ଟ୍ରାଙ୍କୁଲାଇଜ୍‌ କରି ଚିକିତ୍ସା

ପରଜଙ୍ଗ, ୧୭।୧(ଡି.ଏନ୍‌.ଏ.)  ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ୍‌ ଡିହଡୋଳ ଫରେଷ୍ଟ ସେକ୍ସନ ଅଧୀନ ଆମ୍ବପଳାସ ବିଟ୍‌ ଅନ୍ତର୍ଗତ ଖେସରା ଜଙ୍ଗଲରେ ଅସୁସ୍ଥ ହୋଇ ବିଚରଣ କରୁଥିବା ଏକ ମାଈ ହାତୀକୁ ରବିବାର ଟ୍ରାଙ୍କୁଲାଇଜ୍‌ କରି ଚିକିତ୍ସା କରାଯାଇଛି। କପିଳାସର ଡାକ୍ତର ଅସିତ୍‌ ଚକ୍ରବର୍ତ୍ତୀ ଏବଂ ଶିମିଳିପାଳରୁ ଆସିଥିବା ଡାକ୍ତର କିଶୋର ବନ କର୍ମଚାରୀଙ୍କ ସହାୟତାରେ ହାତୀର ଚିକିତ୍ସା କରିବା ସହିତ ଆବଶ୍ୟକ ଆଣ୍ଟିବାୟୋଟିକ୍‌ ଦେଇଥିଲେ।
ମହାବିରୋଡ ରେଞ୍ଜ ଦାୟିତ୍ୱରେ ଥିବା କାମାକ୍ଷାନଗର ପଶ୍ଚିମାଞ୍ଚଳ ରେଞ୍ଜର ସତ୍ୟନାରାୟଣ ସାହୁଙ୍କ କହିବା କଥା, ଉକ୍ତ ମାଈହାତୀର ଆନୁମାନିକ ବୟସ ୫ରୁ ୬ବର୍ଷ। ଏହାର ମୂଳ ବାସସ୍ଥଳୀ ଖମାର ରେଞ୍ଜ୍‌। କୌଣସି କାରଣରୁ ସେ ଦଳ ପରିତ୍ୟାଗ କରି ପ୍ରଥମେ ପଙ୍ଗାତୀରା ଏବଂ ପରେ ଆମ୍ବପଳାସ ବିଟ୍‌କୁ ଚାଲି ଆସିଛି। ଅସୁସ୍ଥ ଅବସ୍ଥାରେ ବିଚରଣ କରୁଥିବା ସୂଚନା ମିଳିଥିଲା। ଖାଦ୍ୟ ଖାଇବା ସମୟରେ ଏହାର ପାଟିରେ ଆଘାତ ଲାଗି ଗଭୀର ସଂକ୍ରମଣ ହୋଇଯାଇଛି। ତେଣୁ ସେ ଠିକ୍‌ ଭାବେ ଖିଆପିଆ କରି ନ ପାରି ଦୁର୍ବଳ ହୋଇପଡ଼ିଛି। ଚିକିତ୍ସା ପରେ ବନ ବିଭାଗ କର୍ମଚାରୀ ଏହା ଉପରେ ନଜର ରଖିଥିବା ରେଞ୍ଜର ସୂଚନା ଦେଇଛନ୍ତି। ହାତୀ ଚିକିତ୍ସା ସମୟରେ ଏସିଏଫ୍‌ ସୁବ୍ରତ ପାତ୍ର, ଫରେଷ୍ଟ ଗାର୍ଡ ଲୁସ୍ମିତା ସିଂ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଗ୍ନିକାଣ୍ଡରେ ଜଳିଗଲା ୪ ବଖରା, ସାହାଯ୍ୟ କଲେ କାମାକ୍ଷାନଗର ବିଧାୟକ

ଭୁବନ ୧୯/୧୨( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ବ୍ଲକ ଭୁଷଳ ପଞ୍ଚାୟତ କିର୍ତ୍ତନ ପୁର ଗ୍ରାମର ଗଙ୍ଗା ମଳିକ ସାହିରେ ଅଗ୍ନିକାଣ୍ଡ ଘଟିଛି...

ପାଟିତୁଣ୍ଡରୁ ତୁମୁଳକାଣ୍ଡ, ଦାଦାକୁ ଠେଙ୍ଗାରେ ପିଟି ହତ୍ୟା କଲା ପୁତୁରା

ଢେଙ୍କାନାଳ,୧୭ା୧୨ (ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଗୋବିନ୍ଦପୁର ଫାଣ୍ଡି ହୁଣ୍ଡି ସାହିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ମଙ୍ଗଳବାର ରାତିରେ...

ଭାରସାମ୍ୟ ହରାଇ ରାସ୍ତାରେ ଓଲଟିଲା ଲୁହା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଚାଳକ…

ପରଜଙ୍ଗ୧୨।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ ୧୪୯ ନଂ ଜାତୀୟ ରାଜପଥର କୁଲେଇ ବଅଁରପାଳ ଛକ ନିକଟରେରେ ଭାରସାମ୍ୟ ହରାଇ...

ପେଟ୍ରୋଲ ପମ୍ପ ପାଇଁ ଶହଶହ  ଟ୍ରିପ୍‌ ବାଲି ଚେରି: ଉପ ଜିଲାପାଳ କହିଲେ…

ପରଜଙ୍ଗ,୧୧।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଦେଇ ଯାଇଥିବା ରେଙ୍ଗାଳି ବାମପାର୍ଶ୍ୱ କେନାଲର ବଡ଼ଝରା ଗାଁ ନିକଟରୁ ଶହଶହ ଟ୍ରିପ୍‌ ମାଟି ଚୋରି ହୋଇଛି। ୫୩...

ତହସିଲଦାରଙ୍କ ସରକାରୀ ଗାଡ଼ି ଜବତ: ସିଲ୍‌ କରିବାକୁ ଯିବାବେଳେ…

ଢେଙ୍କାନାଳ,୧୧।୧୨ (ରତନ ନାୟାର): ଜମି ଅଧିଗ୍ରହଣ ବାବଦ କ୍ଷତିପୂରଣ ପ୍ରଦାନ ନିମନ୍ତେ ଅଦାଲତଙ୍କ ନିର୍ଦ୍ଦେଶକୁ ଅବମାନନା କରି ଢେଙ୍କାନାଳ ସଦର ତହସିଲଦାର ସ୍ବାଧୀନ କୁମାର ବେହେରା...

ଢାବାରେ ଯୁବକଙ୍କୁ ଖଣ୍ଡାରେ ହାଣି ଲହୁଲୁହାଣ କଲେ ଦୁର୍ବୃତ୍ତ

ପରଜଙ୍ଗ,୯।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗ୍ରାମ ନିକଟ ରେଙ୍ଗାଳି ବାମ ପାର୍ଶ୍ୱ କେନାଲ ପାଖରେ ଥିବା ଏକ ଢାବାରେ...

କେନାଲ ଭିତରକୁ ପଶିଗଲା କାର୍‌

ପରଜଙ୍ଗ,୮ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନାଠାରୁ ଅଳ୍ପ ଦୂର ପରଜଙ୍ଗ ବଜାର ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତାର ପରଜଙ୍ଗ ଶାଖା କେନାଲ ଭିତରକୁ...

ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ, ଯୋଗ ଦେଲେ…

ପରଜଙ୍ଗ, ୫।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ବିଶ୍ୱେଶ୍ୱର ବିଦ୍ୟାପୀଠ ମୁଣ୍ଡେଇଲୋଠାରେ ଶୁକ୍ରବାର ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛ। ଏହି ପ୍ରଦର୍ଶନୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri