କୋଟିଆର ଡୋଲିଆମ୍ବରେ ଷ୍ଟ୍ରବେରି ଚାଷ

କୋରାପୁଟ,୧୨।୧(ସ୍ବ.ପ୍ର.) – ଆଦିବାସୀ ମହିଳାଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ସମନ୍ଵିତ ଆଦିବାସୀ ଉନ୍ନୟନ ସଂସ୍ଥା ସହାୟତାରେ ଜିଲାର ପଟ୍ଟାଙ୍ଗି ବ୍ଲକର କୋଟିଆ ପଞ୍ଚାୟତର ଡୋଲିଆମ୍ବ ଗ୍ରାମରେ ଆରମ୍ଭ ହୋଇଛି ଷ୍ଟ୍ରବେରି ଚାଷ। ଜିଲାପାଳ ଅବଦଲ ଏମ. ଅଖତାରଙ୍କ ନିର୍ଦ୍ଦେଶରେ ପିଏ ଆଇଟିଡିଏ କାରୁ ସୋରେନଙ୍କ ତତ୍ୱାବଧାନରେ କୋଟିଆର ଡୋଲିଆମ୍ବ ଗ୍ରାମର ୩ଟି ଆଦିବାସୀ ସ୍ବୟଂ ସହାୟିକା ମହିଳା ଗୋଷ୍ଠୀଙ୍କୁ ନେଇ ଗ୍ରାମର ୫ ଏକର ଜମିରେ ଏହି ଚାଷ ଆରମ୍ଭ କରାଯାଇଛି। ଏଥିରେ ପ୍ରାୟ ୪୫ ହଜାର ଷ୍ଟ୍ରବେରି ଗଛ ଲାଗିଛି । ଧାଡ ଧାଡି କରି ଚାରା ରୋପଣ କରାଯାଇ ଏହା ଉପରେ ପଲିଥିନ ଘୋଡାଯାଇଛି। ଚାଷୀ ଭାର୍ଗବ ଲାକେଇଙ୍କ ସହ ଆଇଟିଡିଏର ମିଳିତ ସହଯୋଗରେ ଏହି ଚାଷ କରାଯାଉଛି। ଆସନ୍ତା ୪୫ରୁ ୬୦ ଦିନ ମଧ୍ୟରେ ଏହା ଅମଳ ହେବ। ଏକରପ୍ରତି ପ୍ରାୟ ୨ ହଜାରରୁ ୫ହଜାର କେଜି ଷ୍ଟ୍ରବେରି ଅମଳ ହେବ ବୋଲି ଆଶା କରାଯାଉଛି।ଆଗାମୀ ଦିନରେ ଭଲ ପରିବେଶ ରହିଲେ ଲକ୍ଷ୍ୟଧାର୍ଯ୍ୟ ପୂରଣ ହୋଇପାରିବ ବୋଲି ଆଇଟିଡିଏର କାର୍ଯ୍ୟକ୍ରମ ଅଧିକାରୀ କାଶିପ୍ରସାଦ ନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଳସ୍ତର କମି ୧୫ ଫୁଟ୍‌ ଜାଗାରେ ୬୫ ଫୁଟ୍‌ ହେଲାଣି

ପଟ୍ଟାମୁଣ୍ଡାଇ, ୭ା୫ (କଳ୍ପତରୁ ନାୟକ):ଅସହ୍ୟ ତାତି ସାଙ୍ଗକୁ ପାଣି ସମସ୍ୟା ଲୋକଙ୍କ ଚିନ୍ତା ବଢ଼ାଇଛି। ସ୍ଥିତି ଏମିତି ଯେ ସବୁଠି ପାଣି ପାଇଁ ହାହାକାର ସ୍ଥିତି...

୬ ବନ୍ୟା ଆଶ୍ରୟସ୍ଥଳ ଅଧାପନ୍ତରିଆ

ଯାଜପୁର,୭ା୫(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲା ଦେଇ ପ୍ରବାହିତ ନଦୀଗୁଡ଼ିକର ତଟବର୍ତ୍ତୀ ଅଞ୍ଚଳବାସୀଙ୍କ ସୁରକ୍ଷା ପାଇଁ ବହୁମୁଖୀ ବନ୍ୟା ଆଶ୍ରୟସ୍ଥଳ ନିର୍ମାଣ ସମ୍ପୂର୍ଣ୍ଣ ହୋଇପାରିନାହିଁ। ଆଗକୁ କିଛି ସପ୍ତାହ...

ଦାଦନ ଖଟୁଛନ୍ତି ନଗଡ଼ା ଶିଶୁ

ଯାଜପୁର/କାଳିଆପାଣି (ହର୍ଷବର୍ଦ୍ଧନ ବେହେରା/ଅସିତ ମହାନ୍ତ),୭ା୫:ଯାଜପୁର ଜିଲା ସୁକିନ୍ଦା ବ୍ଲକ ଚିଙ୍ଗୁଡିପାଳ ପଞ୍ଚାୟତ ନଗଡ଼ା ଗ୍ରାମରେ ୨୦୧୬ରେ ଅପପୃଷ୍ଟିରୁ ଶିଶୁ ମୃତ୍ୟୁ ଘଟଣା ଅନ୍ତର୍ଜାତୀୟ ଖବର ପାଲଟିଥିଲା।...

ସରକାରୀ ଅନୁଦାନ ସତ୍ତ୍ୱେ ସୁଦୃଢ଼ ହେଉନି ନଦୀବନ୍ଧ

କେନ୍ଦ୍ରାପଡ଼ା, ୭ା୫ (ଜଗନ୍ନାଥ ଧଳ):ସାଧାରଣ ଲୋକଙ୍କ ସୁରକ୍ଷା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଯୋଜନା ପ୍ରଣୟନ ସହ ଅନୁଦାନ ଯୋଗାଉଛନ୍ତି। ମାତ୍ର ଏହି ଅନୁଦାନ...

କାଲିର ବିରୋଧୀ ଆଜି ଭାଇ-ଭାଇ

ରାଜନଗର,୭ା୫(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ବିଧାନସଭା ନିର୍ବାଚନମଣ୍ଡଳୀରେ ନେତାଙ୍କ ଦଳ ବଦଳ ରାଜନୈତିକ ଦୃଶ୍ୟପଟରେ ପରିବର୍ତ୍ତନ ଆଣିଛି। ଏଠାରେ ବିଧାୟକ ଧ୍ରୁବ ସାହୁଙ୍କୁ ବିଜେଡି...

୪ ଆସନରେ ନାମାଙ୍କନ ଭରି ଚର୍ଚ୍ଚାରେ ଜ୍ଞାନେନ୍ଦ୍ର

ସମ୍ବଲପୁର,୭।୫(ଭବାନୀ ଶଙ୍କର ଭୋଇ):ଚଳିତ ସାଧାରଣ ନିର୍ବାଚନରେ ବିଭିନ୍ନ ପ୍ରସଙ୍ଗକୁ ନେଇ ପ୍ରାର୍ଥୀମାନେ ଚର୍ଚ୍ଚାର ପରିସରକୁ ଆସୁଛନ୍ତି । ଏମିତି ଜଣେ ସ୍ବାଧୀନ ପ୍ରାର୍ଥୀ ହେଲେ ଜ୍ଞାନେନ୍ଦ୍ର...

ଘରକୁ ଫେରିଲେ ବନ୍ଧାପଡ଼ିଥିବା ୨୨ ଶ୍ରମିକ

ଭବାନୀପାଟଣା,୬।୫(ଉତ୍ତମ କୁମାର ଦାଶ): ହାଇଦ୍ରାବାଦକୁ କାମ କରିବାକୁ ଯାଇ ବନ୍ଧାପଡିଥିବା କଳାହାଣ୍ଡି ଜିଲା ଜୁନାଗଡ଼ ସହରର ୨୨ ଶ୍ରମିକ ସୋମବାର ଘରକୁ ଫେରିଛନ୍ତି। କଳାହାଣ୍ଡି ଜିଲା...

ଗିଫ୍ଟ ଦୋକାନରେ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ନଷ୍ଟ

ପଟ୍ଟାଙ୍ଗୀ,୬।୫(ଶରତ ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ସଦର ମହକୁମାସ୍ଥିତ ଜାତୀୟ ରାଜପଥ ପାର୍ଶ୍ୱରେ ରହିଥିବା ଏକ ଗିଫ୍ଟ ଦୋକାନରେ ସୋମବାର ରାତିରେ ନିଆଁ ଲାଗି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri