Posted inଜାତୀୟ

ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାରେ ଅବହେଳା, ଇନ୍ଦୁ ମାଲହୋତ୍ରାଙ୍କ ନେତୃତ୍ୱରେ ଯାଞ୍ଚ୍‌ କମିଟି ଗଠନ …

ନୂଆଦିଲ୍ଲୀ, ୧୨।୧ : ପଞ୍ଜାବ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷା କ୍ଷେତ୍ରରେ ଅବହେଳା ହୋଇଥିବା ଘଟଣାର ଯାଞ୍ଚ୍‌ ପାଇଁ ୫ ଜଣିଆ କମିଟି ଗଠନ କରାଯାଇଛି। ଏହାର ନେତୃତ୍ୱ ଅବସରପ୍ରାପ୍ତ ବିଚାରପତି ଇନ୍ଦୁ ମାଲହୋତ୍ରା ନେବେ।

ଏହି ମାମଲାର ଶୁଣାଣି ସମୟରେ ଭାରତର ପ୍ରଧାନ ବିଚାରପତି ଏନ.ଭି ରମନା କହିଛନ୍ତି ଯେ ଆମେ ଅନୁମାନ କରୁଛୁ ଯେ ଏଭଳି ମାମଲାର ଏକତରଫା ଯାଞ୍ଚ ହୋଇପାରିବ ନାହିଁ। ତେଣୁ ଅବସରପ୍ରାପ୍ତ ବିଚାରପତି ଇନ୍ଦୁ ମାଲହୋତ୍ରାଙ୍କ ଅଧ୍ୟକ୍ଷତାରେ ଗଠିତ କମିଟି ଏହାର ଦାୟିତ୍ୱ ନେବେ।

କମିଟି ପକ୍ଷରୁ ସୁରକ୍ଷାରେ କାହିଁକି ଭୁଲ ହେଲା ?,କିଏ ଦାୟୀ ?,ଭବିଷ୍ୟତରେ କଣ କରାଯିବ ? ଏନେଇ ଏକ ରିପୋର୍ଟ ଶୀଘ୍ର ଶୀର୍ଷକୋର୍ଟରେ ଦାଖଲ କରିବାକୁ ଚେଷ୍ଟା କରିବେ।

କମିଟି ସଦସ୍ୟଙ୍କ ମଧ୍ୟରେ ଅବସରପ୍ରାପ୍ତ ବିଚାରପତି ଇନ୍ଦୁ ମାଲହୋତ୍ରାଙ୍କ ସହିତ ଏନ୍‌ଆଇଏର ଡିଜି କିମ୍ବା ତାଙ୍କ ଦ୍ୱାରା ନିଯୁକ୍ତ ଅଧିକାରୀ ଯିଏକି ଆଇଜି ପଦବୀରୁ କମ ହୋଇ ନଥିବେ, ଚଣ୍ଡିଗଡ଼ ଡିଜିପି ପଞ୍ଜାବର ସୁରକ୍ଷା ଏଡିଜିପି ଏବଂ ପଞ୍ଜାବ-ହରିୟାଣା ହାଇକୋର୍ଟର ରେଜିଷ୍ଟ୍ରାର୍‌ ଜେନେରାଲ ପ୍ରମୁଖ ରହିଛନ୍ତି।

ଲୟର୍ସ ଭଏସ ନାମକ ଏକ ସଂସ୍ଥା ଦ୍ୱାରା ଏହି ପିଟିସନ ଦାଖଲ କରାଯାଇଛି। ସଂସ୍ଥା ପକ୍ଷରୁ ଶୀର୍ଷକୋର୍ଟରେ ଏହି ମାମଲାର ନିରପେକ୍ଷ ତଦନ୍ତ ଦାବି କରିଯାଇଛିି।

ସୂଚନାଯୋଗ୍ୟ, ଗତ ଶୁକ୍ରବାର ଶୁଣାଣି ସମୟରେ ଏହା ଶୀର୍ଷକୋର୍ଟଙ୍କ ନଜରକୁ ଆସିଥିଲା ଯେ ଉଭୟ ପଞ୍ଜାବ ଏବଂ କେନ୍ଦ୍ର ସରକାର ସେମାନଙ୍କ ପକ୍ଷରୁ ଯାଞ୍ଚ୍‌ କରିବା ପାଇଁ କମିଟି ଗଠନ କରିଛନ୍ତି। ଶୁଣାଣି ସମୟରେ ଉଭୟ ସରକାର ପରସ୍ପରର କମିଟି ସଦସ୍ୟଙ୍କୁ ପ୍ରଶ୍ନ କରି ସେମାନଙ୍କ ନିରପେକ୍ଷତା ଉପରେ ସନ୍ଦେହ ସୃଷ୍ଟି କରିଥିଲେ। ଏହାର ତଦନ୍ତ ପାଇଁ ଏକ କମିଟି ଗଠନ ହୋଇପାରେ ବୋଲି ସର୍ବୋଚ୍ଚ କୋର୍ଟ ସୂଚିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ପୁଟିନଙ୍କ ଘର ଉପରେ ଏମିତି ‘ଡ୍ରୋନ୍ ଆକ୍ରମଣ’ର କରିଥିଲା ୟୁକ୍ରେନ, ଭୟଙ୍କର ଭିଡିଓ ଜାରି କଲା ରୁଷ

ନୂଆଦିଲ୍ଲୀ,୩୧।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ଲକ୍ଷ୍ୟ କରି ଡ୍ରୋନ୍ ମାଡ଼ କରିଛି ୟୁକ୍ରେନ। ଏହି ଖବର ପରେ ଦୁଇ ଦେଶ ମଧ୍ୟରେ ଯୁଦ୍ଧ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri