Posted inଜାତୀୟ

ଦୁର୍ଘଟଣା ସ୍ଥଳରେ ପହଞ୍ଚିଲେ ରେଳମନ୍ତ୍ରୀ

କୋଲକାତା,୧୪।୧: କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଶୁକ୍ରବାର ପଶ୍ଚିମବଙ୍ଗର ଜଲପାଇଗୁଡିର ମୈନାଗୁଡିରେ ପହଞ୍ଚି ଗୁଆହାଟି-ବିକାନେର୍‌ ଏକ୍ସପ୍ରେସ ଟ୍ରେନ ଦୁର୍ଘଟଣାର ସ୍ଥିତି ଅନୁଧ୍ୟାନ କରିଛନ୍ତି। ଏପରି କି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘଟଣା ସମ୍ପର୍କରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହ ଫୋନ ଯୋଗେ କଥା ହୋଇଛନ୍ତି। ଅନ୍ୟପକ୍ଷେ ମୃତକଙ୍କ ସମ୍ପର୍କୀୟଙ୍କୁ ୫ ଲକ୍ଷ ଏବଂ ଆହତଙ୍କୁ ୧ ଲକ୍ଷ ଟଙ୍କା ଅନୁକମ୍ପା ରାଶି ପ୍ରଦାନ କରାଯିବ ବୋଲି କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି।

ସୂଚନା ଯୋଗ୍ୟ, ପଶ୍ଚିମବଙ୍ଗର ଜଲପାଇଗୁଡିର ମୈନାଗୁଡିଠାରେ ଗୁରୁବାର ସନ୍ଧ୍ୟାରେ ପାଟନାରୁ ଗୌହାଟୀ ଯାଉଥିବା ଗୁଆହାଟି-ବିକାନେର୍‌ ଏକ୍ସପ୍ରେସ ଟ୍ରେନର ୧୨ଟି ବଗି ଲାଇନ ଚ୍ୟୁତ ହୋଇ ପରସ୍ପର ଉପରକୁ ମାଡି ଯାଇଥିଲା। ଦୁର୍ଘଟଣାରେ ବର୍ତ୍ତମାନ ସୁଦ୍ଧା ୯ ଜଣଙ୍କ ମତ୍ୟୁ ଘଟିଛି। ଏଥିରେ ୫୦ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ବେଳେ ୩୬ ଜଣଙ୍କୁ ବିଭିନ୍ନ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ୧୦ ଜଣଙ୍କ ଅବସ୍ଥା ସଂକଟାପନ୍ନ ରହିଛି। ଟ୍ରାଫିକ ପାଇଁ ଟ୍ରାକ ସଫା କରାଯାଉଥିବା ଅଧିକାରୀମାନେ କହିଛନ୍ତି। ରେଳ ଇଞ୍ଜିନରେ ତ୍ରୁଟି ଯୋଗୁ ଏଭଳି ଦୁର୍ଘଟଣା ଘଟିଥିବା ପ୍ରଥମିକ ତଦନ୍ତରୁ ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ବର୍ଷ ଆରମ୍ଭ ପୂର୍ବରୁ ବଡ଼ ଘୋଷଣା କରିଦେଲେ ଟ୍ରମ୍ପ, ସାଧାରଣ ଲୋକଙ୍କୁ ହେବ ଫାଇଦା

ଓ୍ବାଶିଂଟନ୍‌,୨୦।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଟାରିଫ୍‌ ଏବଂ ଟିକସ ସମ୍ପର୍କରେ ଏକ ବଡ଼ ବୟାନ ଦେଇଛନ୍ତି। ଉତ୍ତର କାରୋଲିନାରେ ତାଙ୍କ ଭାଷଣ...

ମାଲାୟାଲମ୍ ଅଭିନେତା-ନିର୍ଦ୍ଦେଶକ ଶ୍ରୀନିବାସନଙ୍କ ପରଲୋକ, ୨୦୦ରୁ ଅଧିକ ଚଳଚ୍ଚିତ୍ରରେ କରିଥିଲେ ଅଭିନୟ

ନୂଆଦିଲ୍ଲୀ,୨୦ା୧୨: ମାଲାୟାଲମ ସିନେମା ଅଭିନେତା-ନିର୍ଦ୍ଦେଶକ ଶ୍ରୀନିବାସନଙ୍କ ଦେହାନ୍ତ ହୋଇଛି । ସ୍ୱାସ୍ଥ୍ୟଗତ ସମସ୍ୟା ହେତୁ ସେ କିଛି ଦିନ ହେବ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ...

ଟେଷ୍ଟ କ୍ରିକେଟ୍‌ରେ ଏମିତି ବିଶ୍ୱରେକର୍ଡ: ପୂର୍ବରୁ କେବେ ହୋଇ ନ ଥିଲା…

ମାଉଣ୍ଟ ମାଉଙ୍ଗାନୁଇ,୨୦।୧୨: ମାଉଣ୍ଟ ମାଉଙ୍ଗାନୁଇରେ ଖେଳାଯାଉଥିବା ନ୍ୟୁଜିଲାଣ୍ଡ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ତୃତୀୟ ଟେଷ୍ଟ ଏକ ରୋମାଞ୍ଚକର ଘଟଣା ପାଲଟିଛି। ଆୟୋଜକ ନ୍ୟୁଜିଲାଣ୍ଡ ଦ୍ୱିତୀୟ ଦିନରେ...

ବଡ଼ ଦିନକୁ ଶାନ୍ତିଶୃଙ୍ଖଳା ସହ ପାଳନ କରିବା ପାଇଁ ପୋଲିସ ତରଫରୁ ବ୍ୟାପକ ପଦକ୍ଷେପ, ଗାଁ ଗାଁରେ ହେଲା…

ଜି.ଉଦୟଗିରି,୨୦।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାର ସମସ୍ତ ଚର୍ଚ୍ଚଗୁଡ଼ିକରେ ପ୍ରାକ ବଡ଼ଦିନ ଉତ୍ସବ ପାଳନ ଚାଲିଥିବା ବେଳେ ବଡ଼ଦିନ ପାଇଁ ଅଞ୍ଚଳବାସୀ ଚର୍ଚ୍ଚ ଗୃହ...

ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟଙ୍କ ଘରେ ଚଢ଼ାଉ, ଏକକାଳୀନ ୫ଟି ସ୍ଥାନରେ ରେଡ୍

ଜଗତସିଂହପୁର: ସକାଳୁ ସକାଳୁ ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଜଗତସିଂହପୁର ଫରେଷ୍ଟ ରେଞ୍ଜରଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି । ଆୟ ବହିର୍ଭୂତ ସଂପତ୍ତି...

କାର୍‌ରେ ଗଞ୍ଜେଇ ଚାଲାଣ କରୁଥିଲେ ଦମ୍ପତି, ମାଡିବସିଲା ପୋଲିସ, ତା’ପରେ…

ମୋହନା,୨୦।୧୨( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ଥାନା ନଳାଘାଟ ଗାଁ ନିକଟରେ କାର୍‌ ସହ ୨୬ କିଲୋ ଗଞ୍ଜେଇ ଜବତ ହୋଇଛି। ଗଞ୍ଜେଇ...

କେଉଁ ଗଛ ଲଗାଇବା

ପରିବେଶ ଉପରେ ବୃକ୍ଷହାନିର ପ୍ରତିକୂଳ ପ୍ରଭାବକୁ ଦୂର କରିବା ପାଇଁ ଉଭୟ ସରକାରୀ ଓ ବେସରକାରୀ ସ୍ତରରେ ଉଦ୍ୟମ ଆରମ୍ଭ ହୋଇଛି। ମାତ୍ର କେଉଁ ସ୍ଥାନ...

ଆଶା ନିରାଶାର ଖେଳ

ଆଶା ଭବିଷ୍ୟତର ସୂଚକ। ଆଶାର ଅନାଗତ ସ୍ବରୂପ ମଣିଷର ପରିକଳ୍ପନା ମାତ୍ର। ସେହି ଆଶାର ସାମୟିକ ଝଲକ ତାକୁ ବର୍ତ୍ତମାନର କର୍ମ ସମ୍ପାଦନ ପାଇଁ ଉତ୍ସାହିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri