ମହିଳା କର୍ମଚାରୀଙ୍କୁ ଅସଦାଚରଣ କରି ଗିରଫ ହେଲେ କଲେଜ ଅଧ୍ୟକ୍ଷ

ହାଟଡିହୀ,୧୧l୧(ଡି.ଏନ.ଏ.): ଜଣେ ମହିଳା କର୍ମଚାରୀଙ୍କୁ ଅସଦାଚରଣ ଅଭିଯୋଗରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୋସୋ ବଉଳା କଲେଜର ଭାରପ୍ରାପ୍ତ ଅଧ୍ୟକ୍ଷ ଶିବ ଚରଣ ଖମୁରାଇଙ୍କୁ ମଙ୍ଗଳବାର ପୋଲିସ ଗିରଫ କରିଛି।

ଅଭିଯୋଗ ଅନୁଯାୟୀ, ମହିଳା କର୍ମଚାରୀ ଜଣଙ୍କ ଅସୁସ୍ଥତା କାରଣରୁ ୨୦୨୧ ଅକ୍ଟୋବର ୨୭ରୁ ଏକ ମେଡିକାଲରେ ଚିକିତ୍ସିତ ହେଉଥିଲେ। ମେଡିକାଲରେ ଥିବା ବେଳେ ସେ ଅନ୍‌ଲାଇନରେ କଲେଜ କାର୍ଯ୍ୟ କରୁଥିଲେ। ଗତ ଡିସେମ୍ବର ୨୮ରେ ସେ କଲେଜରେ ଯୋଗ ଦେଇଥିଲେ। ତାଙ୍କର ବକେୟା ଥିବା ୫ ମାସର ଦରମା ପ୍ରଦାନ ପାଇଁ ସେ ଅଧ୍ୟକ୍ଷଙ୍କୁ ନିବେଦନ କରିଥିଲେ। ଗତ ଶନିବାର ସେ ଅଫିସରେ କାମ କରୁଥିବା ବେଳେ ଅଧ୍ୟକ୍ଷ ଖମୁରାଇ ତାଙ୍କୁ ଅଶାଳୀନ ବ୍ୟବହାର କରିଥିଲେ। ଏହି ଘଟଣାରେ ଅଧ୍ୟକ୍ଷଙ୍କୁ ଗିରଫ ଦାବି କରି ମହିଳାମାନେ ସୋମବାର ଥାନା ଦ୍ୱାରସ୍ଥ ହେବା ପରେ ପୋଲିସ ଏକ ମାମଲା ( ନଂ.୬/୨୦୨୨) ରୁଜୁ କରିଛି।

ଅନ୍ୟପକ୍ଷେ ଅଧ୍ୟକ୍ଷ ଖମୁରାଇ ମଧ୍ୟ ଥାନାରେ ପାଲଟା ଅଭିଯୋଗ କରିଛନ୍ତି ଯେ, ଉକ୍ତ ମହିଳା କର୍ମଚାରୀଙ୍କ ସ୍ବାମୀ ଓ ଭାଇ ଅଫିସରେ ପଶି ମାଡ଼ ମାରିବା ସହ ସିସିକ୍ୟାମେରା ଭାଙ୍ଗି ରେକର୍ଡ ପତ୍ର ଚିରି ଦେଇଥିଲେ। ମହିଳା କର୍ମଚାରୀ ଜଣକ ତାଙ୍କ ନାମରେ ମିଥ୍ୟା ଅଭିଯୋଗ କରିଛନ୍ତି। ତେବେ ମହିଳା କର୍ମଚାରୀଙ୍କ ଅଭିଯୋଗ ଅନୁସାରେ ଅଧ୍ୟକ୍ଷଙ୍କୁ ଗିରଫ କରାଯାଇଥିବା ବେଳେ ତଦନ୍ତ ଜାରି ରହିଛି ବୋଲି ସୋସୋ ଥାନା ଅଧିକାରୀ ଉପେନ୍ଦ୍ର ନାଥ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ

ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...

ସଲମାନଙ୍କ ଜନ୍ମଦିନରେ ଏମିତି କହି ଶୁଭେଚ୍ଛା ଜଣାଇଲେ କ୍ୟାଟ୍ରିନା

ବଲିଉଡ ସୁପରଷ୍ଟାର ସଲମାନ ଖାନ ୬୦ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କୁ ଅଭିନନ୍ଦନର ସୁଅ ଛୁଟିବାରେ ଲାଗିଛି। ଅନେକ ବଲିଉଡ ସେଲିବ୍ରିଟି ମଧ୍ୟ...

କେମିତି, କାହିଁକି ହୋଇଥିଲା ମାତା ଗାନ୍ଧାରୀଙ୍କର ଶହେ ପୁତ୍ର, ଜାଣନ୍ତୁ କୌରବଙ୍କ ରହସ୍ୟମୟ କାହାଣୀ…

ଦ୍ୱାପର ଯୁଗରେ, ପାଣ୍ଡବ ଏବଂ କୌରବମାନଙ୍କ ମଧ୍ୟରେ ଏକ ଯୁଦ୍ଧ ହୋଇଥିଲା। ଏହି ଧର୍ମୀୟ ଯୁଦ୍ଧରେ ପାଣ୍ଡବମାନେ ବିଜୟୀ ହୋଇଥିଲେ। ମହାଭାରତରେ ମଧ୍ୟ ଅନେକ କାହାଣୀ...

ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା

ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...

ମହିଳାଙ୍କୁ ICMRର ଚେତାବନୀ, ସ୍ତନ କର୍କଟ ପାଇଁ କେବଳ…

ନୂଆଦିଲ୍ଲୀ,୨୭।୧୨: ଭାରତରେ ସ୍ତନ କର୍କଟ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ICMR ର ଏକ ଅଧ୍ୟୟନ ଅନୁଯାୟୀ, ନିରାମିଷ ଖାଦ୍ୟ, ଖରାପ ନିଦ୍ରା...

ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ୍‌ସେବା, ମାଗଣାରେ ପିଲାଙ୍କୁ ମିଳିବ…

ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ ସେବା ବା ଏମ୍‌ବିଏସ୍‌। ଏନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ବିଦ୍ୟାଳୟ ଓ...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri