ତଦନ୍ତ ତୁରନ୍ତ ଶେଷ କରିବାକୁ ନିର୍ଦ୍ଦେଶ

ନିଶ୍ଚିନ୍ତକୋଇଲି,୧୮ା୧(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ଡବଲ ମର୍ଡର ଘଟଣାରେ ସ୍ଥାନୀୟ ପୋଲିସ କରିଥିବା ଆବେଦନ ସୋମବାର ଜେଏମ୍‌ଏଫ୍‌ସି କୋର୍ଟରେ ଖାରଜ ହୋଇଯାଇଛି। ଏଥିସହ ତଦନ୍ତ ପ୍ରକ୍ରିୟା ତୁରନ୍ତ ଶେଷ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ୧୧ା୧ା୨୨ରେ ମାହାଙ୍ଗା ପୋଲିସ ଜେଏମ୍‌ଏଫ୍‌ସି କୋର୍ଟରେ ଅଭିଯୁକ୍ତ କ୍ଷିତୀଶ ଆଚାର୍ଯ୍ୟ ଓ ଭିକାରୀ ସ୍ବାଇଁକୁ ରିମାଣ୍ଡରେ ଆଣିବା ପାଇଁ ଆବେଦନ କରିଥିଲା। ଉଭୟ ଅଭିଯୁକ୍ତ ୨୬ା୧୨ା୨୦ରେ ମନ୍ତ୍ରୀ ଜେନାଙ୍କ ପିଏ ଉମାଶଙ୍କର ବିଶ୍ୱାଳ ଓରଫ ବାପିଙ୍କ ସହ କଥା ହୋଇଥିଲେ ବୋଲି ପୋଲିସ ଆବେଦନପତ୍ରରେ ଦର୍ଶାଇଥିଲା। ମାତ୍ର ଅତିରିକ୍ତ ଜିଲା ଦୌରାଜଜ୍‌ଙ୍କ କୋର୍ଟରେ ମାମଲା ଥିବା ଦର୍ଶାଇ ଏହି ଆବେଦନକୁ ରଦ୍ଦ କରିଦିଆଯାଇଛି। ଅପରପକ୍ଷେ ବାପି ଓ ବ୍ଲକ ଅଧ୍ୟକ୍ଷ ଶରତ ନାୟକଙ୍କ ସହ ଘଟଣାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ମୃତ ପ୍ରଫୁଲ୍ଲ ବିଶ୍ୱାଳ ମୋବାଇଲରେ କଥା ହୋଇଥିଲେ ବୋଲି ପୋଲିସ ଦାଖଲ କରିଥିବା ସିଡିଆର୍‌ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଏନେଇ ମାହାଙ୍ଗାରେ ରାଜନୈତିକ ଚର୍ଚ୍ଚା ଜୋର ଧରିଛି।
ଥାନା ଅଧୀନ ନୃତାଙ୍ଗ ପଞ୍ଚାୟତର ଭାଜପା ନେତା ତଥା ପୂର୍ବତନ ବ୍ଲକ ଅଧ୍ୟକ୍ଷ କୁଳମଣି ବରାଳ ଓ ତାଙ୍କ ସହଯୋଗୀ ଦିବ୍ୟସିଂ ବରାଳଙ୍କୁ ୨୦୨୧ ଜାନୁୟାରୀ ୨ ତାରିଖରେ ହତ୍ୟା କରାଯାଇଥିଲା। ମାହାଙ୍ଗା ଥାନାରେ ମାମଲା (ନଂ.୫/୨୧)ରୁଜୁ କରାଯାଇ ପୋଲିସ ୧୦ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଏଥିରେ ମନ୍ତ୍ରୀ ଜେନା ୧୩ତମ ଅଭିଯୁକ୍ତ ଥିଲେ। ପରବର୍ତ୍ତୀ ସମୟରେ ପୋଲିସ ଚାର୍ଜଶିଟରୁ ମନ୍ତ୍ରୀଙ୍କ ନାମ କାଟିଦେଇଥିଲା। ଏନେଇ କୁଳମଣି ବରାଳଙ୍କ ପୁଅ ରମାକାନ୍ତ ବରାଳ ଜେଏମ୍‌ଏଫ୍‌ସି କୋର୍ଟରେ (ନଂ.୨୧୭/୨୧) ପ୍ରୋଟେଷ୍ଟ ପିଟିଶନ ଦାଏର କରିଥିଲେ। ଏହି ସମୟରେ ମୁଖ୍ୟ ଅଭିଯୁକ୍ତ ବିଶ୍ୱାଳଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଥଲା। ଏହାପରେ କୋର୍ଟ ପୋଲିସକୁ ସିିଡିଆର୍‌ ରିପୋର୍ଟ ମାଗିଥିଲେ। ମାତ୍ର ପୋଲିସ ରିପୋର୍ଟ ଦାଖଲ କରିବାରେ ବିଳମ୍ବ କରିଥିଲା। ଏହାକୁ ଏକ ବର୍ଷ ବିତିଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ପୋଲିସ ଚୂଡାନ୍ତ ରିପୋର୍ଟ ଦାଖଲ କରିବାକୁ ସକ୍ଷମ ହୋଇନାହିଁ। ମାମଲାଟି ଏବେ ଅତିରିକ୍ତ ଜିଲା ଦୌରାଜଜ୍‌ଙ୍କ କୋର୍ଟରେ ବିଚାରାଧୀନ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜଗାଙ୍ଗପୁର ବିଧାନସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ଅନିଲ ବରୁଆ

ସୁନ୍ଦରଗଡ଼,୧ା୫(ଜୟନାରାୟଣ ମେଣ୍ଡୁଳି): ରାଜଗାଙ୍ଗପୁର ବିଧାନସଭା ଆସନ ପାଇଁ ବିଜେଡି ପ୍ରାର୍ଥୀ ଅନିଲ ବରୁଆ ବୁଧବାର ନିଜର ନାମାଙ୍କନପପତ୍ର ଦାଖଲ କରିଛନ୍ତି। ଅନିଲ ସୁନ୍ଦରଗଡ଼ ଅତିରିକ୍ତ ଜିଲାପାଳ...

ନାମାଙ୍କନପତ୍ର ଦାଖଲ କଲେ ବିଧାୟକ ପ୍ରାର୍ଥୀ ରାଜେନ୍ଦ୍ର ନାଏକ

ସୁନ୍ଦରଗଡ଼,୧ା୫(ଜୟନାରାୟଣ ମେଣ୍ଡୁଳି): ସାଧାରଣ ନିର୍ବାଚନ ୨୦୨୪ ନିମନ୍ତେ ବୁଧବାର ପ୍ରାର୍ଥିପତ୍ର ଦାଖଲର ଚତୁର୍ଥ ଦିବସରେ ସୁନ୍ଦରଗଡ଼ ବିଧାନସଭା ଆସନ ପାଇଁ ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ସିପିଆଇ) ପ୍ରାର୍ଥୀ...

ନାମାଙ୍କନପତ୍ର ଦାଖଲ କଲେ ଡା. ଆଶିଷ ଶତପଥୀ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ଆମ ଆଦ୍‌ମୀ ପାର୍ଟି (ଏଏପି) ପ୍ରାର୍ଥୀ ଡା. ଆଶିଷ ଶତପଥୀ ବୁଧବାର ନାମାଙ୍କନ...

ମାମୁଙ୍କୁ ପଥରରେ ଛେଚି ହତ୍ୟା କଲେ ଭଣଜା

ବଣାଇ,୧ା୫(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା କେ.ବଲାଙ୍ଗ ଥାନାର ଗଉଡ଼ ଗ୍ରାମରେ ରହୁଥିବା ଭଉଣୀ ଘରକୁ ଲହୁଣିପଡ଼ା ଥାନା ଅନ୍ତର୍ଗତ କେନାପାଲି ଗ୍ରାମର ସୁବର୍ଣ୍ଣ କଂସୁରିଆ (୬୦)...

ପ୍ରାର୍ଥିପତ୍ର ଦାଖଲ କଲେ ଅଭିଷେକ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅତାବିରା ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା କଂଗ୍ରେସ ପ୍ରାର୍ଥୀ ଅଭିଷେକ ସେଠ୍‌ ବୁଧବାର ନାମାଙ୍କନ ଦାଖଲ କରିଛନ୍ତି।...

ପୁଅଙ୍କୁ ଭୁଜାଲିରେ ହାଣି ହତ୍ୟାକଲେ ବାପା

ଭଦ୍ରକ,୧ା୫: ପାରିବାରିକ କଳହର କରୁଣ ପରିଣତି ଦେଖିବାକୁ ମିଳିଛି ଭଦ୍ରକ ଜିଲା ବନ୍ତ ଥାନା ଗୋବିନ୍ଦପୁର ପଞ୍ଚାୟତ ସୁନାଗଡ଼ିଆ ଗାଁରେ। ଘରେ ଖାଉଥିବା ସମୟରେ ସାମାନ୍ୟ...

ଛାନୁଆରେ ଜଘନ୍ୟ ହତ୍ୟାକାଣ୍ଡ: ଟାଓ୍ବାରରେ କାମ କରୁଥିବା ଯୁବକଙ୍କୁ ମାରି ଫିଙ୍ଗି ଦେଲେ

ରୂପସା,୧।୫(ବାଞ୍ଛାନିଧି ଦେ): ବାଲେଶ୍ବର ଜିଲl ସଦର ବ୍ଲକ ଅନ୍ତର୍ଗତ ଛାନୁଆ ଗ୍ରାମରେ ବୁଧବାର ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ଛାନୁଆ ପ୍ରାଥମିକ ବିଦ୍ୟାଳୟ ନିକଟ ରାସ୍ତା ପାର୍ଶ୍ୱରୁୁ...

ନାମାଙ୍କନପତ୍ର ଦାଖଲ କଲେ ରୀତା ସାହୁ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ବିଜେଡି ପ୍ରାର୍ଥିନୀ ରୀତା ସାହୁ ବୁଧବାର ତାଙ୍କର ନାମାଙ୍କନପତ୍ର ଦାଖଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri