ଦିନକୁ ଦିନ ବଢ଼ି ଚାଲିଛି ଆକ୍ରାନ୍ତଙ୍କ ସଂଖ୍ୟା: ଆଜି ରାଜ୍ୟରୁ ୪୮୨୯ ଆକ୍ରାନ୍ତ ଚିହ୍ନଟ, ସବୁଠୁ ଆଗରେ ଖୋର୍ଦ୍ଧା

ଭୁବନେଶ୍ୱର,୧୦ା୧(ବ୍ୟୁରୋ): ସୋମବାର ରାଜ୍ୟରୁ ୪୮୨୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୭୫,୬୯୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୮୨୩ ଜଣ ଚିହ୍ନଟ ହୋଇଥିବା ବେଳେ ୨୦୦୬ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୪୪୮ ଜଣ ଶିଶୁ ବି ଅଛନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୯୩୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୮୬୯ ଏବଂ ସମ୍ବଲପୁରରୁ ୬୪୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୬୯, ବାଲେଶ୍ୱର ୨୧୦,ବରଗଡ଼ ୮୪, ଭଦ୍ରକ ୬୯, ବଲାଙ୍ଗୀର ୧୦୪, ବୌଦ୍ଧ ୬, କଟକ ୪୦୧, ଦେବଗଡ଼ ୧୯, ଢେଙ୍କାନାଳ ୨୩, ଗଜପତି ୩୨, ଗଞ୍ଜାମ ୪୯, ଜଗତସିଂହପୁର ୪୬, ଯାଜପୁର ୬୬, ଝାରସୁଗୁଡ଼ା ୧୮୯, କଳାହାଣ୍ଡି ୪୮, କନ୍ଧମାଳ ୮, କେନ୍ଦ୍ରାପଡ଼ା ୨୪, କେନ୍ଦୁଝର ୬୩, କୋରାପୁଟ ୭୭, ମାଲକାନଗିରି ୧୧, ମୟୂରଭଞ୍ଜ ୧୬୨, ନବରଙ୍ଗପୁର ୮୫, ନୟାଗଡ଼ ୨୪, ନୂଆପଡ଼ା ୫୧, ପୁରୀ ୧୩୦, ରାୟଗଡ଼ାରୁ ୮୨ ଏବଂ ସୋନପୁରରୁ ୩୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୨୧୯।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟ ୧୦,୭୫,୬୯୮ରେ ପହଞ୍ଚିଥିବା ବେଳେ ୧୦,୪୬,୬୧୭ଜଣ ସୁସ୍ଥ ହୋଇଛନ୍ତି। ୨୦,୫୬୦ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri