୫୧ ପଦକ ସହ ଶୀର୍ଷରେ ଓଡ଼ିଶା

ଭୁବନେଶ୍ୱର, ୧୧।୧(ବ୍ୟୁରୋ): ଦକ୍ଷତା ବିକାଶ କ୍ଷେତ୍ରରେ ଓଡ଼ିଶା ଏକ ଅଗ୍ରଣୀ ରାଜ୍ୟ ହୋଇପାରିଛି। ନୂଆଦିଲ୍ଲୀସ୍ଥିତ ତାଲକଟୋରା ଇନ୍‌ଡୋର୍‌ ଷ୍ଟାଡିୟମଠାରେ ଆୟୋଜିତ ଇଣ୍ଡିଆ ସ୍କିଲ୍ସ ୨୦୨୧ ପ୍ରତିଯୋଗିତାରେ ସର୍ବାଧିକ ପଦକ ଜିତି ସ୍କିଲ-ଇନ୍‌-ଓଡ଼ିଶା ପ୍ରତିଯୋଗୀ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। କୌଶଳ ବିକାଶ ଏବଂ ଉଦ୍ୟମିତା ମନ୍ତ୍ରଣାଳୟ ଅଧୀନ ରାଷ୍ଟ୍ରୀୟ କୌଶଳ ବିକାଶ ନିଗମ ଦ୍ୱାରା ଜାନୁୟାରୀ ୬ରୁ ୧୦ ପର୍ଯ୍ୟନ୍ତ ଏହି ପ୍ରତିଯୋଗିତା ଚାଲିଥିଲା। ଓଡ଼ିଶା ୧୦ ସ୍ବର୍ଣ୍ଣ , ୧୮ ରୌପ୍ୟ, ୯ କାଂସ୍ୟ ପଦକ ଓ ୧୪ ମେଡାଲିୟନ ଅଫ୍‌ ଏକ୍ସଲେନ୍ସ ସହ ମୋଟ ୫୧ଟି ପଦକ ହାସଲ କରି ଶୀର୍ଷ ସ୍ଥାନରେ ରହିଛି। ସ୍ବର୍ଣ୍ଣ ପଦକ ବିଜେତାଙ୍କୁ ୧ ଲକ୍ଷ, ରୌପ୍ୟ ବିଜେତାଙ୍କୁ ୭୫ ହଜାର ଏବଂ କାଂସ୍ୟ ପଦକ ବିଜେତାଙ୍କୁ ୫୦ ହଜାର ଟଙ୍କାର ଆର୍ଥିକ ପୁରସ୍କାର ମିଳିଛି। ଏହି ପ୍ରତିଯୋଗିତାରେ ଓଡ଼ିଶାରୁ ୭୬ ଜଣ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ। ମୋଟ୍‌ ୭୬ ଜଣ ପ୍ରତିଯୋଗୀଙ୍କ ମଧ୍ୟରୁ ୧୭ ଜଣ ଯୁବତୀ ଥିଲେ। ବିଜେତାମାନେ ୨୦୨୨ ଅକ୍ଟୋବରରେ ଚାଇନା ସାଂଘାଇରେ ହେବାକୁ ଥିବା ୱାଲର୍‌ଡ ସ୍କିଲ୍ସ ପ୍ରତିଯୋଗିତାରେ ଦେଶକୁ ପ୍ରତିନିଧିତ୍ୱ କରିବାର ସୁଯୋଗ ପାଇବେ। ସୂଚନାଯୋଗ୍ୟ, ୱାଲର୍‌ଡ ସ୍କିଲ୍ସ ପ୍ରତିଯୋଗିତା ନିମନ୍ତେ ଓଡ଼ିଶାର ମିଶନ ୨-୩-୪ ଅର୍ଥାତ୍‌ ଦୁଇଟି ସ୍ବର୍ଣ୍ଣ, ତିନୋଟି ରୌପ୍ୟ ଏବଂ ଚାରୋଟି କାଂସ୍ୟ ପଦକ ହାସଲ ଲକ୍ଷ୍ୟ ରହିଛି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ଖୁସିବ୍ୟକ୍ତ କରିବା ସହ ବିଜେତାମାନେ ଆହୁରି କଠିନ ପରିଶ୍ରମ କରି ୱାଲର୍‌ଡ ସ୍କିଲ୍ସ ପ୍ରତିଯୋଗିତାରେ ସଫଳତା ହାସଲ କରିବାକୁ କାମନା କରିଛନ୍ତି। ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣର ଅଧ୍ୟକ୍ଷ ସୁବ୍ରତ ବାଗ୍‌ଚୀ ଓ ସିଇଓ ତଥା ବୈଷୟିକ ଶିକ୍ଷା ଏବଂ ପ୍ରଶିକ୍ଷଣ ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ରେଘୁ ଜି ନୂଆଦିଲ୍ଲୀଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଉପସ୍ଥିତ ରହି ପ୍ରତିଯୋଗୀଙ୍କୁ ଉତ୍ସାହିତ କରିବା ସହ ସାଂଘାଇ ୱାଲର୍‌ଡ ସ୍କିଲ୍ସରେ ଶ୍ରେଷ୍ଠ ପ୍ରଦର୍ଶନ କରି ଦେଶର ଗୌରବ ବୃଦ୍ଧି କରିବା ପାଇଁ ଶୁଭେଚ୍ଛା ଜଣାଇଥିଲେ। ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ମନ୍ତ୍ରୀ ପ୍ରେମାନନ୍ଦ ନାୟକ ମଧ୍ୟ ବିଜେତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି କ୍ରିକେଟରଙ୍କ ନାମରେ ଯୌନ ନିର୍ଯାତନା ମାମଲା, ଜାଣନ୍ତୁ…

ଢାକା,୧୧ା୧୨: ବାଂଲାଦେଶର ପେସ ବୋଲିଂ ଅଲରାଉଣ୍ଡର ତୋଫେଲ ଅହମଦ ରେହାନ ବିବାହ ପ୍ରଲୋଭନ ଦେଖାଇ ଜଣେ ମହିଳାଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଏହି...

ମ୍ୟାଚ ପୂର୍ବରୁ ଗୁରୁଜ୍ଞାନ ଦେଲେ ଯୁବରାଜ, ହାରିଗଲା ଟିମ୍ ଇଣ୍ଡିଆ

ମୁଲାନପୁର,୧୧ା୧୨: ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାଠାରୁ ୫୧ ରନ୍‌ରେ ପରାସ୍ତ...

ଗଡ଼ିଲା ହାଇଡ୍ରୋଜେନ୍‌ ଚାଳିତ ଜାହାଜ

ବାରାଣସୀ,୧୧ା୧୨: ଭାରତରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ହାଇଡ୍ରୋଜେନ୍‌ ଇନ୍ଧନ-ସେଲ୍‌ ଜାହାଜର ଚଳାଚଳକୁ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

‘ମୁଣ୍ଡରେ କଫନ୍ ବାନ୍ଧି କଂଗ୍ରେସର ସଂସ୍କାର ପାଇଁ ବାହାରିଛି’: ମହମ୍ମଦ ମୋକିମ୍

କଟକ,୧୧ା୧୨: ଓଡ଼ିଶା କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ମହମ୍ମଦ ମୋକିମ୍‌ ଦଳର ସଂସ୍କାର ଆଣିବା ଉଦ୍ଦେଶ୍ୟରେ ବାହାରିଥିବା କହିଛନ୍ତି। ପୂର୍ବରୁ ପିସିସି ସଭାପତି...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri