ଅଙ୍ଗନଓ୍ବାଡ଼ି କର୍ମୀ, ସହାୟିକାଙ୍କ ପ୍ରୋତ୍ସାହନ ରାଶି ବଢ଼ିଲା

ଭୁବନେଶ୍ୱର,୮ା୧(ବ୍ୟୁରୋ): ରାଜ୍ୟ ସରକାର ଶନିବାର ଅଙ୍ଗନଓ୍ବାଡ଼ି କର୍ମୀ ଓ ସହାୟିକାଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି। ଅଙ୍ଗନଓ୍ବାଡ଼ି କର୍ମୀ, ମିନି ଅଙ୍ଗନଓ୍ବାଡ଼ି କର୍ମୀ ଏବଂ ସହାୟିକାମାନେ ୬୨ ବର୍ଷ ବୟସରେ ସେବା ନିବୃତ ହେବା ସମୟରେ ସେମାନଙ୍କୁ ପ୍ରୋତ୍ସାହନ ରାଶି ଦିଆଯାଉଥିବା ବେଳେ ସରକାର ଏହାକୁ ବଢ଼ାଇ ଦେଇଛନ୍ତି।

ପୂର୍ବରୁ ୨୦ ହଜାର ଟଙ୍କା ଦିଆଯାଉଥିଲା। ଏବେ ଏକକାଳୀନ ୪୦ ହଜାର ଟଙ୍କାର ପ୍ରୋତ୍ସାହନ ରାଶି ପାଇବେ। ମିନି ଅଙ୍ଗନଓ୍ବାଡ଼ି କର୍ମୀମାନଙ୍କର ପ୍ରୋତ୍ସାହନ ରାଶି ୧୫ ହଜାରରୁ ୩୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ସେହିଭଳି ଅଙ୍ଗନଓ୍ବାଡ଼ି ସହାୟିକାମାନଙ୍କର ପ୍ରୋତ୍ସାହନ ରାଶି ୧୦ ହଜାରରୁ ୨୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି।

ନୂତନ ପ୍ରୋତ୍ସାହନ ରାଶି ପିଛିଲା ଭାବେ ୨୦୧୯ ଜାନୁୟାରୀ ପହିଲା ଠାରୁ ଲାଗୁ କରାଯାଇଛି। ଫଳରେ ବର୍ତ୍ତମାନ ସୁଦ୍ଧା ସେବା ନିବୃତ ହୋଇଥିବା ୧୯୯୧ ଜଣ ଅଙ୍ଗନଓ୍ବାଡ଼ି କର୍ମୀ, ମିନି ଅଙ୍ଗନଓ୍ବାଡ଼ି କର୍ମୀ ଏବଂ ସହାୟିକା ଉପକୃତ ହେବେ। ଅନ୍ୟପକ୍ଷରେ ସରକାରଙ୍କ ଏହି ଘୋଷଣା ଦ୍ୱାରା ରାଜ୍ୟର ମୋଟ୍‌ ୧ ଲକ୍ଷ ୩୦ ହଜାର ଅଙ୍ଗନଓ୍ବାଡ଼ି କର୍ମୀ ଉପକୃତ ହେବେ।

ସେହିଭଳି ଅଙ୍ଗନଓ୍ବାଡ଼ି କର୍ମୀ, ମିନି ଅଙ୍ଗନଓ୍ବାଡ଼ି କର୍ମୀ ଏବଂ ଅଙ୍ଗନଓ୍ବାଡ଼ି ସହାୟିକାମାନେ କାର୍ଯ୍ୟରତ ଥିବା ସମୟରେ ଅସୁସ୍ଥତା ଯୋଗୁ କୌଣସି ସରକାରୀ କିମ୍ବା ସରକାରଙ୍କ ଦ୍ୱାରା ତାଲିକାଭୁକ୍ତ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ, ସେମାନଙ୍କୁ ସେହି ସମୟ ପାଇଁ ପ୍ରତିବର୍ଷ ସବୈତନିକ ଚିକିତ୍ସା ଛୁଟି ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ପ୍ରସ୍ତୁତି: ବିଧାୟକ କହିଲେ….

ଭଞ୍ଜନଗର,୨୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ଅନୁଷ୍ଟିତ...

ଫସିଗଲେ କପିଲ ଶର୍ମା: ମାମଲା ରୁଜୁ

ଫସିଯାଇଛନ୍ତି କମେଡି କିଙ୍ଗ କପିଲ ଶର୍ମା। ତାଙ୍କ ଶୋ ‘ଦି ଗ୍ରେଟ ଇଣ୍ଡିଆନ କପିଲ ଶୋ’ ପୁଣିଥରେ ଚର୍ଚ୍ଚାରେ। ନୂତନ ସିଜିନର ପ୍ରଥମ ଏପିସୋଡରେ ପ୍ରିୟଙ୍କା...

ଶୀତଦିନେ ବ୍ରଏଲର କୁକୁଡ଼ାର ନିଅନ୍ତୁ ବିଶେଷ ଯତ୍ନ: ଅବହେଳା କଲେ ହୋଇପାରେ ବଡ଼ ଆର୍ଥିକ କ୍ଷତି

ଭୁବନେଶ୍ୱର,୨୩।୧୨: ଓଡ଼ିଶାରେ ଶୀତର ପ୍ରକୋପ ବଢ଼ୁଥିବା ବେଳେ ବ୍ରଏଲର କୁକୁଡ଼ା ଚାଷୀଙ୍କ ପାଇଁ ସତର୍କତା ଜାରି କରାଯାଇଛି। ଅତ୍ୟଧିକ ଥଣ୍ଡା ଯୋଗୁଁ କୁକୁଡ଼ାଙ୍କ ଶାରୀରିକ ଅଭିବୃଦ୍ଧି...

ଶ୍ରୀମୟୀଙ୍କ ପୋଷ୍ଟକୁ ନେଇ କଡ଼ା କାଉଣ୍ଟର କଲେ ସ୍ନେହାଙ୍ଗିନୀ: ରାଜ୍ୟ ରାଜନୀତିରେ ହଇଚଇ 

ଭୁବନେଶ୍ୱର,୨୩।୧୨: ଶଙ୍ଖ ଭବନରେ ମହିଳା ନେତ୍ରୀଙ୍କ ବୈଠକ ପରେ ବିଜେଡିରେ ସୁଜାତା ଏଣ୍ଟ୍ରି କଲେ କି ପ୍ରଶ୍ନରେ ଉତ୍ତର ରଖିଲେ ସ୍ନେହାଙ୍ଗିନୀଙ୍କ ଛୁରିଆ। ସେ କହିଛନ୍ତି,ନବୀନ...

ବିଜୁଙ୍କୁ ମିଳିଲା ଆଜୀବନ କାରାଦଣ୍ଡ: ଅଢେଇ ବର୍ଷ ତଳେ…

ବ୍ରହ୍ମପୁର, ୨୩/୧୨(ସୁବାସ ଚନ୍ଦ୍ର ପାଢ଼ୀ): ଜିଲା ଜଜ ଅଶାନ୍ତ କୁମାର ଦାସ ମଙ୍ଗଳବାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତଙ୍କୁ ଦୋଷୀ...

ଓଡ଼ିଶାରେ ବଢୁଛି ଶୀତର ପ୍ରକୋପ: ୩ ଦିନରେ ଏସବୁ ଜିଲାରେ ହ୍ରାସ ପାଇବ ପାରଦ

ଭୁବନେଶ୍ୱର,୨୩।୧୨: ରାଜ୍ୟରେ ଶୀତର ଲହରି ଜାରି ରହିଥିବା ବେଳେ ରାଜଧାନୀ ଭୁବନେଶ୍ୱର ସମେତ ବିଭିନ୍ନ ସହରର ତାପମାତ୍ରା ଗତ ୩ ଦିନ ମଧ୍ୟରେ ଗୁରୁତର ଭାବେ...

‘ଗରିବ ଯଦି ମହାପ୍ରଭୁଙ୍କ ସାମଗ୍ରୀ ବିକ୍ରି କର’, ପୁରୀରେ ସାନ୍ତା ଟୋପି ବିକ୍ରିକୁ ନେଇ ବିବାଦ

ଭୁବନେଶ୍ୱର: ବଡ଼ଦିନ ବା ଖ୍ରୀଷ୍ଟମାସ ଅବସରରେ ରାଜଧାନୀ ଭୁବନେଶ୍ୱରର ଏବଂ ଶ୍ରୀକ୍ଷେତ୍ର ପୁରୀର ରାସ୍ତା କଡ଼ରେ ସାନ୍ତା କ୍ଲଜ୍ ଟୋପି ଓ ଅନ୍ୟାନ୍ୟ ସାମଗ୍ରୀ ବିକ୍ରି...

ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି ଶେଷ: ଖୁବଶୀଘ୍ର ହେବ ଅଳଙ୍କାର ଗଣତି ମଣତି

କଟକ,୨୩।୧୨: ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି ଏବଂ ରତ୍ନ ଅଳଙ୍କାର ଗଣତି ମଣତି ସମ୍ପର୍କିତ ଜନସ୍ୱାର୍ଥ ମାମଲାର ଶୁଣାଣି କରି ଓଡ଼ିଶା ଉଚ୍ଚ ନ୍ୟାୟାଳୟରେ ଭାରତୀୟ ପ୍ରତ୍ନତତ୍ତ୍ୱ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri