Posted inଖେଳ

ମୋର କାହାକୁ କିଛି ପ୍ରମାଣ କରିବାର ନାହିଁ

କେପ୍‌ ଟାଉନ,୧୦।୧: ଗତ ଦୁଇ ବର୍ଷ ହେଲା ତିନି ସଂଖ୍ୟା ବିଶିଷ୍ଟ ସ୍କୋର ହାସଲ କରିବାରେ ବିଫଳ ହେବା ସହ ରନ୍‌ ସଂଗ୍ରହ ହାରରେ ମଧ୍ୟ ତଳ ମୁହଁା ହୋଇଛି। କିନ୍ତୁ ଏଥିଲାଗି ଚିନ୍ତିତ ନ ଥିବା ଏବଂ କାହାକୁ କିଛି ପ୍ରମାଣ କରିବାର ନ ଥିବା କହିଛନ୍ତି ଭାରତୀୟ ଟେଷ୍ଟ ଅଧିନାୟକ ବିରାଟ କୋହଲି।

ମଙ୍ଗଳବାରଠାରୁ ଆରମ୍ଭ ହେବାକୁ ଯାଉଥିବା କେପ୍‌ ଟାଉନ ଟେଷ୍ଟ ପୂର୍ବରୁ ଆୟୋଜିତ ଖବରଦାତା ସମ୍ମିଳନୀରେ କୋହଲି କହିଛନ୍ତି, ମୋ ଫର୍ମ ଉପରେ ଲୋକେ କଥା ହେଉଛନ୍ତି। ମୋ କ୍ୟାରିୟରରେ ଏହା ପ୍ରଥମ ଘଟଣା ନୁହେଁ। ଏଥିପୂର୍ବରୁ ମଧ୍ୟ ବହୁ ବାର ମୋ ଫର୍ମ ଉପରେ ପ୍ରଶ୍ନ ଉଠିଛି। ୨୦୧୪ରେ ଇଂଲଣ୍ଡ ବିପକ୍ଷ ସିରିଜ୍‌ରେ ବିଫଳ ହେବା ପରେ ମୋତେ ସମାନ ପରିସ୍ଥିତିର ସମ୍ମୁଖୀନ ହେବାକୁ ପଡ଼ିଥିଲା। ମୋ ଫର୍ମ ଉପରେ କିଏ କ’ଣ ଚିନ୍ତା କରୁଛନ୍ତି, ତାହାକୁ ମୁଁ କଦାପି ଖାତିର କରେ ନାହିଁ। ମୋ ପାଇଁ ମୁଁ ମାନଦଣ୍ଡ ସ୍ଥିର କରିଛି। ମୁଁ ସର୍ବଦା ଦଳ ପାଇଁ ଭଲ ପ୍ରଦର୍ଶନ କରିବାକୁ ଚାହେଁ। କିନ୍ତୁ ଖେଳରେ ସର୍ବଦା ସବୁକିଛି ତୁମ ସପକ୍ଷରେ ରହେ ନାହିଁ। ଜଣେ ଖେଳାଳି ଭାବେ ମୁଁ ଭାରତୀୟ ଦଳରେ ଅନେକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଜଡ଼ିତ ଥିଲି। ଦଳର ଆବଶ୍ୟକତା ବେଳେ ପ୍ରଦର୍ଶନ କରିପାରି ଥିବାରୁ ମୁଁ ଗର୍ବିତ।

ସର୍ବଦା ନମ୍ବରକୁ ଆଧାର କରି ନିଜକୁ ବିଚାର କରିବା ଉଚିତ ନୁହେଁ। ଯଦି ଏଭଳି ହୁଏ ତେବେ ମୋ ମତରେ ତୁମେ ଯାହା କରୁଛ ସେଥିରେ କଦାପି ସନ୍ତୁଷ୍ଟ ହେବ ନାହିଁ। ମୁଁ ଯେଉଁଭଳି ଖେଳୁଛି ଏବଂ ବିପରୀତ ପରିସ୍ଥିତିରେ ଦଳ ପାଇଁ ଯାହା କରିଛି, ସେଥିରେ ମୁଁ ଖୁସି ଅଛି। ଅନ୍ୟ କୌଣସି ବିଷୟକୁ ନେଇ ମୋତେ ଚିନ୍ତିତ ହେବାର ଆବଶ୍ୟକତା ନାହିଁ। ମୋତେ ଲାଗୁନି, ମୋର କାହାକୁ କିଛି ପ୍ରମାଣ କରିବାର ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, ୨୦୨୬ରେ ବହୁତ କିଛି…

ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା...

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

ବାସୁଦେବପୁରରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା- ଟ୍ରେଲର ମୁହାଁମୁହିଁ ଧକ୍କା

ବାସୁଦେବପୁର,୨୧।୧୨(କାଳୀପଦ ରାୟ): ବାସୁଦେବପୁର ବ୍ଲକ ଅଧୀନ ଜାମଝାଡି, ଧାମରା ରାସ୍ତାର ମାତାଜୀ ମଠ ଛକଠାରେ ଏକ ହାଇଓ୍ବା ଓ ଟ୍ରେଲର ମୁହାଁମୁହିଁ ଧକ୍କା ହୋଇଛନ୍ତି। ହାଇଓ୍ବାଟି...

କାହିଁକି ଭଡ଼ା ବୃଦ୍ଧି କଲା ରେଳ ବିଭାଗ ଜାଣନ୍ତୁ…

ନୂଆଦିଲ୍ଲୀ,୨୧ା୧୨: ଭାରତୀୟ ରେଳ ବିଭାଗ ୨୬ ଡିସେମ୍ବରରୁ ଯାତ୍ରୀ ଭଡ଼ାରେ ପରିବର୍ତ୍ତନ ଘୋଷଣା କରିଛି। ତେବେ ଏହି ଭଡ଼ା ବୃଦ୍ଧି ପଛରେ ମୁଖ୍ୟ କାରଣ ହେଉଛି...

ବ୍ୟାଟରୁ ବିଜନେସ, କେମିତି ୧୦୦୦କୋଟିର ସାମ୍ରାଜ୍ୟ ଠିଆ କଲେ ବିରାଟ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିରାଟ କୋହଲି ପଡ଼ିଆରେ ଚୌକା ଏବଂ ଛକା ମାରିଥାନ୍ତି, ଷ୍ଟାଡିୟମ କରତାଳିରେ ପ୍ରତିଧ୍ୱନିତ ହୋଇଯାଏ। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ...

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...

ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ

ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ।...

‘ଭାଜପା ପାଇଁ ସେକ୍ୟୁଲାରିଜମ ଶବ୍ଦ ସେତିକି ପିତା ଯେମିତି ନିମ୍ବର ଫଳ’, କାହିଁକି ଏମିତି କହିଲେ ଷ୍ଟାଲିନ? ଜାଣନ୍ତୁ…

ଚେନ୍ନାଇ,୨୧।୧୨: ଚେନ୍ନାଇରେ ଖ୍ରୀଷ୍ଟମାସ ପାଳନ ଅବସରରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ କେନ୍ଦ୍ରରେ କ୍ଷମତାସୀନ ଭାରତୀୟ ଜନତା ପାର୍ଟି (ଭାଜପା)କୁ କଡ଼ା ଟାର୍ଗେଟ କରିଥିଲେ। ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri