ପଞ୍ଚଭୂତରେ ବିଲୀନ ହେଲେ ଶାନ୍ତି ଦେବୀ

ଗୁଣପୁର,(ଡି.ଏନ୍‌.ଏ.)/ରାୟଗଡ଼ା ଅଫିସ, ୧୮।୧: ଭୂଦାନ ଆନ୍ଦୋଳନର ଅନ୍ୟତମ ପୁରୋଧା ତଥା ପଦ୍ମଶ୍ରୀ ଶାନ୍ତି ଦେବୀଙ୍କ ରବିବାର ବିଳମ୍ବିତ ରାତିରେ ହୃଦ୍‌ଘାତରେ ପରଲୋକ ଘଟିଛି। ତାଙ୍କୁ ୮୮ବର୍ଷ ହୋଇଥିଲା। ସୋମବାର ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ବଂଶଧାରା ନଦୀ କୂଳରେ ଗାର୍ଡ ଅଫ୍‌ ଅନର ଦିଆଯାଇ ତାଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ପୁଅ ସିଦ୍ଧାର୍ଥ ଦାସ ମୁଖାଗ୍ନି ଦେଇଥିଲେ। ଅଞ୍ଚଳର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ତାଙ୍କର ଶେଷ ଦର୍ଶନକରି ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ। ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ରାଜ୍ୟପାଳ ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କୋରାପୁଟ ଏମ୍‌ପି ସପ୍ତଗିରି ଉଲ୍ଲାକା ଟୁଇଟ କରି ଶୋକ ପ୍ରକାଶ କରିଛନ୍ତି। ତାଙ୍କ ମୃତ୍ୟୁ ଅପୂରଣୀୟ କ୍ଷତି ବୋଲି ନିଜ ପୋଷ୍ଟରେ ଉଲ୍ଲେଖ କରିଛନ୍ତି। ରବିବାର ରାତିରେ ସେ ତାଙ୍କ ଛାତିରେ ଯନ୍ତ୍ରଣା ଅନୁଭବକରି ଚେତାଶୂନ୍ୟ ହୋଇପଡ଼ିଥିଲେ। ପରିବାର ଲୋକେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଡାକ୍ତର ସେଠାରେ ଶାନ୍ତି ଦେବୀଙ୍କୁ ମୃତ ଘୋଷଣା କରିଥିଲେ। ଏହି ସମୟରେ ଆଦିବାସୀ ଉନ୍ନୟନ ମନ୍ତ୍ରୀ ଜଗନ୍ନାଥ ସାରକା, ବିଧାୟକ ରଘୁନାଥ ଗମାଙ୍ଗ, ରାୟଗଡ଼ା ବିଧାୟକ ମକରନ୍ଦ ମୁଦୁଲି, ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ରାଜ୍ୟ ଉପଦେଷ୍ଟା ସୁଧୀର ଦାସ, ଜିଲାପାଳ ସରୋଜ ମିଶ୍ର, ଏସ୍‌ପି ବିବେକାନନ୍ଦ ଶର୍ମା ପ୍ରମୁଖ ଉପସ୍ଥିତ ଥିଲେ। ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନାକରି ଓକିଲ ସଂଘ ସମ୍ମିଳନୀ କକ୍ଷରେ ସଭାପତି ବ୍ରହ୍ମାନନ୍ଦ ପଟ୍ଟନାୟକଙ୍କ ସଭାପତିତ୍ୱରେ ଏକ ଶୋକସଭା କରାଯାଇଛି। ପଦ୍ମଶ୍ରୀ ଶାନ୍ତି ଦେବୀଙ୍କ ବିୟୋଗରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ,କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ସମେତ ଦେଶର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଶୋକବ୍ୟକ୍ତ କରିଛନ୍ତି।
ସମାଜସେବା ପାଇଁ ମିଳିଥିଲା ପଦ୍ମଶ୍ରୀ
୧୯୩୪ ଏପ୍ରିଲ ୧୮ରେ ବାଲେଶ୍ୱର ଜିଲାରେ ଜନ୍ମ ଗ୍ରହଣ କରିଥିଲେ ଶାନ୍ତି ଦେବୀ। ୧୭ ବର୍ଷ ବୟସରେ ଆଚାର୍ଯ୍ୟ ବିନୋବା ଭାବେଙ୍କ ପ୍ରେରଣାରେ ଅନୁପ୍ରାଣିତ ହୋଇ ସମାଜ ସେବା ଆରମ୍ଭ କରିଥିଲେ। ୧୯୫୧ରେ ସାମାଜିକ କର୍ମୀ ଡ. ରତନ ଦାସଙ୍କୁ ସେ ବିବାହ କରିଥିଲେ। ଦୀର୍ଘ ୭ ଦଶନ୍ଧ ଧରି ସମାଜସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ତାଙ୍କୁ ୨୦୨୧ ନଭେମ୍ବର ୯ ତାରିଖରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ପଦ୍ମଶ୍ରୀ ଉପାଧିରେ ସମ୍ମାନିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲୋଇସିଂହା ବିଧାନସଭା ଆସନ: ୭ ପ୍ରାର୍ଥୀଙ୍କ ପ୍ରାର୍ଥତ୍ପତ୍ର କାଏମ

ଲୋଇସିଂହା,୫।୫(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ନିର୍ବାଚନ ମଣ୍ଡଳୀ ବିଧାୟକ ପ୍ରାର୍ଥୀଙ୍କ ପ୍ରାର୍ଥତ୍ପତ୍ର ଯାଞ୍ଚ ପ୍ରକ୍ରିୟା ସରିଛି। ଯାଞ୍ଚ ପ୍ରକ୍ରିୟା ପରେ ୭ଜଣ ପ୍ରାର୍ଥୀଙ୍କ ପ୍ରାର୍ଥତ୍ପତ୍ର...

ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଘରୁ ମତଦାନ ପ୍ରକ୍ରିୟା ଆରମ୍ଭ

କୋରାପୁଟ,୫।୫(ଅମିତାଭ ବେହେରା): ମେ’ ୧୩ ତାରିଖରେ ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ। ଏନେଇ ରବିବାର ଆରମ୍ଭ ହୋଇଯାଇଛି ହୋମ୍‌ ଭୋଟିଂ ପ୍ରକ୍ରିୟା। ବରିଷ୍ଠ ନାଗରିକ, ଦିବ୍ୟାଙ୍ଗ...

ପାହାଡ଼ରୁ ଖସିଲା ପଥର: ମାଲ୍‌ବାହୀ ଟ୍ରେନ୍‌ ଲାଇନଚ୍ୟୁତ

କୋରାପୁଟ,୫ା୫(ଅମିତାଭ ବେହେରା ): ଆନ୍ଧ୍ରର ଶିବଲିଙ୍ଗପୁରମ ନିକଟସ୍ଥ ରେଳ ଧାରଣାରେ ପାହାଡ଼ରୁ ପଥର ଖସି ରବିବାର ଭୋର ସମୟରେ ଏକ ମାଲବାହୀ ଟ୍ରେନ୍‌ ଇଞ୍ଜିନ ଲାଇନଚ୍ୟୁତ...

କଂଗ୍ରେସ ପ୍ରାର୍ଥୀଙ୍କ ଉପରକୁ ଆକ୍ରମଣ: ମୁଣ୍ଡ ଫଟେଇଦେଲେ ଦୁର୍ବୃତ୍ତ

ପୁରୀ,୫।୫: ପୁରୀ କଂଗ୍ରେସ ପ୍ରାର୍ଥୀ ଉମାବଲ୍ଲଭ ରଥଙ୍କ ଉପରେ ରବିବାର ଅପରାହ୍ନରେ ଆକ୍ରମଣ ହୋଇଛି। ସେ ବସ୍‌ଷ୍ଟାଣ୍ଡରେ ବୁଲୁଥିବା ବେଳେ କିଛି ଦୁର୍ବୃତ୍ତ ତାଙ୍କୁ ଆକ୍ରମଣ...

ସଞ୍ଜୟଙ୍କୁ ସମ୍ବଲପୁର ବିଧାନସଭା ନିର୍ବାଚନ ଇନ୍‌ଚାର୍ଜ କଲା ବିଜେଡି

ସମ୍ବଲପୁର,୫ା୫(ପ୍ରମୋଦ ବହିଦାର): ଚଳିତ ନିର୍ବାଚନ ପାଇଁ ବିଜେଡିର ନିର୍ବାଚନ ସଂଯୋଜକ ଓ ନିର୍ବାଚନ ଇନ୍‌ଚାର୍ଜ ନିଯୁକ୍ତ କରାଯାଇଛି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ...

କ୍ଷମତାକୁ ଆସିଲେ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ କରିବ ଭାଜପା: ଜାଣନ୍ତୁ ଏଥିରେ ମହିଳାଙ୍କୁ କ’ଣ ମିଳିବ ଲାଭ

ଭୁବନେଶ୍ୱର,୫।୫: ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ରବିବାର ଉନ୍ମୋଚିତ ହୋଇଛି। ନିର୍ବାଚନୀ ଇସ୍ତାହାରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନଡ୍ଡା।...

ସ୍ତ୍ରୀଙ୍କ ପାଇଁ ପ୍ରଚାର କରୁଛନ୍ତି ସ୍ବାମୀ

କେସିଙ୍ଗା,୫।୫(ତୁମେଶ୍ୱର ସାହୁ): ନର୍ଲା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀନି ମନୋରମା ମହାନ୍ତିଙ୍କ ପାଇଁ ନର୍ଲା ବ୍ଳକ ଉପାଧ୍ୟକ୍ଷ ସ୍ବାମୀ ମୁନା ମହାନ୍ତି ପ୍ରଚାର ପାଇଁ...

ଗଞ୍ଜେଇ ଜବତ କରିବାକୁ ଯାଇ ହଟହଟା ହେଲା ପୋଲିସ

ବାଲିଗୁଡା,୫।୫: (ସଞ୍ଜୟ କୁମାର ପାଣିଗ୍ରାହୀ): ଆଗକୁ ସାଧାରଣ ନିର୍ବାଚନ ଥିବାରୁ ନିର୍ବାଚନ କମିଶନରଙ୍କ ନିର୍ଦ୍ଦେଶ କ୍ରମେ ପୋଲିସ ନିଶା କାରବାର ରୋକିବାକୁ ବିଭିନ୍ନ ସ୍ଥାନରେ ଚଢାଉ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri