ଖୋଲୁନି ମଣ୍ଡି, ବେପାରୀଙ୍କୁ ଧାନ ବିକୁଛନ୍ତି ଚାଷୀ

ବେଗୁନିଆ,୧୭ା୧(ଡି.ଏନ୍‌.ଏ.): ପ୍ରାଥମିକ ସେବା ସମବାୟ ସମିତି (ପାକ୍ସ) ଜରିଆରେ ଚାଷୀମାନେ ଧାନ ସୁବିଧାରେ ବିକ୍ରି କରିପାରିବେ ବୋଲି ସରକାରଙ୍କ ପକ୍ଷରୁ ମଣ୍ଡି ବ୍ୟବସ୍ଥା କରାଯାଇଛି। ତେବେ ଚାଷୀଙ୍କ ସମସ୍ୟା ଦୂର ହେବା ପରିବର୍ତ୍ତେ ବଢ଼ିବାରେ ଲାଗିଛି। ଏଯାଏ ଚଳିତ ଖରିଫ ବର୍ଷର ମଣ୍ଡି ଖୋଲିଲା ନାହିଁ। ଫଳରେ ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଅଞ୍ଚଳର ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ମଣ୍ଡି ଉପରେ ଭରସା ନ କରି ଚାଷୀମାନେ ସରକାରୀ ଧାର୍ଯ୍ୟ ମୂଲ୍ୟଠାରୁ କମ୍‌ ଦରରେ ବେପାରୀଙ୍କୁ ଧାନ ବିକ୍ରି କରୁଥିବା ଦେଖିବାକୁ ମିଳିଛି।
ସୂଚନା ମୁତାବକ, ଚଳିତ ବର୍ଷ ଧାନଚାଷ ଆରମ୍ଭରୁ ଚାଷୀମାନେ ବିଭିନ୍ନ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ପୁଣି ବିଭାଗୀୟ ଅଧିକାରୀଙ୍କ ଅବହେଳା ଯୋଗୁ ସରକାରଙ୍କ ବିଭିନ୍ନ ଯୋଜନାର ସୁଫଳ ପାଇପାରିଲେ ନାହିଁ। ଚାଷୀଙ୍କ ଧାନ କ୍ରୟ ପାଇଁ ବେଗୁନିଆ ବ୍ଲକ ଅଞ୍ଚଳରେ ୧୪ଟି ସେବା ସମବାୟ ସମିତି ପକ୍ଷରୁ ମଣ୍ଡି ବ୍ୟବସ୍ଥା କରାଯାଇଛି। ୪ ମିଲର୍ସଙ୍କ ମାଧ୍ୟମରେ ପ୍ରାୟ ୧ ଲକ୍ଷ ୪୦ ହଜାର କୁଇଣ୍ଟାଲ ଧାନ କିଣାଯିବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି। ତେବେ ଏଯାଏ ମଣ୍ଡି ଖୋଲିଲା ନାହିଁ। କେତେଜଣ ଚାଷୀ ଟୋକନ ପାଇ ଧାନ ବିକ୍ରି କରିବା ପାଇଁ ଅନାଇ ରହିଛନ୍ତି। ଅନ୍ୟ କେତେଜଣ ଚାଷୀ ଧାନର ମାନ କମିଯିବ ବୋଲି ଆଶଙ୍କା କରି ବେପାରୀଙ୍କୁ ବିକ୍ରି କରିଦେଉଛନ୍ତି। ସରକାରୀ ଦରଠାରୁ କୁଇଣ୍ଟାଲ ପିଛା ୭ଶହରୁ ୮ଶହ ଟଙ୍କା କମ୍‌ ଦରରେ ବିକ୍ରି କରୁଛନ୍ତି। ବଡ଼ବେରଣା ସମବାୟ ସମିତି ସମ୍ପାଦକଙ୍କ ଅବହେଳାରୁ ବହୁ ଚାଷୀଙ୍କ ନାମ ତାଲିକାରେ ପଞ୍ଜୀକରଣ କରାଯାଇନାହିଁ। ଏନେଇ ଅନେକ ସମୟରେ ଚାଷୀଙ୍କ ପକ୍ଷରୁ ଆନ୍ଦୋଳନ ହୋଇଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି ସମାଧାନ କରାଯାଇ ନାହିଁ। ଟୋକନ ବ୍ୟବସ୍ଥାରୁ ଆସ୍ଥା ତୁଟିଗଲାଣି ବୋଲି ଚାଷୀ ମାୟାଧର ବେହେରା, ଅଗାଧୁ ଦାସ, ଭାଗ୍ୟବାନ ସାହୁ ପ୍ରମୁଖ କହିଛନ୍ତି। ଜିଲା ଓ ବ୍ଲକ ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବା ସହ ବ୍ଲକରେ ତୁରନ୍ତ ମଣ୍ଡି ଖୋଲିବାକୁ ପଦକ୍ଷେପ ନିଆଯାଉ ବୋଲି ନବ ନିର୍ମାଣ କୃଷକ ସଙ୍ଗଠନର ସଭ୍ୟ ମଦନ ମୋହନ ସାହୁ ଓ କାହ୍ନୁ ଚରଣ ବେହେରା ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ଲାଞ୍ଜିଗଡ଼ ବ୍ଲକ ଗସ୍ତରେ ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକ

ଲାଞ୍ଜିଗଡ଼, ୧୭ା୧୨ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଦିନିକିଆ ଗସ୍ତରେ ଆସି ବୁଧବାର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଛନ୍ତି ଜାତୀୟ ସ୍ବାସ୍ଥ୍ୟ...

ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…

ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର...

ଦିଗପହଣ୍ଡି ବସଷ୍ଟାଣ୍ଡକୁ ଯାଉନି ଯାତ୍ରୀବାହୀ ବସ, ଜରିମାନା ପାଇଁ ନୋଟିସ  

ଦିଗପହଣ୍ଡି,୧୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିସ୍ଥିତ ନୂଆ ବସଷ୍ଟାଣ୍ଡକୁ ଯାତ୍ରୀବାହୀ ବସଗୁଡ଼ିକ ପ୍ରବେଶ କରୁନାହିଁ। ଏନେଇ ସ୍ଥାନୀୟ ପ୍ରଶାସନିକ ଅଧିକାରୀମାନଙ୍କ ତାଗିଦ ପରେ ମଧ୍ୟ ବସ ଚାଳକମାନେ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

୪୮ ଘଣ୍ଟା ପୂରିଲାନି: ଧରାପଡିଲେ ୨ଅଭିଯୁକ୍ତ, ଉଦ୍ଧାର ହେଲା ସାମଗ୍ରୀ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସଦର ଥାନା ଅନ୍ତର୍ଗତ ଗାଇସୀମାସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରୁ ଗତ ୧୬ତାରିଖ ବିଳମ୍ବିତ ରାତିରେ ହୋଇଥିବା ଚୋରି ଘଟଣାର ପର୍ଦ୍ଧାଫାସ ହୋଇଛି।...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri