Posted inଜାତୀୟ

ଏମ୍‌ସିଡି ନିର୍ବାଚନ ପୂର୍ବରୁ ଭାଜପାର ବଡ଼ ଯୋଜନା, ଝୁମ୍ପୁଡ଼ି ବସ୍ତିରେ ଖୋଲିବ ନମୋ ସେବା କେନ୍ଦ୍ର…

ନୂଆଦିଲ୍ଲୀ, ୧୬।୧: ଦିଲ୍ଲୀ ମ୍ୟୁନିସିପାଲିଟି କର୍ପୋରେଶନ(ଏମ୍‌ସିଡି) ନିର୍ବାଚନକୁ ଦୃଷ୍ଟିରେ ରଖି ଭାଜପା ପକ୍ଷରୁ ରାଜଧାନୀର ଝୁମ୍ପୁଡ଼ି ବସ୍ତିରେ ନମୋ ସେବା କେନ୍ଦ୍ର ଖୋଲିବାକୁ ଯୋଜନା କରାଯାଉଛି। ରବିବାର ଦଳର ନେତାମାନେ ଏନେଇ ସୂଚନା ପ୍ରଦାନ କରିଛନ୍ତି। କେନ୍ଦ୍ର ସରକାରଙ୍କ ଯୋଜନାକୁ ଲୋକଙ୍କ ନିକଟରେ ପହଞ୍ଚାଇବା ପାଇଁ ଚଳିତ ବର୍ଷ ଶେଷରେ ହେବାକୁ ଥିବା ପୌରସଂସ୍ଥା ନିର୍ବାଚନ ପୂର୍ବରୁ ଏଭଳି କରାଯିବାକୁ ଯୋଜନା ରହିଛି। ଏଥିପାଇଁ ବର୍ତ୍ତମାନର କୋଭିଡ ଲହର ହ୍ରାସ ପାଇବାକୁ ଭାଜପା ପକ୍ଷରୁ ଅପେକ୍ଷା କରାଯାଇଛି।

ଦିଲ୍ଲୀ ଭାଜପା ଅଧ୍ୟକ୍ଷ ଆଦେଶ ଗୁପ୍ତା ରବିବାର କହିଛନ୍ତି ଯେ ଏହି ନମୋ କେନ୍ଦ୍ର ଖୋଲିବା ପାଇଁ ଆମର ପ୍ରସ୍ତୁତି ଶେଷ ହୋଇଛି। ଆସନ୍ତା ସପ୍ତାହରେ କୋଭିଡ ମାମଲା ହ୍ରାସ ପାଇବା ପରେ ଆମେ ପ୍ରାୟ ୨୦-୨୨ ବିଧାନସଭା ନିର୍ବାଚନମଣ୍ଡଳୀରେ ଥିବା ଝୁମ୍ପୁଡ଼ି ବସ୍ତିଗୁଡିକରେ କେନ୍ଦ୍ର ଖୋଲିବାକୁ ଯୋଜନା କରିଛୁ। ଗତ ବର୍ଷ ଅକ୍ଟୋବରରେ, ରାଜଧାନୀର ବସ୍ତି ବାସିନ୍ଦାଙ୍କ ନିକଟରେ ପହଞ୍ଚିବା ପାଇଁ ଦିଲ୍ଲୀ ଭାଜପା ପକ୍ଷରୁ ଝୁମ୍ପୁଡ଼ି ବସ୍ତିରେ ସମ୍ମାନ ଯାତ୍ରା ଆରମ୍ଭ କରାଯାଇଥିଲା।

୭୦ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ନମୋ ସେବା କେନ୍ଦ୍ର ଖୋଲାଯିବାକୁ ଯୋଜନା ହୋଇଛି। ଏକ ଆକଳନ ଅନୁସାରେ ଦିଲ୍ଲୀର ଝୁମ୍ପୁଡ଼ି ବସ୍ତିରେ ୨୦ ଲକ୍ଷରୁ ଅଧିକ ଲୋକ ବାସ କରନ୍ତି। ସେମାନଙ୍କ ମଧ୍ୟରୁ ଅଧିକାଂଶ ଉତ୍ତରପ୍ରଦେଶ, ବିହାର, ଝାଡଖଣ୍ଡ ଏବଂ ପଶ୍ଚିମବଙ୍ଗରୁ ଆସିଥାନ୍ତି। ଦ୍ରୁତ ସହରୀକରଣ ମଧ୍ୟରେ ଆଜି ମଧ୍ୟ ଏହି ବସ୍ତିଗୁଡ଼ିକରେ ବିଶୁଦ୍ଧ ପାନୀୟ ଜଳ, ସ୍ବିରେଜ ଏବଂ ପରିମଳ, ସ୍ବାସ୍ଥ୍ୟ ସୁବିଧା ଭଳି ମୌଳିକ ସୁବିଧାର ଅଭାବ ରହିଛି। ପ୍ରତ୍ୟେକ ନମୋ କେନ୍ଦ୍ର ଏଭଳି ସମସ୍ୟାକୁ ଦୂର କରିବା ପାଇଁ କାର୍ଯ୍ୟ କରିବ।

ଦିଲ୍ଲୀରେ ପ୍ରାୟ ୭୦୦ଟି ବସ୍ତି କ୍ଲଷ୍ଟର ଅଛି ଯେଉଁଠାରେ ଗତ ନିର୍ବାଚନରେ ଭାଜପା ସଫଳ ହୋଇ ନ ଥିଲା। ଆମ୍‌ ଆଦ୍‌ମୀ ପାର୍ଟି ଏବଂ ଏହା ପୂର୍ବରୁ କଂଗ୍ରେସ ଝୁମ୍ପୁଡ଼ି ବସ୍ତି ଭୋଟରଙ୍କ ଉପରେ ପ୍ରାଧାନ୍ୟ ବିସ୍ତାର କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri