିଲା ବୋଲି କହିଥିଲେ। ସେହିପରି ରେଳଲାଇନ୍‌ ତଳେ ବିଛାଇବା ପାଇଁ ପୂର୍ବରୁ ନୀଳଗିରିରେ ଥିବା ସ୍ଲିପର କାରଖାନାର ପୁନରୁଦ୍ଧାର ତ୍ୱରାନ୍ବିତ କରିବା ପାଇଁ ଚେଷ୍ଟା ଜାରି ରହିଥିବାର କହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଉଦଳା ବିଧାୟକ ଭାସ୍କର ମଢ଼େଇ, ସାରସକଣା ବିଧାୟକ ବୁଢ଼ାନ ମୁର୍ମୁ, ବାରିପଦା ବିଧାୟକ ପ୍ରକାଶ ସୋରେନ, ରାଇରଙ୍ଗପୁର ବିଧାୟକ ନବଚରଣ ମାଝୀ ପ୍ରମୁଖ ମଞ୍ଚାସୀନ ଥିଲେ।
ନୀଳଗିରି ପରେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବସ୍ତା ଷ୍ଟେଶନର ଆନୁଷଙ୍ଗିକ ବିକାଶ ସହ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଉଦ୍‌ଘାଟନ କରିଥିଲେ। ଏଠାକାର ନୂତନ ଷ୍ଟେଶନ ଭବନ ମଧ୍ୟରେ ସମସ୍ତ ଅତ୍ୟାଧୁନିକ ସେବା ମିଳିପାରିବ ବୋଲି ପ୍ରକାଶ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବସ୍ତା ବିଧାୟକ ନିତ୍ୟନନ୍ଦ ସାହୁ, ଦକ୍ଷିଣ ପୂର୍ବ ରେଳ ପଥ ଜେନେରାଲ ମ୍ୟାନେଜର ଅର୍ଚ୍ଚନା ଜୋଷୀ, ଡିଭିଜନାଲ ମ୍ୟାନେଜର ମନୋରଞ୍ଜନ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ। ସେହିପରି ଜଳେଶ୍ୱରଠାରେ ସନ୍ଧ୍ୟାରେ ଆୟୋଜିତ କାର୍ଯ୍ୟକ୍ରମରେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ଯୋଗ ଦେଇ ନୂତନ ରେଳ ଷ୍ଟେଶନ କାର୍ଯ୍ୟାଳୟ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ଏହାସହିତ ଆଗକୁ ପାର୍ସଲ କାର୍ଯ୍ୟାଳୟ, ଶୌଚାଳୟ, ବରିଷ୍ଠ ଓ ଦିବ୍ୟାଙ୍ଗଙ୍କ ଲାଗି ଲିଫ୍ଟ, ପାଦଚଲା ସେତୁ ସମ୍ପ୍ରସାରଣ, ପ୍ଲାଟଫର୍ମ ଉଚ୍ଚତା ବଢାଇବା, ପ୍ଲାଟଫର୍ମ ଛାଉଣୀ, ସିସିଟିଭି କ୍ୟାମେରା ନିର୍ମାଣ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲେ ା କାର୍ଯ୍ୟକ୍ରମରେ ଜଳେଶ୍ୱର ବିଧାୟକ ଅଶ୍ୱିନୀ କୁମାର ପାତ୍ରଙ୍କ ସମେତ ରେଳ ବିଭାଗର ଅଧିକାରୀ ଉପସ୍ଥିତ ଥିଲେ। ଜଳେଶ୍ୱରର କେତେକ ସଙ୍ଗଠନ ପକ୍ଷରୁ ରେଳବାଇ ବିକାଶ ଲାଗି ସ୍ମାରକପତ୍ର ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୀପ ନିଆଁରେ ପୋଡ଼ିଯାଇଥିବା ମହିଳାଙ୍କ ଚାଳିଗଲା ଜୀବନ

ଚିକିଟ,୨୮ା୪(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କ.ନୂଆଗାଁ ଥାନା ଚିକିଟିପେଣ୍ଠସ୍ଥିତ ପଣ୍ଡିତରା ସାହିରେ ଗତ ୧୬ ତାରିଖ ଚୈତ୍ର ମଙ୍ଗଳବାର ମନ୍ଦିର ଦୀପରେ ପୋଡ଼ିଯାଇଥିବା ଜଣେ...

ଆମ୍ବ ଗୋଟାଇବା ପାଇଁ ଯାଇଥିଲେ: ହେଲା ବଜ୍ରପାତ

ଧରାକୋଟ,୨୮ା୪(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ବାହାରପୁର ପଞ୍ଚାୟତ କାଠଗଡା ଗ୍ରାମର ଜଣେ ବୃଦ୍ଧା ବଜ୍ରପାତରେ ଆହତ ହୋଇଛନ୍ତି। ସେ ହେଲେ ଘନ...

ମୋଦି ପ୍ରଧାନମନ୍ତ୍ରୀ ହେବାପରେ ଭାରତ ବଦଳି ଯାଇଛି : ନଡ୍ଡା

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରରେ ରବିବାର ଭାଜପାର ବିଶାଳ ଜନ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଆମ୍ବପୁଆ ବିଜୟ ସଂକଳ୍ପ ସମାବେଶରେ ଭାଜପାରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଉପସ୍ଥିତ ରହି...

ଜମୁଛି ପ୍ରଚାର: ଗାଁ ମୁହାଁ ପ୍ରାର୍ଥୀ

ଆଗରପଡ଼ା,୨୮।୪(ସୁଶାନ୍ତ ଦାଶ): ଭଣ୍ଡାରିପୋଖରୀ ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ସଞ୍ଜୀବ ମଲ୍ଲିକ ବନ୍ତ ବ୍ଲକର ୧୪ ନଂ. ଆଗରପଡ଼ା ଜୋନ୍‌ର ବିଭିନ୍ନ ପଞ୍ଚାୟତ...

ଓଡ଼ିଶାବାସୀଙ୍କୁ ସତର୍କ କରାଇଲେ ଜେପି ନଡ୍ଡା: କହିଲେ, ହୋଇଯାନ୍ତୁ ସଚେତନ ନଚେତ୍‌…

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରର ଆମ୍ବପୁଆଠାରେ ସାଧାରଣ ସଭାରେ ଯୋଗଦେଇ ବିଜେଡି ସରକାର ଉପରେ ବର୍ଷିଛନ୍ତି। ସେ ଓଡ଼ିଶାବାସୀଙ୍କୁ ସତର୍କ କରାଇ କହିଛନ୍ତି, ଏଠାରେ ବାହାର ଲୋକଙ୍କୁ ପ୍ରଶ୍ରୟ...

ବିଜେଡି ସରକାର ବଦଳିବା ଦରକାର: ଆମ୍ବପୁଆରେ ଗର୍ଜିଲେ ନଡ୍ଡା

ବ୍ରହ୍ମପୁର,୨୮।୪: ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ସରଗରମ ହୋଇଛି। ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, କଂଗ୍ରେସ, ଭାଜପାର ଷ୍ଟାର ପ୍ରଚାରକ ନିର୍ବାଚନ ମଇଦାନକୁ...

ଜନତାଙ୍କ ପ୍ରଶ୍ନବାଣକୁ ଭୟ କରୁଛନ୍ତି ପ୍ରାର୍ଥୀ

ମୋରଡ଼ା,୨୮।୪(ସ୍ମାରକ ମାଜୀ): ୨୦୦୯ରୁ ମୟୂରଭଞ୍ଜ ଜିଲା ମୋରଡ଼ା ବିଧାନସଭା ଆସନରୁ ବିଜୁ ଜନତା ଦଳ ଜିତି ଆସୁଥିବା ବେଳେ ବର୍ତ୍ତମାନ ରାଜ କିଶୋର ଦାସ ବିଧାୟକ...

ମଧୁବାବୁଙ୍କ ଜୟନ୍ତୀରେ ସ୍ମୃତିଚାରଣ କଲେ ଆଇନଜୀବୀ

କେନ୍ଦୁଝର,୨୮ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ଓକିଲ ସଂଘ କେନ୍ଦୁଝରର ସଭାଗୃହରେ ସଂଘର ସଭାପତି ଆଲୋକ ମହାନ୍ତଙ୍କ ଅଧ୍ୟକ୍ଷତାରେ ଉତ୍କଳ ଗୌରବ ମଧୁସୁଦନ ଦାସଙ୍କ ଜୟନ୍ତୀ ତଥା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri