ଆଜି ରାଜ୍ୟରୁ ସୁସ୍ଥ ହେଲେ ୩,୨୨୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୫ା୧(ବ୍ୟୁରୋ): ଶନିବାର ରାଜ୍ୟରୁ ଆଉ ୩,୨୨୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧,୫୫,୬୧୫ ଜଣ ସୁସ୍ଥ ହୋଇସାରିଲେଣି।

ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୭୬୨ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୬୦୪ ଏବଂ ସମ୍ବଲପୁରରୁ ୩୭୨ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ସେହିପରି କଟକରୁ ୩୪୬, ଝାରସୁଗୁଡ଼ା ୨୫୪, ନବରଙ୍ଗପୁର ୧୬୯, ମୟୂରଭଞ୍ଜ ୧୧୩, କୋରାପୁଟ ୬୩, ସୋନପୁର ୫୮, କେନ୍ଦୁଝର ୫୪, ପୁରୀ ୫୪, ଅନୁଗୋଳ ୩୫, ଯାଜପୁର ୩୦, ଗଜପତି ୨୮, ବରଗଡ଼ ୨୧, ଦେବଗଡ଼ ୨୦, ଗଞ୍ଜାମ ୨୦, ଜଗତସିଂହପୁର ୨୦, କଳାହାଣ୍ଡି ୧୪, ଢେଙ୍କାନାଳ ୮, ଭଦ୍ରକ ୭, ବଲାଙ୍ଗୀର ୬,କନ୍ଧମାଳ ୬, ନୟାଗଡ଼ ୩, ବାଲେଶ୍ୱର ଏବଂ କେନ୍ଦ୍ରାପଡ଼ାରୁ ୨ ଜଣ ଲେଖାଏ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଷ୍ଟେଟ୍‌ପୁଲ ସଂଖ୍ୟା ରହିଛି ୧୪୯।

ସୂଚନାଯୋଗ୍ୟ, ଆଜି ରାଜ୍ୟରେ ୧୦, ୮୫୬ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କେବଳ ଖୋର୍ଦ୍ଧା ଜିଲାରୁ ୩,୦୮୭ ଜଣ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୧୦୨୧ ଜଣ ପିଲା ଅଛନ୍ତି। ମୃତ୍ୟୁସଂଖ୍ୟା ୮,୪୭୮କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

”ମୁଁ ନବୀନ ପଟ୍ଟନାୟକଙ୍କ ମହାନ ମୂଲ୍ୟବୋଧର ଉତ୍ତରାଧିକାରୀ”: କାର୍ତ୍ତିକ ପାଣ୍ଡିଆନ୍

ଭୁବନେଶ୍ୱର,୨ା୫: ଓଡ଼ିଶାରେ ତୀବ୍ର ରାଜନୈତିକ ମାହୋଲ ମଧ୍ୟରେ ବଡ଼ ବୟାନ ଦେଇଛନ୍ତି ବିଜେଡି ନେତା ତଥା ଫାଇଭ ଟି ଅଧ୍ୟକ୍ଷ ଏବଂ ନବୀନ ଓଡ଼ିଶା ଚେୟାରମ୍ୟାନ...

ବିଜେଡି ଛାଡ଼ିବା ପରେ ଏମିତି କହିଲେ ଅନୁଭବ

ଭୁବନେଶ୍ୱର,୨ା୫: ଗୁରୁବାର ବିଜେଡି ଛାଡ଼ିଛନ୍ତି ଅନୁଭବ ପଟ୍ଟନାୟକ। ସେ ଆଜି ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଅନୁଭବ ଖଣ୍ଡପଡ଼ାରୁ ପ୍ରାର୍ଥୀ ହେବା ନେଇ...

୬ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା, କଟକ ବାରବାଟୀରୁ ଲଢିବେ…

ଭୁବନେଶ୍ୱର,୨।୫: ୬ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା। ଘସିପୁରାରୁ ଶମ୍ବୁନାଥ ରାଉତ, ଭୋଗରାଇରୁ ଆଶିଷ ପାତ୍ର, ଭଣ୍ଡାରୀପୋଖରୀରୁ ସୁଧାଂଶୁ ନାୟକ, ବରୀରୁ...

ଆସିକା ଲୋକ ସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କଲେ ରଞ୍ଜିତା

ଛତ୍ରପୁର,୨ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ନାମାଙ୍କନପତ୍ର ଦାଖଲର ୫ମ ଦିନରେ ଆସିକା ଲୋକ ସଭା ଆସନ ନିମନ୍ତେ ବିଜୁ ଜନତା ଦଳର ଏମ୍‌ପି ପ୍ରାର୍ଥିନୀ ରଞ୍ଜିତା...

ନାମାଙ୍କନପତ୍ର ଦାଖଲ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର,୨ା୫: ସମ୍ବଲପୁର ଲୋକସଭା ଆସନ ଲାଗି ପ୍ରାର୍ଥିପତ୍ର ଦାଖଲ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସମର୍ଥକଙ୍କ ଗହଣରେ ବିରାଟ ଶୋଭାଯାତ୍ରାରେ ସହର ପରିକ୍ରମା କରିବା ପରେ...

କାମ ଦେଲାନି ଚାପ, ସମୀର ଦାସ ନିରାଶ

ଭୁବନେଶ୍ୱର,୨ା୫: ନିରାଶ ହେଲେ ସମୀର, ଶେଷ ପର୍ଯ୍ୟାୟ ଟିକେଟ ଘୋଷଣା ପରେ ମଧ୍ୟ ବଦଳିଲାଣି ଭାଗ୍ୟ। ଯେତେ କୌଶଳ ଆପଣାଇ ଚାପ ପଳେଇଲେ ମଧ୍ୟ ବିଜେଡି...

ବିଜେଡି ଛାଡ଼ିଲେ ଅନୁଭବ ପଟ୍ଟନାୟକ

ଭୁବନେଶ୍ୱର,୨ା୫: ଗୁରୁବାର ବିଜେଡି ଛାଡ଼ିଛନ୍ତି ଅନୁଭବ ପଟ୍ଟନାୟକ। ସେ ଆଜି ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଅନୁଭବ ଖଣ୍ଡପଡ଼ାରୁ ପ୍ରାର୍ଥୀ ହେବା ନେଇ...

ଦେବଗଡ଼ ପ୍ରାର୍ଥୀ ବଦଳାଇଲା ବିଜେଡି, ଜାଣନ୍ତୁ କାହାକୁ ମିଳିଲା ଟିକେଟ୍‌…

ଭୁବନେଶ୍ୱର,୨।୫: ଦେବଗଡ଼ ବିଧାନସଭା ନିର୍ବାଚନ ଲାଗି ପ୍ରାର୍ଥୀ ବଦଳାଇଛି ବିଜୁ ଜନତା ଦଳ(ବିଜେଡି)। ରୋମାଞ୍ଚ ରଞ୍ଜନ ବିଶ୍ୱାଳଙ୍କୁ ଦଳ ପ୍ରାର୍ଥୀ କରିଛି। ସେ ଅରୁନ୍ଧତୀ ଦେବୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri