ଢିଙ୍କିଆ ଗ୍ରାମବାସୀଙ୍କୁ ପୋଲିସର ଲାଠିମାଡ଼କୁ କଂଗ୍ରେସର ନିନ୍ଦା

ଭୁବନେଶ୍ୱର,୧୫।୧(ବ୍ୟୁରୋ): ଜଗତ୍‌ସିଂହପୁର ଜିଲା ଅନ୍ତର୍ଗତ ଢିଙ୍କିଆରେ ଜିନ୍ଦଲର ଷ୍ଟିଲ୍‌ ପ୍ଲାଣ୍ଟ ପ୍ରତିଷ୍ଠାକୁ ଗ୍ରାମବାସୀ ବିରୋଧ କରି ଆସୁଥିବାବେଳେ ଶୁକ୍ରବାର ପୁଣି ପୋଲିସ ସହ ମୁହଁାମୁହିଁ ହୋଇଛନ୍ତି। ପୋଲିସ ନିରସ୍ତ୍ର ଗ୍ରାମବାସୀଙ୍କ ଉପରେ ଲାଠିମାଡ଼ ସହ ବର୍ବରୋଚିତ ଆକ୍ରମଣ ଘଟଣାକୁ ନେଇ କଂଗ୍ରେସ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି। କଂଗ୍ରେସ ଭବନଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ପୂର୍ବତନ ବିଧାୟକ ତଥା ପ୍ରଦେଶ କଂଗ୍ରେସ ସାଧାରଣ ସମ୍ପାଦକ ଲଲାଟେନ୍ଦୁ ମହାପାତ୍ର ପୋଲିସ କାର୍ଯ୍ୟାନୁଷ୍ଠାନକୁ ଦୃଢ଼ ନିନ୍ଦା କରିଛନ୍ତି। ମହାପାତ୍ର କହିଛନ୍ତି, ଢିଙ୍କିଆ ଚାରିଦେଶ ଯଥା ଢିଙ୍କିଆ, ନୂଆଗାଁ, ଗଡ଼କୁଜଙ୍ଗ ପଞ୍ଚାୟତ ଏକ ଭାଇଚାରାର ଅଞ୍ଚଳ। ୨୦୦୫ରେ ରାଜ୍ୟ ସରକାର ଏଠାରେ ଷ୍ଟିଲ୍‌ ପ୍ଲାଷ୍ଟ କରିବାକୁ ପୋସ୍କୋ କମ୍ପାନୀକୁ ଅନୁମତି ଦେଇଥିଲେ। ତେବେ ପ୍ରବଳ ଜନବିରୋଧ ଯୋଗୁ ୨୦୧୩ରେ ଏହି କମ୍ପାନୀ ଫେରିଯିବା ପାଇଁ ବାଧ୍ୟ ହୋଇଥିଲା। ପୁନଶ୍ଚ ରାଜ୍ୟ ସରକାର ୨୦୧୯ରେ ଜିନ୍ଦଲ କମ୍ପାନୀକୁ ଏଠାରେ ଷ୍ଟିଲ୍‌ ପ୍ଲାଣ୍ଟ୍‌ ପ୍ରତିଷ୍ଠା ନିମନ୍ତେ ଅନୁମତି ଦେଇଛନ୍ତି। ଏହା ଜାଣିବା ପରେ ସ୍ଥାନୀୟ ଲୋକେ ବିରୋଧ ଓ ଆନ୍ଦୋଳନ ଜାରି ରଖିଛନ୍ତି। ଦୀର୍ଘ ୧୩ ଦିନ ହେଲା ପୋଲିସର ଘେରାବନ୍ଦୀରେ ଥିବା ଢିଙ୍କିଆ ଗ୍ରାମବାସୀ ଆଜି ପୋଲିସର ଲାଠି ମାଡ଼ରେ ଗାଁ ଦାଣ୍ଡରେ ପଡ଼ି ଛଟପଟ ହେଉଛନ୍ତି ବୋଲି ମହାପାତ୍ର କହିଛନ୍ତି। ଜଙ୍ଗଲ ଅଧିକାର ଆଇନ -୨୦୦୬ ଅନୁସାରେ ଗୋଟିଏ ସ୍ଥାନରେ ଜଣେ ବ୍ୟକ୍ତି ୬୦ବର୍ଷରୁ ଅଧିକ ସମୟ ବସବାସ କରୁଥିଲେ ସେ ଉକ୍ତ ଜମିର ମାଲିକାନା ପାଇବାର ବ୍ୟବସ୍ଥା ରହିଛି। କିନ୍ତୁ ଏଠାରେ ଦୀର୍ଘ ୨୦୦ବର୍ଷ ଧରି ଗୋଟିଏ ସ୍ଥାନରେ ବସବାସ କରୁଥିବା ଅଧିବାସୀଙ୍କୁ ସରକାର କିପରି ଉଚ୍ଛେଦ କରୁଛନ୍ତି ବୋଲି ସେ ପ୍ରଶ୍ନ କରିଛନ୍ତି। ସାଢ଼େ ଚାରିକୋଟି ଓଡ଼ିଆଙ୍କୁ ନିଜର ପରିବାର ବୋଲି ଡିଣ୍ଡିମ ପିଟୁଥିବା ମୁଖ୍ୟମନ୍ତ୍ରୀ ଢିଙ୍କିଆ, ନୂଆଗାଁ ଓ ଗଡ଼କୁଜଙ୍ଗର ଅଧିବାସୀଙ୍କୁ ନିଜର ଭାବି ସେଠାରେ କମ୍ପାନୀ ପ୍ରତିଷ୍ଠା ବଦଳରେ ସେମାନଙ୍କ ଜୀବନ ଜୀବିକାର ସୁରକ୍ଷା କରନ୍ତୁ ବୋଲି କଂଗ୍ରେସ ଦାବି କରିଛି।
ଅନ୍ୟପକ୍ଷରେ ଭାଜପା ମଧ୍ୟ ଏହି ଘଟଣାକୁ ନେଇ କ୍ଷୋଭ ପ୍ରକାଶ କରିଛି। ରାଜ୍ୟ ଭାଜପା ସଭାପତି ସମୀର ମହାନ୍ତି କହିଛନ୍ତି, ମୁଖ୍ୟମନ୍ତ୍ରୀ ଏହି ମାମଲାରେ ହସ୍ତକ୍ଷେପ କରନ୍ତୁ। ସ୍ଥାନୀୟ ଲୋକଙ୍କ ସହିତ କଥାବାର୍ତ୍ତା ମଧ୍ୟମରେ ସହମତିରେ ଏହାର ସମାଧାନ କରାଯାଉ। ସରକାର ବଳ ପ୍ରୟୋଗ କରି ଶିଳ୍ପ ପ୍ରତିଷ୍ଠା କରିପାରିବେ ନାହିଁ। ଏହାର ପରିଣାମ ରାଜ୍ୟ ସରକାର ଅତୀତରେ ଦେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri