ଟୋକନ ବାହାରିବା ମାତ୍ରେ ଧାନ କିଣ: ୨୪ ଘଣ୍ଟା ମଧ୍ୟରେ ଆକାଉଣ୍ଟ କୁ ଯିବ ଟଙ୍କା

ଛତ୍ରପୁର,୧୬।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଧାନସଂଗ୍ରହ ପ୍ରକ୍ରିୟା ଚାଲିଛି । ଏହି କାର୍ଯ୍ୟର ସଠିକ୍‌ ପରିଚାଳନା ଦିଗରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଜୁମ୍‌ ଭିସି ମାଧ୍ୟମରେ ସମସ୍ତ ବ୍ଲକରେ ସମୀକ୍ଷା କରିଥିଲେ। ଯେଉଁ ବ୍ଲକ ଗୁଡିକର ଧାନ ସଂଗ୍ରହ ପ୍ରକ୍ରିୟା ଧିମେଇ ଯାଇଛି ସେଗୁଡିକ ପ୍ରତି ଦେଖା ଯାଉଥିବା ଅସୁବିଧା୍ଗୁଡିକ ଉପ-ଜିଲାପାଳ ଏବଂ ତହସିଲଦାର ସ୍ତରରେ ମିଳିତ ବୈଠକକରି ସମସ୍ୟାର ସମାଧାନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଚାଷୀଙ୍କର ଯେପରି କୌଣସି ଅସୁବିଧା ହେବନାହିଁ ସେଥିପ୍ରତି ଦୃଷ୍ଟି ଦେବାକୁ ଗୁରୁତ୍ୱ ଦିଆଯାଇଛି।
ଜିଲାର ସମୁଦାୟ ୧୨୨୮୨୦ ପଞ୍ଜୀକୃତ ଚାଷୀଙ୍କ ଧାନ ସଂଗ୍ରହ ହେବ। ଜିଲାର ୩୬୭ ପେକ୍ସ,୧୦୧ ଗୋଟି ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଏବଂ ଗୋଟିଏ ପାଣି ପଞ୍ଚାୟତ ଦ୍ୱାରା ଧାନ ସଂଗ୍ରହ ହେବାର ବ୍ୟବସ୍ଥା ହୋଇଛି। ୧୫ ଜାନୁୟାରୀ ସୁଦ୍ଧା ୪ ଲକ୍ଷ୍ୟ ୬ ହଜାର ୯୦ କ୍ୱିଣ୍ଟାଲ ଧାନ ସଂଗ୍ରହ ହୋଇଛି। ବୈଠକରେ ଜିଲା ମୁଖ୍ୟ ଯୋଗାଣ ଅଧିକାରୀ ପୁଷା ମୁଣ୍ଡା ଜିଲାର କେଉଁ ବ୍ଲକରେ କେତେ ଧାନ ସଂଗ୍ରହ ହୋଇଛି ସେହି ତଥ୍ୟ ଉପସ୍ଥାପନ କରି ଧାନ ସଂଗ୍ରହ ପ୍ରକ୍ରିୟାରେ କଣ ସବୁ ଅସୁବିଧା ରହୁଛି ତାହା ଜଣାଇଥିଲେ । ସମସ୍ତ ସମସ୍ୟାର ସମାଧାନ କରିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇ ଟୋକନ ବାହାରିବା ପରେ ଧାନ ସଂଗ୍ରହ ଦିଗରେ ବିଳମ୍ବ ନ କରିବାକୁ କହିଥିଲେ । ଧାନ ସଂଗ୍ରହ ପରେ ଚାଷୀମାନଙ୍କ ଜମା ଖାତାକୁ ୪୮ଘଣ୍ଟା ମଧ୍ୟରେ କିପରି ଟଙ୍କା ଜମା ଯିବ ସେ ଦିଗରେ ପଦକ୍ଷେପ ନେବାକୁ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri