ଜମି ଅଧିଗ୍ରହଣ କାର୍ଯ୍ୟ ତ୍ୱରାନ୍ବିତ ନିର୍ଦ୍ଦେଶ

ଭୁବନେଶ୍ୱର,୧୮।୧(ବ୍ୟୁରୋ):  ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ସୋମବାର କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନ ଅଧୀନ ୧୦ ଜିଲାର ଅତିରିକ୍ତ ଜିଲାପାଳଙ୍କ ସହ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ଭିଡିଓ କନ୍‌ଫରେନ୍ସରେ ଅନୁଷ୍ଠିତ ଏହି ବୈଠକରେ ବିଭାଗର ବରିଷ୍ଠ ଅଧିକାରୀ, କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନର, ଆଇଜିଆର୍‌, ଓଡ଼ିଶା ଓ ଭୂ-ସର୍ବେକ୍ଷଣ ସଂସ୍ଥାର ନିର୍ଦ୍ଦେଶକ ଏବଂ ଅନ୍ୟାନ୍ୟ ଅଧିକାରୀ ଯୋଗଦାନ କରିଥିଲେ ା ରାଜ୍ୟରେ ବିଭିନ୍ନ ପ୍ରକାର ଉନ୍ନତିମୂଳକ ତଥା ଭିତ୍ତିଭୂମି ପ୍ରକଳ୍ପଗୁଡ଼ିକ ନିମନ୍ତେ ଜମି ଅଧିଗ୍ରହଣ କାର୍ଯ୍ୟକୁ ତ୍ୱରାନ୍ବିତ କରିବା ଲାଗି ନିଷ୍ପତ୍ତି ହୋଇଛି।
ଜାତୀୟ ରାଜପଥ ଓ ଜଳସେଚନ ଇତ୍ୟାଦି ପାଇଁ ଜମି ହସ୍ତାନ୍ତର କାର୍ଯ୍ୟଗୁଡ଼ିକୁ ଅଗ୍ରାଧିକାର ଭିତ୍ତିରେ ସମାପନ କରିବାକୁ ଅତିରିକ୍ତ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ା
ଓଡ଼ିଶା ଲୋକସେବା ଅଧିକାର ଅଧିନିୟମ ଅନୁଯାୟୀ ସମସ୍ତ ଜନସେବାକୁ ଉଦ୍ଦିଷ୍ଟ ସମୟସୀମା ଭିତରେ ଫଇସଲା କରିବା, ବେ-ବନ୍ଦୋବସ୍ତ ଜମିଜମାଗୁଡ଼ିକର ଫଇସଲା ଓ ସମାଧାନ କରିବାକୁ ଗୁରୁତ୍ୱାରୋପ କରିଥିଲେ ା ଲଘୁ ଖଣିଜ ପଦାର୍ଥ ଉତ୍ସଗୁଡ଼ିକରୁ ନିୟମିତ ରାଜସ୍ବ ଆଦାୟ, ବେଆଇନ ଉଠାଣ ଓ ଚୋରି ରୋକିବା ସହିତ ବୈଷୟିକ ଜ୍ଞାନର ଉପଯୋଗ କରି ଲଘୁ ଖଣିଜ ଉତ୍ସଗୁଡ଼ିକର ସ୍ଥାୟୀ ପରିଚାଳନା ସୁନିଶ୍ଚିତ କରିବା ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି ା ଆସନ୍ତା ୨୫ ତାରିଖ ସୁଦ୍ଧା ଅତିରିକ୍ତ ଜିଲାପାଳମାନେ ଜିଲା ଶିକ୍ଷା ଅଧିକାରୀ, ବ୍ଲକ ଶିକ୍ଷା ଅଧିକାରୀ ଓ ତହସିଲଦାରମାନଙ୍କ ସହ ସମୀକ୍ଷା ବୈଠକ କରି ସ୍କୁଲ ଓ କଲେଜଗୁଡିକରେ ଥିବା ଜମିଜମା ସମସ୍ୟା ସମାଧାନ କରିବେ। ଏନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗକୁ ମଧ୍ୟ ଜଣାଇବେ। ଏହିସବୁ କାର୍ଯ୍ୟଗୁଡ଼ିକୁ ପରିସମାପ୍ତି କରି ଆସନ୍ତା ମାର୍ଚ୍ଚ ୫ ତାରିଖ ମଧ୍ୟରେ ସେହିସବୁ ଅନୁଷ୍ଠାନକୁ ଜମିପଟ୍ଟା ହସ୍ତାନ୍ତର କରିବେ ା ରାଜସ୍ବ ଜଙ୍ଗଲ ଜମି ଚିହ୍ନଟକରି ନୂତନ ବନୀକରଣ ନିମନ୍ତେ ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି ା
ବସୁନ୍ଧରା ଯୋଜନାରେ ଯୋଗ୍ୟ ହିତାଧିକାରୀଙ୍କୁ ଜମି ଯୋଗାଇଦେବା ପାଇଁ ଯତ୍ନବାନ ହେବାକୁ ମଧ୍ୟ ପରାମର୍ଶ ଦିଆଯାଇଛି ା ସେହିପରି ବିଭିନ୍ନ ରାଜସ୍ବ କାର୍ଯ୍ୟାଳୟର କୋଠାବାଡ଼ି ନିର୍ମାଣ, ନବୀକରଣ, ରକ୍ଷଣାବେକ୍ଷଣ ଓ ଉପକରଣ ତଥା ଆସବାବପତ୍ର ଯୋଗାଣ ନିମନ୍ତେ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ା
କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନର ଏବଂ ଜିଲାର ଅତିରିକ୍ତ ଜିଲାପାଳମାନେ ନିୟମିତ ସମୀକ୍ଷା ବୈଠକ ଆୟୋଜନ କରି ବିଭିନ୍ନ ସମସ୍ୟାର ସମାଧାନ କରିବେ ା ଆଗକୁ ଏହିପରି ସମୀକ୍ଷା ବୈଠକ ପ୍ରତି ମାସରେ ଅନୁଷ୍ଠିତ ହେବ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଧନୁ ସଂକ୍ରାନ୍ତି ପରେ ପଦ୍ମ ଫୁଟେନି’

ବରଗଡ଼,୩୦।୪(ପ୍ରେମାନନ୍ଦ ଖମାରୀ)- ସାଧାରଣ ନିର୍ବାଚନକୁ ନେଇ ଘଡ଼ିକୁ ଘୋଡ଼ା ଛୁଟୁଛି । ଏହାକୁ ନେଇ ଦଳୀୟ ନେତା, ପ୍ରାର୍ଥୀଙ୍କ ବୟାନବାଜି ସାଧାରଣରେ ଚର୍ଚ୍ଚାର ବିଷୟ ହୋଇଥିବାବେଳେ...

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୭୧ କୋଟିର ମାଲିକ

ଭୁବନେଶ୍ୱର,୩୦।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ବାଚନୀ ସତ୍ୟପାଠରେ ନିଜର ସମ୍ପତ୍ତିର ତଥ୍ୟ ଦେଇଛନ୍ତି। ସେ ହେଉଛନ୍ତି ୭୧ କୋଟି ଟଙ୍କା ସମ୍ପତ୍ତିର ମାଲିକ। ତାଙ୍କ ପାଖରେ...

ବିଜେଡି ଛାଡ଼ିଲେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ

ଆନନ୍ଦପୁର,୩୦।୪: ବିଜେଡି ଛାଡ଼ିଲେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ। ଦଳର ପ୍ରାଥମିକ ସଦସ୍ୟ ପଦରୁ ସେ ମଙ୍ଗଳବାର ଇସ୍ତଫା ଦେଇଛନ୍ତି। ଏନେଇ ସେ ନିଜର ଇସ୍ତଫାପତ୍ର...

କାକଟପୁର ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ପୁରୀ,୩୦।୪: କାକଟପୁର ପାଇଁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ। ଦଳ କାକଟପୁରରୁ ବିଶ୍ବଭୂଷଣ ଦାସଙ୍କୁ ଟିକେଟ୍‌ ଦେଇଛି। ଭାଜପାରୁ ଟିକେଟ ନ ମିଳିବାରୁ ସେ କଂଗ୍ରେସରେ...

ହାଇକୋର୍ଟରେ କେନ୍ଦ୍ର ସରକାରଙ୍କର ୪୦ ଓକିଲ, ତଥାପି ଶୁଣାଣିରେ ଅନୁପସ୍ଥିତ

କଟକ,୩୦ା୪ (କାର୍ତ୍ତିକ ସାହୁ) ଓଡ଼ିଶା ହାଇକୋର୍ଟରେ କେନ୍ଦ୍ର ସରକାରଙ୍କ ବିରୋଧରେ ରୁଜୁ ମାମଲାର ବିଚାର ବେଳେ କେନ୍ଦ୍ର ସରକାରଙ୍କ ପକ୍ଷରୁ କେହି ସରକାରୀ ଓକିଲ ଉପସ୍ଥିତ...

୪୬ଡିଗ୍ରୀ ଉପରେ ୨ସହର, ରେକର୍ଡ ଭାଙ୍ଗିଲା ବାରିପଦା

ଭୁବନେଶ୍ୱର,୩୦।୪: ପ୍ରବଳ ଖରାରେ ଜଳୁଛି ସାରା ଓଡିଶା। ଘରୁ ବାହାରିଲେ ମୁହଁ ପୋଡି ଯାଉଛି। ମଙ୍ଗଳବାର ରାଜ୍ୟର ୨ଟି ସହର ୪୬ ଡିଗ୍ରୀ ଉପରେ ରହିଥିବାବେଳେ...

ବିଜେଡି ଛାଡ଼ିଲେ ସୁର ସେଠୀ

କାକଟପୁର,୩୦।୪: ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ କାକଟପୁର ବିଧାୟକ ସୁରେନ୍ଦ୍ର ସେଠୀ। ଦଳ ଟିକେଟ ଦେଇ ନ ଥିବାରୁ ଅସନ୍ତୁଷ୍ଟ ଥିବା ବେଳେ ମଙ୍ଗଳବାର ସେ...

ଟିକେଟ ଫେରାଇଲେ କଂଗ୍ରେସ ପ୍ରାର୍ଥୀ

କଟକ,୩୦।୪: ଟିକେଟ ଫେରାଇଲେ ଆଠଗଡ଼ ବିଧାନସଭା କଂଗ୍ରେସ ପ୍ରାର୍ଥୀ। କଂଗ୍ରେସ ପ୍ରାର୍ଥୀ ମେହବୁବ ଅହମ୍ମଦ ଖାଁ ମଙ୍ଗଳବାର ଟିକେଟ ଫେରାଇଛନ୍ତି। କଟକ ଲୋକ ସଭା ପ୍ରାର୍ଥୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri