Posted inଖେଳ

ଆଇପିଏଲ୍‌ରେ ଖେଳିବେ ନାହିଁ ଷ୍ଟୋକ୍ସ

ଲଣ୍ଡନ,୧୭।୧: ବିଶ୍ୱର ଅଗ୍ରଣୀ ଅଲରାଉଣ୍ଡର ବେନ ଷ୍ଟୋକ୍ସ ଚଳିତ ବର୍ଷର ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ନ ଖେଳିବାକୁ ନିଷ୍ପତ୍ତି ନେଇଛନ୍ତି। କାର୍ଯ୍ୟବୋଝକୁ ନିୟନ୍ତ୍ରିତ ରଖିବା ପାଇଁ ଏବଂ ମାନସିକ ସ୍ତରରେ ନିଜକୁ ଫ୍ରେଶ ରଖିବା ଲାଗି ସେ ଏଭଳି ନିଷ୍ପତ୍ତି ନେଇଥିବା ବ୍ରିଟିଶ ଗଣମାଧ୍ୟମରେ ଏକ ରିପୋର୍ଟରେ ଦର୍ଶାଯାଇଛି। ନିକଟରେ ଶେଷ ହୋଇଥିବା ଆଶେସ ସିରିଜ୍‌ରେ ଷ୍ଟୋକ୍ସ ଆଖିଦୃଶିଆ ପ୍ରଦର୍ଶନ କରିବାରେ ବିଫଳ ହୋଇଥିଲେ। ୫ ମ୍ୟାଚ୍‌ରେ କେବଳ ୨୩୬ ରନ୍‌ କରିବା ସହ ମାତ୍ର ୪ ଉଇକେଟ ନେବାକୁ ସକ୍ଷମ ହୋଇଥିଲେ।

“ଷ୍ଟୋକ୍ସ ଚଳିତ ବର୍ଷ ଆଇପିଏଲରେ ଖେଳିବେ ନାହିଁ, ଯେଉଁଥିରେ ପ୍ରଥମ ଥର ପାଇଁ ୧୦ ଦଳ ଖେଳିବେ। ଏଥିର୍ପୂବରୁ ଏକ ମେଗା ଅକଶନ ହେବାର ଅଛି” ବୋଲି ଲଣ୍ଡନ ଇଭିନିଂ ଷ୍ଟାଣ୍ଡର୍ଡରେ ଏକ ରିପୋର୍ଟରେ ପ୍ରକାଶ ପାଇଛି।

“ଗତ ଦୁଇ ବର୍ଷରେ ଷ୍ଟୋକ୍ସ ଅତ୍ୟନ୍ତ କଠିନ ସମୟ ଦେଖିଛନ୍ତି। ୧୩ ମାସ ତଳେ ତାଙ୍କ ବାପା ଗେଡ୍‌ଙ୍କ ମୃତ୍ୟୁ ହୋଇଥିଲା। ତା’ ପରେ ୨୦୨୧ରେ ସେ ନିଜ ମାନସିକ ସ୍ବାସ୍ଥ୍ୟ ଏବଂ ଆଙ୍ଗୁଠି ଜନିତ ସମସ୍ୟା କାରଣରୁ ଦୀର୍ଘ ଦିନ ଧରି କ୍ରିକେଟରୁ ଦୂରେଇ ରହିଥିଲେ” ବୋଲି ଉକ୍ତ ରିପୋର୍ଟରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ହାତ ମାରିହେବନି, ପୁଣି ଏତେ ବଢିଗଲା ସୁନା ଦର

ନୂଆଦିଲ୍ଲୀ,୧୮।୧୨: ଗୁରୁବାର, ଡିସେମ୍ବର ୧୮ ତାରିଖ, ଭାରତରେ ସୁନା ମୂଲ୍ୟ ପୁଣି ଥରେ ବୃଦ୍ଧି ପାଇଛି। ଗୁରୁବାର ରୂପା ମୂଲ୍ୟ ମଧ୍ୟ ପ୍ରତି କିଲୋଗ୍ରାମ ୨.୧୧...

ଥାନାରେ ପଶିଲା ଭିଜିଲାନ୍ସ, ୨୦ ହଜାର ଟଙ୍କା ଲାଞ୍ଚ ନେବାବେଳେ…

କୋରାପୁଟ,୧୮ା୧୨(ଅମିତାଭ ବେହେରା): ଭିଜିଲାନ୍ସ ହାତରେ ଦଶମନ୍ତପୁର ଥାନାଧିକାରୀ କୌଣସି ମାମଲାରେ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଜୟପୁର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ମିଳିଥିବା...

ଭାରତୀୟ ରେଲଓ୍ବେର ନୂଆ ରେକର୍ଡ, ଯାହା ବ୍ରିଟେନ-ଋଷ କରିପାରିନଥିଲେ…

ନୂଆଦିଲ୍ଲୀ,୧୮।୧୨: ଦେଶର ଜୀବନରେଖା ଭାବେ ବିବେଚିତ ଭାରତୀୟ ରେଳବାଇ ଏକ ମାଇଲଖୁଣ୍ଟ ହାସଲ କରିଛି । ଯାହା ବିଶ୍ୱର ପ୍ରମୁଖ ରେଳ ଶକ୍ତିଗୁଡ଼ିକୁ ମଧ୍ୟ ପଛରେ...

ଦୁଇ ବିଶାଳ ହାତୀଙ୍କ ଭୟଙ୍କର ଲଢ଼େଇ: ବଦଳିଗଲା ଜଙ୍ଗଲ, ଚାରିଆଡ଼ ହେଲା ଧୂଳିମୟ, ଭିଡିଓ ଦେଖିଲେ…

ଜଙ୍ଗଲ ଦୁନିଆ ଯେତିକି ରୋମାଞ୍ଚକର ସେତିକି ଆଶ୍ଚର୍ଯ୍ୟଜନକ ମଧ୍ୟ। ଅନେକ ସମୟରେ ଏଠାରେ ଏମିତି କିଛି ଦୃଶ୍ୟ ଦେଖିବାକୁ ମିଳିଥାଏ, ଯାହା ଲୋକଙ୍କୁ ଆଶ୍ଚର୍ଯ୍ୟ ଏବଂ...

ଖଣ୍ଡଗିରିରୁ ଏମ୍ସ ହେବ ସ୍ବତନ୍ତ୍ର କରିଡର, ଆଉ ଭିଡ଼ରେ ଅଟକିବନି ଆମ୍ବୁଲାନ୍ସ

ଭୁବନେଶ୍ବର,୧୮।୧୨: ଆଉ ଭିଡରେ ଫସିବନି ଆମ୍ବୁଲାନ୍ସ । ଏନେଇ ପୂର୍ତ୍ତବିଭାଗ ସମୀକ୍ଷା ବୈଠକରେ ବଡ଼ ନିଷ୍ପତ୍ତି ହୋଇଥିବା ନେଇ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି ।...

ପୁଟିନ ଯିବେ ଆମେରିକା! ବଡ଼ ଘୋଷଣା କଲେ ଟ୍ରମ୍ପ ସରକାର, ଟେନସନରେ ଜେଲେନ୍ସକି

ଓ୍ବାଶିଂଟନ,୧୮।୧୨: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଏକ ଜଟିଳ ପ୍ରସଙ୍ଗ ହୋଇ ରହିଛି ଯାହାର ସମାଧାନ ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଧ୍ୟ...

ଚାଇନାକୁ ବଡ଼ ଝଟକା, ତାଇୱାନକୁ ଏହି ସାହାଯ୍ୟ କରିବେ ଟ୍ରମ୍ପ

ନୂଆଦିଲ୍ଲୀ,୧୮।୧୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପ୍ରଶାସନ ତାଇୱାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି । ଯାହା ଚାଇନାକୁ ଏକ ବଡ଼ ଧକ୍କା ଦେଇଛି...

ସୀମାନ୍ତରେ ପୋଲିସ-ମାଓବାଦୀ ଗୁଳି ବିନିମୟ, ୩ ମାଓବାଦୀ ସଫା

ମାଲକାନଗିରି,୧୮।୧୩(ଦୁର୍ଯ୍ୟୋଧନ ପାତ୍ର) ମାଲକାନଗିରି ସୀମାନ୍ତ ଛତିଶଗଡ ସୁକୁମା ଜିଲାରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ତିନିଜଣ ମାଓବାଦୀ ନିହତ ହୋଇଛନ୍ତିା ସୂଚନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri