ଖୁବ୍‌ଶୀଘ୍ର କାର୍ଯ୍ୟକ୍ଷମ ହେବ କୋଭିଡ୍‌ ହସ୍ପିଟାଲ

ଅନୁଗୋଳ ଅଫିସ,୧୧।୧ ଅନୁଗୋଳ ଜିଲାରେ କୋଭିଡ୍‌ ସଂକ୍ରମଣ ବଢ଼ୁଛି। ତେଣୁ ଜିଲାରେ ଥିବା କୋଭିଡ୍‌ ହସ୍ପିଟାଲଗୁଡ଼ିକ ସୁରୁଖୁରୁରେ ଚାଲିବା ନିମନ୍ତେ ସୋମବାର ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ତାଳଚେର କୋଭିଡ୍‌ ହସ୍ପିଟାଲରେ ସମସ୍ତ ପ୍ରକାର ଆନୁଷଙ୍ଗିକ ବ୍ୟବସ୍ଥା କରି ଏହାକୁ ତୁରନ୍ତ କାର୍ଯ୍ୟକ୍ଷମ କରିବା ନିମନ୍ତେ ଜିଲାପାଳ ଏମ୍‌ସିଏଲ୍‌ କର୍ତ୍ତୃପକ୍ଷଙ୍କୁ ପରାମର୍ଶ ଦେଇଥିଲେ। ଏହି ହସ୍ପିଟାଲରେ ମୋଟ୍‌ ୧୨୦ ବେଡ୍‌ ରଖାଯିବ। ସେଥିରୁ ୯୦ଟି ସାଧାରଣ ଓ ୩୦ଟି ଆଇସିୟୁ ବେଡ୍‌ ରହିବ। ପ୍ରତି ଜେନେରାଲ ବେଡ୍‌ ନିକଟରେ ଅକ୍ସିଜେନ ସିଲିଣ୍ଡର ଉପଲବ୍ଧ ହେବ। ଆଇସିୟୁରେ ୮ଟି ଭେଣ୍ଟିଲେଟର ରହିବ। ୨ଜଣ ଡାକ୍ତର, ୪୦ ଷ୍ଟାଫ୍‌ ନର୍ସ ଓ ଅନ୍ୟ କର୍ମଚାରୀ ନିୟୋଜିତ ରହିବେ। ତଳ ମହଲାରେ ପ୍ରଶାସନ ତରଫରୁ ଏକ ହେଲ୍ପ ଡେସ୍କ ଖୋଲାଯାଇ ରୋଗୀଙ୍କ ସମ୍ପର୍କୀୟମାନଙ୍କୁ ଆବଶ୍ୟକ ସୂଚନା ପ୍ରଦାନ କରାଯିବା ସହ ସିସିଟିଭି ମାଧ୍ୟମରେ ରୋଗୀଙ୍କ ସ୍ଥିତି ସମ୍ପର୍କରେ ଜଣାଇ ଦିଆଯିବ। ସେହିପରି ବଅଁରପାଳ କୋଭିଡ୍‌ କେୟାର ସେଣ୍ଟରରେ ୧୨୦ଟି ବେଡ୍‌, ଛେଣ୍ଡିପଦା କୋଭିଡ କେୟାର ସେଣ୍ଟରରେ ୨୭୦ଟି ବେଡ୍‌, ସରକାରୀ ପଲିଟେକ୍‌ନିକ୍‌ ଅନୁଗୋଳ ଠାରେ ୧୦୦ଟି ବେଡ୍‌ ପ୍ରସ୍ତୁତ କରି ରଖାଯିବ। ରୋଗୀ ନେବା ଆଣିବା ନିମନ୍ତେ ଆବଶ୍ୟକ ଆମ୍ବୁଲାନ୍ସ ବ୍ୟବସ୍ଥା କରାଯିବ। ତାଳଚେରଠାରେ ମଧ୍ୟ ଖୁବ୍‌ଶୀଘ୍ର କୋଭିଡ୍‌ କେୟାର ସେଣ୍ଟର ପ୍ରସ୍ତୁତ କରାଯିବ ବୋଲି ଜିଲାପାଳ ପ୍ରକାଶ କରିଛନ୍ତି। ଏହି ବୈଠକରେ ଅତିରିକ୍ତ ଜିଲାପାଳ ରଜନୀକାନ୍ତ ସ୍ବାଇଁ, ଜିଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡା. ତ୍ରିଲୋଚନ ପ୍ରଧାନଙ୍କ ସମେତ ଏମ୍‌ସିଏଲ୍‌ର କର୍ମକର୍ତ୍ତାମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

ଗୁଲୁଆ-ବର୍ଷାଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ କାଳିଆ ଷଣ୍ଢ: ଦିନକୁ ୧୭ ହଜାରଥର…

ଭୁବନେଶ୍ୱର,୨୬।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ବିସ୍ଫୋରକ ବୟାନ ଦେଲେ ବିଜେଡି ନେତା ପ୍ରଭାତ ବିଶ୍ୱାଳ: ପାଣ୍ଡିଆନ ଦମ୍ପତିଙ୍କ ପ୍ରତି ଅବିଚାର ହେଲେ ମୁଁ…

ଭୁବନେଶ୍ୱର,୨୬।୧୨: ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନେତା ପ୍ରଭାତ ବିଶ୍ୱାଳଙ୍କ ଖୋଲା ମଞ୍ଚରେ ବଡ଼ ବୟାନ ଦେଇଛନ୍ତି ପ୍ରଭାତ ବିଶ୍ୱାଳ। ସେ ବିଜେଡି ନେତାଙ୍କୁ ଧୋଇଛନ୍ତି...

ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ: ୨କୋଠା ୭ପ୍ଲଟ୍‌, କେଜିଏ ସୁନା

ଭୁବନେଶ୍ୱର,୨୬।୧୨: ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ କଲା ଭିଜିଲାନ୍ସ। ଫରେଷ୍ଟରଙ୍କର ଭୁବନେଶ୍ବର ଝାରପଡ଼ାରେ ଅଛି ୨ଟି ବହୁତଳ କୋଠା। ଭୁବନେଶ୍ବର ସମେତ ଜଗତସିଂହପୁର...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri